‘ଫନୀ’ ମୁକାବିଲା ପାଇଁ ପ୍ରଶାସନ ସଜାଗ: କର୍ମଚାରୀଙ୍କ ଛୁଟି ବାତିଲ

ଢେଙ୍କାନାଳ ଅଫିସ, ୧।୫- ସାମୁଦ୍ରିକ ଝଡ଼ ‘ଫନି’ ଭୟଙ୍କର ରୂପ ଧାରଣ କରି ଓଡ଼ିଶା ଉପକୂଳ ଆଡ଼କୁ ଅଗ୍ରସର ହେଉଛି। ଏହାକୁ ନେଇ ରାଜ୍ୟବାସୀଙ୍କ ମଧ୍ୟରେ ଛନକା ପଶିଥିବାବେଳେ ବାତ୍ୟା ମୁକାବିଲା ପାଇଁ ତତ୍ପର ହୋଇପଡ଼ିଛି ଢେଙ୍କାନାଳ ଜିଲା ପ୍ରଶାସନ। ମଙ୍ଗଳବାର ଅପରାହ୍ନରେ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲ୍‌ରେ ଆୟୋଜିତ ଖବରଦାତା ସମ୍ମିଳନୀରେ ‘ଫନୀ’ ମୁକାବିଲା ଲାଗି ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ସବିଶେଷ ସୂଚନା ଦେଇଛନ୍ତି। ବାତ୍ୟା ମୁକାବିଲା ପାଇଁ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ଛୁଟି ବାତିଲ କରାଯାଇଛି। ଉପଜିଲାପାଳ, ବିଡିଓ, ତହସିଲଦାରଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଶାସନ ସବୁ କ୍ଷେତ୍ରରେ ପ୍ରସ୍ତୁତ ଅଛି। ଏହାକୁ ନେଇ ଜନସାଧାରଣ ଭୟଭୀତ ନ ହେବାକୁ ଜିଲାପାଳ ନିବେଦନ କରିଛନ୍ତି।

ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ଜିଲାରେ ୨ମାସ ଯାଏ ଖାଦ୍ୟ ସାମଗ୍ରୀ ମହଜୁଦ ରହିଛି। ଅତ୍ୟାବଶ୍ୟକ ଔଷଧ ସାମଗ୍ରୀ ବ୍ୟବସ୍ଥା କରାଯାଇଛି। ଗ୍ରୀଷ୍ମପ୍ରବାହ କାରଣରୁ ପାନୀୟ ଜଳ ସମସ୍ୟା ଦେଖାଦେଇଥିବାବେଳେ ଏହାର ସମାଧାନ ପାଇଁ ପ୍ରୟାସ ଜାରି ରହିଛି। ଅଗ୍ନିଶମ ବିଭାଗ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ପ୍ରାଣୀଧନ ଚିକିତ୍ସାଧିକାରୀଙ୍କୁ ସତର୍କ କରାଯାଇଛି। ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ କରାଯାଇଥିବାବେଳେ କ୍ଷତିଗ୍ରସ୍ତଙ୍କୁ ତୁରନ୍ତ ସହାୟତା ଯୋଗାଇ ଦେବାକୁ ପଲିଥିନ ରଖାଯାଇଛି। ଆବଶ୍ୟକ ପଡ଼ିଲେ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ସେମାନଙ୍କ ପାଇଁ ରୋଷେଇ ବ୍ୟବସ୍ଥା ମଧ୍ୟ କରାଯିବ।

କୋମଳମତି ଶିଶୁଙ୍କ ସୁରକ୍ଷା ଦୃଷ୍ଟିରୁ ମେ ୨ରୁ ୫ ତାରିଖ ଯାଏ ଜିଲାର ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରଖାଯିବ। ଜିଲା କାର୍ଯ୍ୟାଳୟ ସମେତ ପଞ୍ଚାୟତ, ବ୍ଲକ ଏବଂ ଉପଖଣ୍ଡରେ ସହାୟତା ଲାଗି କଣ୍ଟ୍ରୋଲ ରୁମ୍‌ ଖୋଲାରହିବ। ବାତ୍ୟା ସମୟରେ ଜରୁରୀ ଖାଦ୍ୟ ସାମଗ୍ରୀର ଦର ବୃଦ୍ଧି ରୋକିବାକୁ ଜିଲା ଯୋଗାଣ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।  ବାତ୍ୟା ପ୍ରଭାବରେ ୩ତାରିଖରୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ନଦୀ, ନାଳରେ ପାଣି ଆସି ବାହ୍ୟଜଗତରୁ ବିଚ୍ଛିନ୍ନ ହେବା ଆଶଙ୍କା ଥିବା ଅଞ୍ଚଳ ପ୍ରତି ସତର୍କ ଦୃଷ୍ଟି ରଖାଯାଇଛି। ସାପ କାମୁଡ଼ା ଇଞ୍ଜେକ୍ସନ ଏବଂ  ଝାଡ଼ାବାନ୍ତି ପ୍ରତିଷେଧକ ମହଜୁଦ ରହିଛି। ଜରୁରିକାଳୀନ ପରିସ୍ଥିତିରେ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ସହଯୋଗ କରାଯିବ। ଏଥିରେ ଆତଙ୍କିତ ନ ହେବା ପାଇଁ   ଜିଲାପାଳ  ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ

ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri