ଫରେଷ୍ଟର ଶୋଭାକର ସିଂ ଗିରଫ ଘଟଣା: ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କପ୍ତିପଦା,୧୦।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବନ ବିଭାଗ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରି ଫରେଷ୍ଟର ଶୋଭାକର ସିଂଙ୍କୁ ଫେବୃୟାରୀ ୬ତାରିଖରେ ଗିରଫ କରିଥିଲା। ଏହି ଘଟଣାରେ ସୋମବାର କପ୍ତିପଦା ଉନ୍ନୟନ୍ନ ମଞ୍ଚ ପକ୍ଷରୁ ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି । ଉଦଳା ପୂର୍ବତନ ବିଧାୟକ ଶ୍ରୀନାଥ ସରେନ, ପ୍ରବୀର ଚନ୍ଦ୍ର ସାଏ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଭଗୀରଥ ଦେହୁରୀ, ଭିନ୍ନକ୍ଷମ ମଞ୍ଚର ସଭାପତି ମନୋରଞ୍ଜନ ଜେନା, ମହିଳା ସଭାନେତ୍ରୀ ଭାନୁମତୀ ଦାସ ଏହାର ନେତୃତ୍ୱ ନେଇଥିବା ବେଳେ ଶତାଧିକ ଲୋକ ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ, ୬ତାରିଖରେ କପ୍ତିପଦା ବନ ବିଭାଗ କାର୍ଯ୍ୟାଳୟରେ ବାଲେଶ୍ୱର ଓ ବାରିପଦା ଭିଜିଲାନ୍ସ ଟିମ୍‌ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉରେ ଫରେଷ୍ଟର ସିଂଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଥିଲାା ମାତ୍ର ସିଂଙ୍କଠାରୁ ଭିଜିଲାନ୍ସ ଟିମ୍‌ ଲାଞ୍ଚ ଟଙ୍କା ଜବତ କରିବାକୁ ସକ୍ଷମ ହୋଇ ନ ଥିବା ବିଭାଗ ସୂତ୍ରରୁ ଜଣାପଡ଼ିଥିଲା। ଏହି ଘଟଣାକୁ ନେଇ କପ୍ତିପଦା ଅଞ୍ଚଳବାସୀ ତୀବ୍ର ପ୍ରତିବାଦ କରିଥିଲେ। ଏ ନେଇ ୭ ତାରିଖରେ ଏକ ଅଭିଯୋଗ ପତ୍ର ମୁଖ୍ୟମନ୍ତ୍ରୀ, ଡି.ଜି ଭିଜିଲାନ୍ସ, ଏସ୍‌ପି ଭିଜିଲାନ୍ସ, ଜଲାପାଳ, ଡିଏଫଓଙ୍କୁ ଦିଆଯାଇ ଅବଗତ କରାଯାଇଥିଲା। ମାତ୍ର ଏହାର କୌଣସି ସୁଫଳ ନ ମିଳିବାରୁ ସୋମବାର କପ୍ତିପଦା ଉନ୍ନୟନ୍ନ ମଞ୍ଚ ପକ୍ଷରୁ ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri