ଖୁଣ୍ଟା,୧୨୦ା୩(ଡ଼ି.ଏନ୍.ଏ.)-ଖୁଣ୍ଟା ଥାନା ଅଧୀନ ବଡ଼ କରଞ୍ଜିଆ – ବାହାନଡା ରାସ୍ତାରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଜଣେ ଘରୋଇ ଫାଇନାନ୍ସ କମ୍ପାନୀର ମହିଳା କର୍ମଚାରୀଙ୍କଠାରୁ ସ୍କୁଟି ଓ ୬୫ ହଜାର ଟଙ୍କା ଲୁଟିନେଇଥିବା ସମ୍ପର୍କରେ ଖୁଣ୍ଟା ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୩୪/୨୦୨୦) ରୁଜୁ କରି ତଦନ୍ତ ଜାରି ରଖିଛି। ଲୁଟର ଶିକାର ହୋଇଥିବା ମହିଳା କର୍ମଚାରୀ ଜଣକ ହେଲେ ବାଲେଶ୍ୱର ଅଞ୍ଚଳର। ସେ ବାରିପଦାସ୍ଥିତ ଏକ ଘରୋଇ ଫାଇନାନ୍ସ କମ୍ପାନୀର ଫିଲଡ଼ କ୍ରେଡିଟ ଅଫିସର ଭାବେ କାର୍ଯ୍ୟ କରୁଥିଲେ। ବୁଧବାର ବଡ କରଞ୍ଜିଆ ଗ୍ରାମର ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀଗୁଡିକ ଠାରୁ କିସ୍ତି ଟଙ୍କା ଆଦାୟ ପାଇଁ ଯାଇଥିଲେ। ତେବେ ଅପରାହ୍ନ ପ୍ରାୟ ସାଢେ ୫ଟା ସମୟରେ ସେ ଆଦାୟ ଟଙ୍କା ଓ ଅଶ୍ୟକୀୟ କାଗଜପତ୍ର ନେଇ ସ୍କୁଟି ଯୋଗେ ଫେରୁଥିଲେ। ବାହାନଡା ରାସ୍ତାର ଏକ ନିଛାଟିଆ ସ୍ଥାନରେ ବାଇକ ଧରି ପୂର୍ବରୁ ଜଗି ରହିଥିବା ୩ ଯୁବକ ତାଙ୍କ ସ୍କୁଟିକୁ ଧକ୍କା ଦେବାରୁ ସେ ତଳେ ପଡ଼ି ଯାଇଥିଲେ। ଏହି ସୁଯୋଗରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ତାଙ୍କଠାରୁ ସ୍କୁଟି, ଟଙ୍କା ଥିବା ଏକ ବ୍ୟାଗ ଓ ତାଙ୍କ ମୋବାଇଲ ଫୋନ ଲୁଟି ଚମ୍ପଟ ମାରିଥିବା ଅଭିଯୋଗ ହୋଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ
ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…
ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା
ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…
୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ
ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…
ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଜଣେ ମୃତ….
ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା…
ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ
ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…
ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର
ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…
ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ
ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…
ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର
ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…
Archives

