ଫଳକରେ ସୀମିତ ରକ୍ତ ପୃଥକୀକରଣ ୟୁନିଟ୍‌

ବରଗଡ଼ ଅଫିସ୍‌,୧୪।୭ – ରକ୍ତ ବିନା ଜୀବନ ଅସମ୍ଭବ । ରକ୍ତହୀନତା ତଥା ରକ୍ତ ଅଭାବ ଯୋଗୁ ବହ ପ୍ରାଣହାନି ଘଟୁଛି । ରକ୍ତ ଅଭାବ ସମସ୍ୟା ଏଡ଼ାଇବା ସହିତ ଲୋକଙ୍କ ଜୀବନ ରକ୍ଷା ଲକ୍ଷ୍ୟ ନେଇ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ରକ୍ତ ପୃଥକୀକରଣ ୟୁନିଟ୍‌ ଖୋଲାଯାଇଛି। ଗତବର୍ଷ ଅକ୍ଟୋବର ୫ତାରିଖରେ ଉକ୍ତ ୟୁନିଟ୍‌ ଉଦଘାଟିତ ହୋଇଛି ଏବଂ ସରକାରୀ ଉଦାସୀନତା ତଥା ଇଚ୍ଛାଶକ୍ତି ଅଭାବରୁ ଏହା ବର୍ତ୍ତମାନ ସୁଦ୍ଧା କାର୍ଯ୍ୟକ୍ଷମ ହୋଇପାରି ନାହିଁ । ଉଦଘାଟନୀ ଫଳରେ ସୀମିତ ରହିଯାଇଛି ଏହି ରକ୍ତ ପୃଥକୀକରଣ ୟୁନିଟ୍‌ । ଅନ୍ୟପଟେ ଏଥିପାଇଁ ନିର୍ମିତ ରକ୍ତ ପୃଥକୀକରଣ ପ୍ରକୋଷ୍ଠରେ ପ୍ରାୟ ୭୦ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ଆବଶ୍ୟକ ଯନ୍ତ୍ରପାତିର ବ୍ୟୟ ଅଟକଳ ମଧ୍ୟ କୋଟିଏରୁ ଊର୍ଦ୍ଧ୍ୱ ଟପିବ । କିନ୍ତୁ ଏହି ୟୁନିଟ୍‌ରେ ଆଉ ଏକ ଆବଶ୍ୟକ ମେଶିନ (ପ୍ଲାଟିଲେଟ୍‌ ଏଜିଟେଟର୍‌) ଲାଗି ପାରି ନ ଥିବାରୁ ଯୋଗୁ ଉଦଘାଟନର ୯ମାସ ବିତିଯାଇଥିଲେ ସୁଦ୍ଧା ରକ୍ତ ପୃଥକୀକରଣ ୟୁନିଟ୍‌ ଆରମ୍ଭରୁ ଅଚଳ ହୋଇ ପଡ଼ିରହିଛି । ଏ ସମ୍ପର୍କରେ ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସାଧୁଚରଣ ଦାଶଙ୍କୁ ପଚାରିବାରୁ ସେ କହିଥିଲେ, ସେହି ମେଶିନ ରାଜ୍ୟ ସରକାର ଯୋଗାଇବେ । ସେଥିପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଚିଠି ମଧ୍ୟ ଲେଖାଯାଇଛି । ତାହା ଆସିଲେ ଏହି ୟୁନିଟ୍‌ ଚାଲୁ ହୋଇଯିବ ବୋଲି ଡା. ଦାଶ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri