ଫାଇନାନ୍ସ କର୍ମଚାରୀଙ୍କଠାରୁ ୧.୧୮ ଲକ୍ଷ ଲୁଟ୍‌ ଅଭିଯୋଗ

ରୂପ୍‌ସା,୧୩।୮(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ନଗ୍ରମ ସ୍କୁଲଛକଠାରେ ସୋମବାର ଏକ ଫାଇନାନ୍ସ କମ୍ପାନୀର କର୍ମଚାରୀଙ୍କଠାରୁ ୧ଲକ୍ଷ ୧୮ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା (ନଂ. ୨୫୭/୧୯) ରୁଜୁକରି ତଦନ୍ତ ଜାରି ରଖିଛି। ତେବେ କର୍ମଚାରୀ ଜଣକ ଏହି ଅର୍ଥ ହଡ଼ପ କରିବା ପାଇଁ ସୁପରିକଳ୍ପିତ ଯୋଜନା କରିଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି ବୋଲି ତଦନ୍ତ ଅଧିକାରୀ ହଳଦୀପଦା ଫାଣ୍ଡି ଅଧିକାରୀ ବଦ୍ରିଶଙ୍କର ଷଣ୍ଢ ପ୍ରକାଶ କରିଛନ୍ତି।

ଖୋର୍ଦ୍ଧା ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ମାର୍ଥା ଭାରତ ଫାଇନାନ୍ସ କମ୍ପାନୀରେ ଚାକିରି କରନ୍ତି। ସେ ସୋମବାର ନଗ୍ରମ ଗ୍ରାମକୁ ଯାଇ ମହିଳା ଗୋଷ୍ଠୀଙ୍କଠାରୁ ଋଣ ଓ ମାସିକିଆ କିସ୍ତି ଆଦାୟ କରିଥିଲେ। ଆଦାୟ ପଇସା ନେଇ ବାଲେଶ୍ୱର କାର୍ଯ୍ୟାଳୟକୁ ଜମା କରିବା ପାଇଁ ଯିବା ସମୟରେ ୩ଜଣ ଦୁର୍ବୃତ୍ତ ମାରଣାସ୍ତ୍ର ଦେଖାଇ ତାଙ୍କଠାରୁ ୧ଲକ୍ଷ ୧୮ହଜାର ଟଙ୍କା ଲୁଟ୍‌ କରି ଚମ୍ପଟ ମାରିଥିବା ସେ ଫାଣ୍ଡିରେ ଅଭିଯୋଗ କରିଥିଲେ। ଘଟଣା ଘଟିଥିଲା ଅପରାହ୍ନ ଗୋଟାଏ ୫ ମିନିଟ୍‌ରେ। କିନ୍ତୁ ପୂର୍ଣ୍ଣଚନ୍ଦ୍ର ଦିନ ଗୋଟାଏ ୪ ମିନିଟ୍‌ ସମୟରେ ତାଙ୍କ ଫାଇନାନ୍ସ ଅଫିସ୍‌କୁ ଫୋନ୍‌ ଯୋଗେ ଲୁଟ୍‌ ସମ୍ପର୍କରେ ଅବଗତ କରାଇଥିବା ପୋଲିସ ତଦନ୍ତରୁ ଜାଣିପାରିଛି। ଅପରପକ୍ଷରେ ଗାଁ ସ୍କୁଲ ଛକଠାରେ ଏହି ଘଟଣା ଘଟିଥିଲେ ହେଁ ପୂର୍ଣ୍ଣଚନ୍ଦ୍ର ସେଠାରେ କୌଣସି ଚିତ୍କାର କରି ନ ଥିଲେ କି ଉପସ୍ଥିତ ଗ୍ରାମବାସୀଙ୍କୁ ଏନେଇ କିଛି କହି ନ ଥିଲେ ବୋଲି ଫାଣ୍ଡି ଅଧିକାରୀ ଷଣ୍ଢ ସୂଚନା ଦେଇଛନ୍ତି। ବରଂ ସେ ଦିନ ଗୋଟାଏ ୪୧ମିନିଟ୍‌ରେ ଫାଣ୍ଡିରେ ପହଞ୍ଚତ୍ ଲିଖିତ ଅଭିଯୋଗ କରିଥିବାରୁ ଲୁଟ୍‌ ଘଟଣା ନେଇ ପୋଲିସ ସନ୍ଦେହ ପ୍ରକଟ କରିଛି। ତେବେ ପ୍ରକୃତ ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ପୋଲିସ ପକ୍ଷରୁ ଛାନଭିନ୍‌ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri