Posted inବରଗଡ଼

ଫସଲକ୍ଷତି ସହାୟତା ଦାବି କଲେ ଚାଷୀ

ବରଗଡ଼ ଅଫିସ୍‌,୨୭।୫-ବରଗଡ଼ ଜିଲା ଭେଡ଼େନ ବ୍ଲକ ରୁଷୁଡ଼ା ପଞ୍ଚାୟତ ଅଧିନ ଧାତୁକପାଲି, ଘିଚାପାଲି, ହାଟଗାଁ, ରୁଷୁଡ଼ା, ଭୁତାପାଲି ଆଦି ଅଞ୍ଚଳରେ ଗତ କିଛିଦିନ ତଳେ ହୋଇଥିବା କାଳବୈଶାଖୀରେ ଧାନ ଫସଲ ନଷ୍ଟ ହୋଇଥିଲା । ଅଞ୍ଚଳର ଚାଷୀମାନେ ଏ ନେଇ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ମାତ୍ର ବିଭାଗୀୟ ଅଧିକାରୀମାନେ ସେହି ଫସଲକ୍ଷତି ଉପରେ କିଭଳି ପଦକ୍ଷେପ ନେଇଛନ୍ତି ସେ ନେଇ ଚାଷୀମାନେ ଏପର୍ଯ୍ୟନ୍ତ ଅନ୍ଧାରରେ ରହିଛନ୍ତି । ଫଳରେ ଏ ଦିଗରେ ବିହିତ ପଦକ୍ଷେପ ନେବା ସହିତ କ୍ଷତିଗ୍ରସ୍ତ ଚାଷୀଙ୍କୁ ଫସଲକ୍ଷତି ସହାୟତା ଯୋଗାଇ ଦେବା ପାଇଁ ଚାଷୀମାନେ ଦାବି କରିଛନ୍ତି । ଏହି ଦାବି ନେଇ ବୁଧବାର ଅସିତ୍‌ କୁମାର ବାବୁ, ସୁରେନ୍ଦ୍ର କର୍ମୀ, ସତ୍ୟ ଗୁରାଣ୍ଡି, ସୁରେନ୍ଦ୍ର ମିଶ୍ର ପ୍ରମୁଖ ବରଗଡ଼ ଜିଲାପାଳଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ରାଜସ୍ବ ନିରୀକ୍ଷକଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର…

ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

ଭିତରେ ଶୋଇଥିଲେ ପରିବାର, ପ୍ରବଳ ବର୍ଷାରେ ଭୁଶୁଡ଼ି ପଡ଼ିଲା ଘର

ପଦ୍ମପୁର,୨୯।୭ (ପ୍ରଦୀପ୍ତ ଦାଶ) : ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ପଦ୍ମପୁର ସହର ସମେତ ବିଭିନ୍ନ ଗ୍ରାମାଞ୍ଚଳରେ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଅବିରତ ବର୍ଷା…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri