ଫଳକ ଲଗା କାନ୍ଥ ଭୁଶୁଡ଼ିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଛାତ୍ର ମୃତ

ପୁରୁଷୋତ୍ତମପୁର, ୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଆଙ୍ଗୁ ସରକାରୀ ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିକଟରେ ଥିବା ଇଟା କାନ୍ଥ ଭୁଶୁଡ଼ି ପଡ଼ିବାରୁ ଷଷ୍ଠ ଶ୍ରେଣୀ ଛାତ୍ର ଶ୍ୟାମସୁନ୍ଦର ଦାସ(୧୧) ଗୁରୁତର ହୋଇ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଥିଲେ। ବୁଧବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ବ୍ରହ୍ମପୁର ମେଡିକାଲ ଫାଣ୍ଡି ଅଧିକାରୀ ଜନ୍ମେଜୟ ମଲ୍ଲିକ ସ୍ବାସ୍ଥ୍ୟକେନ୍ଦ୍ରରୁ ମୃତଦେହ ଜବତକରିବା ସହ ନଂ. ୩୭୦/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଫାଣ୍ଡି ଅଧିକାରୀ କହିଛନ୍ତି। ଏହି ଘଟଣାକୁ ନେଇ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ, ଶ୍ୟାମସୁନ୍ଦର ସାଙ୍ଗମାନଙ୍କ ସହ ଖେଳୁଥିବା ବେଳେ ବିଦ୍ୟାଳୟ ପରିସରରେ ନିର୍ମାଣ କରାଯାଇଥିବା ସୂଚନାଫଳକ କାନ୍ଥଟି ଭୁଶୁଡି ପଡିଥଲା। ଏହି କାନ୍ଥ ତଳେ ସେ ଚିପି ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ସ୍କୁଲ ଶିକ୍ଷକ ତାଙ୍କୁ ଉଦ୍ଧାରକରି ପରିବାର ଲୋକଙ୍କୁ ଖବର ଦେଇଥିଲେ। ଚିକିତ୍ସା ନିମନ୍ତେ ଶ୍ୟାମସୁନ୍ଦରଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri