ଫରେଷ୍ଟର ଶୋଭାକର ସିଂ ଗିରଫ ଘଟଣା: ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କପ୍ତିପଦା,୧୦।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବନ ବିଭାଗ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରି ଫରେଷ୍ଟର ଶୋଭାକର ସିଂଙ୍କୁ ଫେବୃୟାରୀ ୬ତାରିଖରେ ଗିରଫ କରିଥିଲା। ଏହି ଘଟଣାରେ ସୋମବାର କପ୍ତିପଦା ଉନ୍ନୟନ୍ନ ମଞ୍ଚ ପକ୍ଷରୁ ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି । ଉଦଳା ପୂର୍ବତନ ବିଧାୟକ ଶ୍ରୀନାଥ ସରେନ, ପ୍ରବୀର ଚନ୍ଦ୍ର ସାଏ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଭଗୀରଥ ଦେହୁରୀ, ଭିନ୍ନକ୍ଷମ ମଞ୍ଚର ସଭାପତି ମନୋରଞ୍ଜନ ଜେନା, ମହିଳା ସଭାନେତ୍ରୀ ଭାନୁମତୀ ଦାସ ଏହାର ନେତୃତ୍ୱ ନେଇଥିବା ବେଳେ ଶତାଧିକ ଲୋକ ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ, ୬ତାରିଖରେ କପ୍ତିପଦା ବନ ବିଭାଗ କାର୍ଯ୍ୟାଳୟରେ ବାଲେଶ୍ୱର ଓ ବାରିପଦା ଭିଜିଲାନ୍ସ ଟିମ୍‌ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉରେ ଫରେଷ୍ଟର ସିଂଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଥିଲାା ମାତ୍ର ସିଂଙ୍କଠାରୁ ଭିଜିଲାନ୍ସ ଟିମ୍‌ ଲାଞ୍ଚ ଟଙ୍କା ଜବତ କରିବାକୁ ସକ୍ଷମ ହୋଇ ନ ଥିବା ବିଭାଗ ସୂତ୍ରରୁ ଜଣାପଡ଼ିଥିଲା। ଏହି ଘଟଣାକୁ ନେଇ କପ୍ତିପଦା ଅଞ୍ଚଳବାସୀ ତୀବ୍ର ପ୍ରତିବାଦ କରିଥିଲେ। ଏ ନେଇ ୭ ତାରିଖରେ ଏକ ଅଭିଯୋଗ ପତ୍ର ମୁଖ୍ୟମନ୍ତ୍ରୀ, ଡି.ଜି ଭିଜିଲାନ୍ସ, ଏସ୍‌ପି ଭିଜିଲାନ୍ସ, ଜଲାପାଳ, ଡିଏଫଓଙ୍କୁ ଦିଆଯାଇ ଅବଗତ କରାଯାଇଥିଲା। ମାତ୍ର ଏହାର କୌଣସି ସୁଫଳ ନ ମିଳିବାରୁ ସୋମବାର କପ୍ତିପଦା ଉନ୍ନୟନ୍ନ ମଞ୍ଚ ପକ୍ଷରୁ ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri