ଫସି ରହିଛନ୍ତି ବାହାର ରାଜ୍ୟ, ଜିଲାର ଶତାଧିକ ଶ୍ରମିକ ସରିଗଲାଣି ଉପାର୍ଜିତ ଅର୍ଥ, ଖାଦ୍ୟ ପାଇଁ ନିବେଦନ

ଚଣ୍ଡିଖୋଲ,୧୧।୪(ଡି.ଏନ.ଏ)- ଯାଜପୁର ଜିଲା ବଡଚଣା ବ୍ଲକ ବଡବାଲିକୁଦା ପଞ୍ଚାୟତରେ ରାଜ୍ୟ ଓ ରାଜ୍ୟ ବାହାରର ଶ୍ରମିକ ଲକଡାଉନ ପାଇଁ ଫସି ରହିଛନ୍ତି। କରୋନା ପାଇଁ ଲକଡାଉନ ଘୋଷଣା ହେବା ଯୋଗୁ ଏମାନେ ନିଜ ରାଜ୍ୟ ଓ ଜିଲାକୁ ଯାଇପାରି ନାହାନ୍ତି। ପଞ୍ଚାୟତର ସ୍କୁଲ ବାରଣ୍ଡା, ବିଭିନ୍ନ ଦୋକାନ ବାରଣ୍ଡାରେ ସେମାନେ ଅତି ଦୟନୀୟ ଭାବେ ରହୁଛନ୍ତି। ତେବେ ଏହି ଶ୍ରମିକଙ୍କ ମଧ୍ୟରୁ ୬୦ ପ୍ରତିଶତ ହେଉଛନ୍ତି ମହିଳା। ବଡଚଣା ବ୍ଲକ ଅନ୍ତର୍ଗତ ସାଉଡିଆ, ନିଆଳି, ବରପଦା, ବଡବାଲିକୁଦା ଆଦି ଅନେକ ପଞ୍ଚାୟତରେ ବ୍ୟାପକ ଭାବେ ବଦାମ ଚାଷ କରାଯାଏ। ବାଦାମ ଅମଳ ସମୟରେ ଅଧିକ ଶ୍ରମିକଙ୍କ ଆବଶ୍ୟକ ପଡ଼ୁଥିବାରୁ କିଛି ବର୍ଷ ହେବ କେନ୍ଦୁଝର, ମୟୁରଭଞ୍ଜ ଓ ପଶ୍ଚିମବଙ୍ଗରୁ ଶ୍ରମିକମାନେ ଆସି ଏହି ପଞ୍ଚାୟତଗୁଡିକରେ କାର୍ଯ୍ୟ କରିଥାନ୍ତି। ଚଳିତ ବର୍ଷ କେନ୍ଦୁଝର, ମୟୁରଭଞ୍ଜ ଓ ପଶ୍ଚିମବଙ୍ଗରୁ ୧୫୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆସିଥିଲାବେଳେ ସେମାନଙ୍କ ମଧ୍ୟରୁ କେତେଜଣ ଲକଡାଉନ ପୂର୍ବରୁ ନିଜ ଅଞ୍ଚଳକୁ ଫେରି ଯାଇଥିବାବେଳେ ବାକି ୧୦୦ରୁ ଊର୍ଦ୍ଧ୍ୱ ଶ୍ରମିକ ଏବେ ବି ଫସି ରହିଛନ୍ତି। ଏମାନେ ଏବେ ଏହି ସବୁ ପଞ୍ଚାୟତର ଦୋକାନ ଗୃହ ବାରଣ୍ଡା, ସ୍କୁଲ ବାରଣ୍ଡାରେ ଅତ୍ୟନ୍ତ ଦୟନୀୟ ଜୀବନ ବିତାଉଛନ୍ତି। ଯାହା ସଞ୍ଚିତ ଅର୍ଥ ଥିଲା ତାହା ସରିଗଲାଣି। ପାଖରେ ଖାଦ୍ୟ ନ ଥିବାରୁ ସେମାନେ ସହୟତା ପାଇଁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri