ଫଳ ବିକ୍ରେତା କହିଲେ: ମୋତେ ମିଳିବ ପଦ୍ମଶ୍ରୀ, ସ୍ବପ୍ନରେ ବି ଭାବି ନ ଥିଲି

କେନ୍ଦ୍ର ସରକାର ସାଧାରଣତନ୍ତ୍ର ଦିବସ ପୂର୍ବରୁ ୨୦୨୦ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। ଚଳିତବର୍ଷ ୭ଜଣଙ୍କୁ ପଦ୍ମ ବିଭୂଷଣ, ୧୬ଜଣଙ୍କୁ ପଦ୍ମଭୂଷଣ ଏବଂ ୧୧୮ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ। ଏଥର ପଦ୍ମଶ୍ରୀ ପୁରସ୍କାର ପାଇଁ ଅନେକ ସାଧାରଣ ବ୍ୟକ୍ତି ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଫଳ ବିକ୍ରେତା ସାମିଲ ଅଛନ୍ତି। କର୍ନାଟକର ଦକ୍ଷିଣ କନ୍ନଡ ଜିଲାର ୬୮ବର୍ଷୀୟ ଫଳ ବିକ୍ରେତା ହରେକାଲା ହଜାବା ଏକ ଛୋଟ ଦୋକାନରେ ଫଳ ବିକି ଗାଁରେ ଏକ ପ୍ରାଥମିକ ଏବଂ ମାଧ୍ୟମିକ ସ୍କୁଲ ତିଆରି କରିଛନ୍ତି। ଏବେ ସେ ଏକ ବିଶ୍ୱବିଦ୍ୟାଳୟ କରିବାକୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି।

ସବୁଠୁ ରୋଚକ କଥା ହେଉଛି ହଜାବା ଆଦୌ ପାଠ ପଢିନାହାନ୍ତି। ଥରେ ଜଣେ ବିଦେଶୀ ଦମ୍ପତି ତାଙ୍କ ଦୋକାନକୁ କମଳା କିଣିବା ପାଇଁ ଆସିଥିଲେ। ସେମାନେ କମଳାର ମୂଲ୍ୟ ପଚାରିଥିଲେ। କିନ୍ତୁ ହଜାବା ତାହା ବୁଝିପାରି ନ ଥିଲେ। ସେମାନେ କମଳା ନ କିଣି ସେଠାରୁ ପଳାଇ ଥିଲେ। ସ୍ଥାନୀୟ ଭାଷା ବ୍ୟତୀତ ଅନ୍ୟ କୌଣସି ଭାଷା ଶିଖି ନ ଥିବାରୁ ସେଦିନ ତାଙ୍କୁ ବହୁତ ଖରାପ ଲାଗିଥିଲା। ତାଙ୍କ ଭଳି ଅନ୍ୟ କେହି ଯେମିତି ଏଭଳି ପରିସ୍ଥିତି ଦେଇ ଗତି ନ କରୁ, ସେବେଠୁ ଗାଁରେ ଏକ ପ୍ରାଥମିକ ସ୍କୁଲ ଖୋଲିବା କଥା ଚିନ୍ତା କରିଥିଲେ ବୋଲି ହଜାବା କହିଛନ୍ତି। ତେବେ ତାଙ୍କୁ ପଦ୍ମଶ୍ରୀ ମିଳିବା ନେଇ ଘୋଷଣା ହେବାପରେ ସେ କହିଛନ୍ତି, ମୋର ବିଶ୍ୱାସ ହେଉ ନାହିଁ। ସ୍ବପ୍ନରେ ସୁଦ୍ଧା ଭାବି ନ ଥିଲି ମୋତେ ପଦ୍ମଶ୍ରୀ ପୁରସ୍କାର ଦିଆଯିବ। ଶୁଣିକି ଖୁସି ହେଲି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri