ଫଲ୍ସ୍‌ ନେଗେଟିଭ୍‌ ବ୍ୟକ୍ତି: କରୋନା ଲଢ଼େଇରେ ସାଜିଛନ୍ତି ସୁପର ସ୍ପ୍ରେଡର !

ନୂଆଦିଲ୍ଲୀ,୧୪।୪: ଭାରତରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ଉଦ୍ୟମ ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଉଛି। ତେବେ କେତେକଙ୍କ କ୍ଷେତ୍ରରେ ସଂକ୍ରମଣର ଲକ୍ଷଣ ପ୍ରକାଶ ପାଉ ନାହିଁ। ଏପରି ବ୍ୟକ୍ତିଙ୍କୁ ଫଲ୍ସ୍‌ ନେଗେଟିଭ୍‌ କୁହାଯାଉଛି। ଭାରତର କରୋନା ଲଢ଼େଇରେ ଫଲ୍ସ୍‌ ନେଗେଟିଭ୍‌ ବ୍ୟକ୍ତି ସମସ୍ୟା ସୃଷ୍ଟି କରୁଥିବା କୁହାଯାଉଛି। ଫଲ୍ସ୍‌ ନେଗେଟିଭ୍‌ଙ୍କ ଯୋଗୁ ସାରା ପୃଥିବୀରେ ମଧ୍ୟ ସମସ୍ୟା ଦେଖାଦେଉଛି। ଏଭଳି ବ୍ୟକ୍ତିଙ୍କ ଯାଞ୍ଚ୍‌ ରିପୋର୍ଟ ନେଗେଟିଭ୍‌ ଆସିଥାଏ। ଫଳରେ ସେମାନଙ୍କୁ କ୍ୱାରାଣ୍ଟାଇନ ଅବା ଆଇସୋଲେଶନ ରଖାଯାଇ ନ ଥାଏ। ଫଲ୍ସ୍‌ ନେଗେଟିଭ୍‌ମାନେ ପରବର୍ତ୍ତୀ ସମୟରେ ସୁପର ସ୍ପ୍ରେଡର ହୋଇଥାନ୍ତି। କରୋନା ଭୂତାଣୁ ଅଳ୍ପ କିଛି ମାସ ଧରି ସଂକ୍ରମଣ ଜାରି ରଖିଥିବାରୁ ଏହା ଭିନ୍ନ ଭିନ୍ନ ପରିବେଶରେ କିଭଳି ଆଚରଣ କରୁଛି ସେନେଇ ଶତପ୍ରତିଶତ ଭାବେ ନିଶ୍ଚିତ ହୋଇ କୌଣସି ମତାମତ ଦିଆଯାଇ ପାରୁ ନ ଥିବା ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି। ସେହିପରି ରିପୋର୍ଟରେ ମଧ୍ୟ ଏଭଳି ସମସ୍ୟା ଦେଖାଦେଉଛି। କିଛିଦିନ ତଳେ ମୁମ୍ବାଇରେ ଜଣେ ଡାକ୍ତରଙ୍କୁ କାଶ ହୋଇଥିଲା। ଏହାପରେ ଜ୍ୱର ମଧ୍ୟ ଆସିଥିଲା। ସେ କସ୍ତୁରବା ହସ୍ପିଟାଲରେ ନମୁନା ପରୀକ୍ଷା କରାଇଥିଲେ। ଏହା ନେଗେଟିଭ୍‌ ଆସିବା ପରେ ସେ ଆଶ୍ୱସ୍ତ ହୋଇଥିଲେ। ମାତ୍ର ପରବର୍ତ୍ତୀ ସମୟରେ ଡାକ୍ତରଙ୍କୁ କରୋନା ପଜିଟିଭ୍‌ ଭାବେ ଚିହ୍ନଟ କରାଯାଇଥିଲା। ଏହି ସମୟ ମଧ୍ୟରେ ଡାକ୍ତର ବିଭିନ୍ନ ଲୋକଙ୍କ ସହିତ ସାକ୍ଷାତ୍‌ କରିଥିଲେ। ନିଜ ଅଜାଣତରେ ଡାକ୍ତର ଜଣେ ସୁପର ସ୍ପ୍ରେଡର ସାଜିଥିଲେ। ଏହାକୁ ଦୃଷ୍ଟିରେ ରଖି କରୋନା ଭୂତାଣୁ ଉପରେ ଅଧିକ ପରୀକ୍ଷା ନିରୀକ୍ଷା କରାଯାଉଛି। ଆଗାମୀ ଦିନରେ ଏଭଳି ସମସ୍ୟାର ମୁକାବିଲା କରାଯାଇପାରିବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

ଇରାନକୁ ପୁଣି ଟ୍ରମ୍ପଙ୍କ ଖୋଲା ଧମକ, କହିଲେ..’ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆବଶ୍ୟକ ପଡ଼ିଲେ ଆଜି ରାତିରେ…’

ଓ୍ବାଶିଂଟନ,୮।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସାମୁଦ୍ରିକ ସୁରକ୍ଷା ବିପନ୍ନ ହେବା ଯୋଗୁ ହର୍ମୁଜ୍ ଷ୍ଟ୍ରେଟ୍ ରେ ଶତାଧିକ ଜାହାଜ…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri