ଫାଇନାନ୍ସ କର୍ମଚାରୀଙ୍କଠାରୁ ଟଙ୍କା ଲୁଟ ଘଟଣା: ବନ୍ଧୁକ, ବାଇକ, ଟଙ୍କା ଜବତ: ୬ ଗିରଫ

ରାଇକିଆ,୧୩ା୭(ଡ଼ି.ଏନ.ଏ.)-ରାଇକିଆ ଥାନା କରଡ଼ା ନିକଟରେ ଗତ ଫେବୃୟାରୀରେ ଏକ ଘରୋଇ ଫାଇନାନ୍ସ କମ୍ପାନୀ କର୍ମଚାରୀମାନଙ୍କଠାରୁ ହୋଇଥିବା ଟଙ୍କା ଲୁଟ ଘଟଣାରେ ୬ ଅଭିଯୁକ୍ତଙ୍କୁ ଶୁକ୍ରବାର ରାଇକିଆ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଦାରିଙ୍ଗବାଡ଼ିର ପ୍ରଶାନ୍ତ ପ୍ରଧାନ, ରାଇକିଆର ବିଜୟ ନାୟକ, ରଣବାର ଅଧୀର ଦଳ ବେହେରା, ସଞ୍ଜୟ ନାୟକ , ଚନ୍ଦ୍ର ଶେଖର ନାୟକ ଓ ଭଞ୍ଜନଗରର ଅମିତ ବେହେରା। ତାଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ, ୪ ବାଇକ୍‌, ନଗଦ ୪୪ ହଜାର ଟଙ୍କା, ଦୁଇଟି ଟ୍ୟାବ, ଏବଂ ଗୋଟିଏ ମୋବାଇଲ ଫୋନ ଜବତ କରିଛି। ଫେବୃୟାରୀ ୬ ତାରିଖରେ ସୋରଡ଼ାର ଏକ ଫାଇନାନ୍ସ କମ୍ପାନୀ କର୍ମଚାରୀମାନେ ଋଣ ଟଙ୍କା ଆଦାୟ ପାଇଁ ରାଇକିଆ ଆସିଥିଲେ। ବିଭିନ୍ନ ଅଞ୍ଚଳରୁ ଟଙ୍କା ସଂଗ୍ରହ କରି ୭ ଜଣ କର୍ମଚାରୀ ସନ୍ଧ୍ୟାରେ ସୋରଡ଼ା ଅଭିମୁଖେ ୭ଟା ବାଇକ୍‌ରେ ବାହାରିଥିଲେ। ପୂର୍ବରୁ ଏମାନଙ୍କ ଗତିବିଧି ଲକ୍ଷ୍ୟ ରଖିଥିବା ଅଭିଯୁକ୍ତମାନେ କରଡ଼ା – ସୁନାପାଲି ନିକଟରେ ସନ୍ଧ୍ୟା ପ୍ରାୟ ସାଢେ ୬ଟାlj ଅତର୍କିତ ଆକ୍ରମଣ କରିଥିଲେ। ଚାରିଜଣ କର୍ମଚାରୀ ଖସି ପଳାଇବାକୁ ସକ୍ଷମ ହୋଇଥିବା ବେଳେ ୩ ଜଣ ଲୁଟେରାଙ୍କ ହାବୁଡ଼ରେ ପଡ଼ିଥିଲେ। ସେମାନଙ୍କୁ ପ୍ରଥମେ ମାଡ଼ ମାରିବା ପରେ ବନ୍ଧୁକ ଦେଖାଇ ଭୟଭୀତ କରିବା ସହ ୬ଲକ୍ଷ ଟଙ୍କା ସମେତ ଏକ ବାଇକ୍‌, ଦୁଇଟି ଟ୍ୟାବ, ଦୁଇଟି ମୋବାଇଲ ଫୋନ, ଦୁଇଟି ପାଓ୍ବାର ବ୍ୟାଙ୍କ ଛଡ଼଼ାଇ ନେଇଥିଲେ। ଏ ନେଇ କର୍ମଚାରୀମାନେ ରାଇକିଆ ଥାନାରେ ଅଭିଯୋଗ କରିବା ପରେ ପୋଲିସ ନଂ. ୬/୧୯ ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଗୁରୁବାର ରାଇକିଆ ସତ୍‌ସଙ୍ଗ ବିହାର ନିକଟରେ ଯାନବାହନ ଯାଞ୍ଚ ବେଳେ ଏକ ବାଇକ୍‌କୁ ଅଟକାଇବା ସହ କାଗଜପତ୍ର ମାଗିଥିଲା। ଗାଡ଼ିଟି ଚୋରା ଏବଂ କରଡ଼ା ଡ଼କାୟତିରେ ଚୋରି ହୋଇଥିବା ନେଇ ନିଶ୍ଚିତ ହେବା ପରେ ଏହି ଘଟଣାରେ ଜଣକ ପରେ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଥିଲ। ଘଟଣାରେ ଆହୁରି ୪ ଜଣ ସମ୍ପୃକ୍ତ ଅଛନ୍ତି। ସେମାନଙ୍କୁ ଧରିବା ପାଇଁ ଉଦ୍ୟମ କରାଯାଉଥିବା ନେଇ ରାଇକିଆ ଥାନା ଅଧିକାରୀ ନରେଶ ସାହୁ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ଯୋଗାଇ ଦିଆଯାଉଛି ଔଷଧ

ଭଞ୍ଜନଗର,୧୮/୨(ବାବୁଲା ପ୍ରଧାନ): ବର୍ତ୍ତମାନ ବରିଷ୍ଠ ନାଗରିକ ସପ୍ତାହ ଚାଲିଛି। ଏଥିପାଇଁ ବରିଷ୍ଠ ନାଗରିକମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହେଉଛି। ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କବିତା…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri