ଫାଇନାନ୍ସ କର୍ମଚାରୀଙ୍କୁ ଛୁରା ମାଡ଼ କରି ଲୁଟ୍‌ ଅଭିଯୋଗ

ଘସିପୁରା, ୨୮।୧(ଡି.ଏନ.ଏ.)-ଘସିପୁରା ଥାନା ଅନ୍ତର୍ଗତ ନାହାଗୁଣାରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ଛୁରା ମାଡ଼ କରି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଗୁରୁତର ଆହତ ଫାଇନାନ୍ସ କର୍ମଚାରୀ ନିଶାକର ମଲ୍ଲିକଙ୍କୁ ଚିକିତ୍ସା ପାଇଁ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନିଶାକାର ଏକ ଘରୋଇ ଫାଇନାନ୍ସ କମ୍ପାନୀରେ କାମ କରନ୍ତି। ସେ ନାହାଗୁଣା ଅଞ୍ଚଳରେ କେତେକ ସ୍ବୟଂ ସହାୟକ ଗୋଷ୍ଠୀକୁ ଦିଆଯାଇଥିବା ଋଣ ଅର୍ଥ ଆଦାୟ ପାଇଁ ଯାଇଥିଲେ। ତେବେ ୨୦ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ପଲସର ଗାଡ଼ିରେ ୨ଜଣ ଦୁର୍ବୃତ୍ତ ଆସି ସେ ଧରିଥିବା ଟଙ୍କା ବ୍ୟାଗକୁ ଲୁଟି ନେଇଥିଲେ। ନିଶାକର ଏହି ଘଟଣାର ପ୍ରତିବାଦ କରିବାରୁ ଦୁର୍ବୃତ୍ତମାନେ ତାଙ୍କୁ ଛୁରାମାଡ଼ କରିଥିଲେ। ସେ ଗୁରୁତର ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ଚିକିତ୍ସା ପାଇଁ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଘସିପୁରା ପୋଲିସ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ଲୁଟେରାଙ୍କ ଟେର ପାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

ଅନଶନରୁ ଓହରିଲେ ସୋନମ ୱାଙ୍ଗଚୁକ: ଜେପି ନଡ୍ଡାଙ୍କୁ ୩ ଦାବି କଲେ CJP ନେତା, ଆଶ୍ଚର୍ଯ୍ୟ ହୋଇଗଲେ…

ନୂଆଦିଲ୍ଲୀ, ୨୦।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋମବାର ତାଙ୍କର ୨୩ ଦିନିଆ ଭୋକ ହରତାଳ ଶେଷ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା, ‘କକରୋଚ ଜନତା ପାର୍ଟି’…

ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ…

ସୋନମ ୱାଙ୍ଗଚୁକଙ୍କୁ ଚାରିଆଡ଼ୁ ସମର୍ଥନ: ଯୁବପିଢ଼ିର ଭବିଷ୍ୟତକୁ ସୁରକ୍ଷିତ କରିବା ଦାବିରେ…

କେନ୍ଦୁଝର,୨୦।୭(ନରେଶ ଚନ୍ଦ୍ର ପଟ୍ଟନାୟକ):ଦେଶର ଶିକ୍ଷା ବ୍ୟବସ୍ଥାକୁ ବଞ୍ଚାଇବା ଏବଂ ଯୁବପିଢ଼ିର ଭବିଷ୍ୟତକୁ ସୁରକ୍ଷିତ କରିବା ଦାବିରେ ସଂଘର୍ଷ କରୁଥିବା ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ଆଜି କେନ୍ଦୁଝରରେ ଆମ…

ଧମକ ଚମକ ଦେଇ କାମରୁ ବାହାର କରି ଦେବାରୁ ଏସ୍‌ପିଙ୍କ ଦାରସ୍ଥ ହେଲେ ଆର୍ଯ୍ୟପଲ୍ଲୀ ମହିଳା

ଛତ୍ରପୁର,୨୦।୭( ଦିଲ୍ଲୀପ ସାମଲ/ ଦ୍ୱାରିକା ପଟ୍ଟନାୟକ): ୫୦ ବର୍ଷ ପୂର୍ବରୁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଥିବା ଭାଲିଆ ତୋଟାରେ ଜଗୁଆଳି…

ସ୍ଥାନୀୟ ଯୁବତୀଯୁବକଙ୍କୁ ମିଳୁ ସ୍ଥାୟୀ ନିଯୁକ୍ତି: ଦାବି କଲା କଂଗ୍ରେସ, ପୂରଣ ନ ହେଲେ ଆଗାମୀ ଦିନରେ…

ଛତ୍ରପୁର,୨୦।୭( ଦିଲ୍ଲୀପ ସାମଲ/ ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ଉପକଣ୍ଠରେ ଥିବା ଆଇ. ଆର୍‌. ଇ. ଏଲ. ଓ ଗୋପାଳପୁର ବନ୍ଦର ଭଳି ପ୍ରତିଷ୍ଠିତ ଶିଳ୍ପରେ ସ୍ଥାନୀୟ ଯୁବତୀଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri