ଫରେଷ୍ଟ ରେଞ୍ଜର୍ସ କଲେଜର ସମାବର୍ତ୍ତନ ସମାରୋହ ‘ଜଙ୍ଗଲ କ୍ଷେତ୍ରଫଳରେ ଚତୁର୍ଥ ସ୍ଥାନରେ ଓଡ଼ିଶା’

ଅନୁଗୋଳ ଅଫିସ, ୨୬।୯- ଓଡ଼ିଶା ଫରେଷ୍ଟ ରେଞ୍ଜର୍ସ କଲେଜ ଅନୁଗୋଳର ୧୬ତମ ସମାବର୍ତ୍ତନ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ରାଜ୍ୟ ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ୍‌ ଯୋଗଦେଇ ୯୬ ଜଣ ରେଞ୍ଜ ଅଫିସରଙ୍କୁ ନିଷ୍ଠାର ସହ କାର୍ଯ୍ୟ କରିବାକୁ ସଙ୍କଳ୍ପ କରାଇଛନ୍ତି। ଫରେଷ୍ଟ ରେଞ୍ଜର୍ସ କଲେଜ ନିର୍ଦ୍ଦେଶକ ଭି. କାର୍ତ୍ତିକଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଏହି ଅବସରରେ ମନ୍ତ୍ରୀ ଆରୁଖ୍‌ କହିଥିଲେ ଯେ, ରାଜ୍ୟ ସରକାରଙ୍କ ଉପଯୁକ୍ତ ଜଙ୍ଗଲ ପରିଚାଳନା ଓ ବ୍ୟାପକ ବନୀକରଣ ଯୋଗୁ ଗତ ଦୁଇ ବର୍ଷ ମଧ୍ୟରେ ରାଜ୍ୟରେ ୮୮୫ ବର୍ଗ କିଲୋମିଟର ଜଙ୍ଗଲାଞ୍ଚଳ ବୃଦ୍ଧି ପାଇଛି। ଏଥିସହ ଜଙ୍ଗଲ କ୍ଷେତ୍ରଫଳରେ ଓଡ଼ିଶା ଦେଶରେ ଚତୁର୍ଥ ସ୍ଥାନ ହାସଲ କରିଛି। କାମ୍ପା ଫଣ୍ଡରୁ ଓଡ଼ିଶାକୁ ନିଜ ଅଂଶଧନ ବାବଦକୁ କେନ୍ଦ୍ର ସରକାର ସର୍ବାଧିକ ୫୯୩୩ କୋଟି ୯୮ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଏହି ପାଣ୍ଠିର ପୂର୍ଣ୍ଣ ବିନିଯୋଗ କରି ରାଜ୍ୟ ଜଙ୍ଗଲ ସମ୍ପଦର ପରିଚାଳନା ଓ ବନ୍ୟପ୍ରାଣୀ ସୁରକ୍ଷା ଦିଗରେ ଅଧିକାରୀମାନଙ୍କୁ ପ୍ରତିବଦ୍ଧତାର ସହ କାର୍ଯ୍ୟ କରିବାକୁ ହେବ। ବନ ସମ୍ପଦର ବିକାଶ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରୁଥିବାରୁ ଏହାର ସଫଳ ରୂପାୟନ ମଧ୍ୟ ରେଞ୍ଜ ଅଫିସରଙ୍କ ଉପରେ ନିର୍ଭର କରୁଛି। ଦୀର୍ଘ ଦିନ ହେଲା ବନ ବିଭାଗରେ ବହୁ ପଦବଦବୀ ଖାଲି ରହିଥିଲା। ସରକାର ଏହି ଅଭାବକୁ ପୂରଣ କରିଛନ୍ତି। ୯୬ ଜଣ ରେଞ୍ଜ ଅଫିସର ସଫଳତାର ସହ ତାଲିମ୍‌ ନେଇ ସାରିଥିବାରୁ ନିଷ୍ଠାର ସହ କାର୍ଯ୍ୟ କରିବାକୁ ସଙ୍କଳ୍ପ କରିଥିବା ମନ୍ତ୍ରୀ କହିଥିଲେ। ମହାବାତ୍ୟା ଫନୀ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ବୃକ୍ଷ ଉଜାଡ଼ି ଦେଇଥିବାରୁ ସବୁଜିମାକୁ ଫେରାଇ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଦେଇଥିବା ସ୍ବତନ୍ତ୍ର ଡାକରାରେ ସମସ୍ତେ ଆଗେଇ ଆସିବା ଉଚିତ ବୋଲି ମନ୍ତ୍ରୀ ଆହ୍ବାନ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିବା ପ୍ରଧାନ ମୁଖ୍ୟ ବନ ସଂରକ୍ଷଣ ସନ୍ଦୀପ ତ୍ରିପାଠୀ ପ୍ରଶିକ୍ଷାର୍ଥିମାନଙ୍କୁ ଧୈର୍ଯ୍ୟର ସହ ସମସ୍ତ ବାଧାବିଘ୍ନର ସମାଧାନ କରିବାକୁ ପରାମର୍ଶ ଦେଇଥିଲେ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ବନ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ସୁଦର୍ଶନ ପଣ୍ଡା ଯୋଗଦେଇ ପ୍ରଶିକ୍ଷାର୍ଥୀମାନଙ୍କୁ ଅର୍ଜିତ ଜ୍ଞାନର ସଦୁପଯୋଗ କରିବାକୁ ପରାମର୍ଶ ଦେଇଥିଲେ। ଆର୍‌ସିସିଏଫ୍‌ ପ୍ରଦୀପ ରାଜ୍‌ କାରାଟ୍‌ ସ୍ବାଗତ ଭାଷଣ ଦେଇଥିଲେ। ଏହି ଅବସରରେ ଟ୍ରେନିଂ କଲେଜର ୱେବସାଇଟ୍‌, ଫ୍ଲୋରା ଆପ୍‌, ଫଟୋ ଆଲବମ୍‌ ଓ ପ୍ରଶିକ୍ଷାର୍ଥୀଙ୍କ ବାୟୋଡାଟା ସମ୍ପର୍କିତ ପୁସ୍ତକ (ଗ୍ୟାଲେକ୍ସି)କୁ ମନ୍ତ୍ରୀ ଉନ୍ମୋଚନ କରିଥିଲେ। ଏହି ସମାରୋହରେ ବନ ବିଭାଗର ବରିଷ୍ଠ ଅଧିକାରୀ ଓ ପ୍ରଶିକ୍ଷାର୍ଥୀଙ୍କ ଅଭିଭାବକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri