ଫସଲ ଉଜାଡ଼ିଲେ ୬ ହାତୀ: ଚାଷୀକୁଳ ହତାଶ

ସଜନାଗଡ଼, ୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଞ୍ଚଳରେ କୁଲଡ଼ିହା ଅଭୟାରଣ୍ୟର ୬ଟି ହାତୀ ପଶି ଉପଦ୍ରବ ଚଳାଇଛନ୍ତି। ହାତୀପଲ ଯେତିକି ଫସଲ ଖାଉଛନ୍ତି ତାହାଠାରୁ ଅଧିକ ଦଳିଚକଟି ନଷ୍ଟ କରୁଛନ୍ତି।
୩ ମାସରୁ ବେଶୀ ହେଲାଣି ହାତୀପଲ ବିଭିନ୍ନ ଗ୍ରାମରେ ପଶି ଧାନ ଫସଲ ନଷ୍ଟ କରିଚାଲିଛନ୍ତି। ଏଥିପ୍ରତି ବନବିଭାଗର ନଜର ନ ଥିବା ବେଳେ ଚାଷୀକୁଳ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଧାରକରଜ କରି ଚାଷୀ ବିହନ ସାର ପକାଇଥିବା ବେଳେ ହାତୀପଲ ସେମାନଙ୍କ ଅଣ୍ଟାକୁ ଭାଙ୍ଗି ଦେଇଛନ୍ତି। ରବିବାର ରାତିରେ ହାତୀପଲ ଅଭୟାରଣ୍ୟରୁ ବାହାରି କାଂଶ, ନରସିଂହପୁର, ଆନିକାପୁର, ଦୁର୍ଗାପୁର ଆଦି ଗ୍ରାମରେ ଏକର ଏକର ଚାଷକ୍ଷେତକୁ ଦଳିଚକଟି ନଷ୍ଟ କରିଛନ୍ତି। ସୋମବାର ନୀଳଗିରି ରେଞ୍ଜର ରୁଦ୍ରାନନ୍ଦ ବାରିକଙ୍କ ନେତୃତ୍ୱରେ ୫୦ରୁ ଅଧିକ କର୍ମଚାରୀ ହାତୀପଲକୁ ଘଉଡ଼ାଇଥିଲେ। ମଧ୍ୟାହ୍ନ ୧୨ଟାରେ ହାତୀପଲ ଗୋପାଳପୁର ସଂରକ୍ଷିତ ଜଙ୍ଗଲକୁ ପଶି ଯାଇଥିଲାବେଳେ ବନ ବିଭାଗ ଆପ୍ରାଣ ଚେଷ୍ଟା ପରେ ବି ହାତୀପଲ ଯାଇ ନ ଥିଲେ। ହାତୀପଲ ଘଉଡ଼ାଇବାରେ ମିତ୍ରପୁର ଫରେଷ୍ଟର ଗଣେଶ ଲେଙ୍କା, ନୀଳଗିରି ଫରେଷ୍ଟର ଦେବରାଜ ରାଉତ, ସଜନାଗଡ଼ ଫରେଷ୍ଟର ସରୋଜ ପ୍ରଧାନ, କୁଲଡ଼ିହା ଫରେଷ୍ଟର ନରେଶ ସିଂ, ଗାର୍ଡ଼ ଦୁଷ୍ମନ୍ତ ଜେନା, ହିମାଂଶୁ ପାଢ଼ୀ ସମେତ ସବୁଜ ବାହିନୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri