Posted inଖେଳ

ଫାଇନାଲରେ ଲକ୍ଷ୍ୟ

ସାରବ୍ରୁକେନ(ଜର୍ମାନୀ),୩।୧୧- ଦେଶର ଉଦୀୟମାନ ବ୍ୟାଡ୍‌ମିଣ୍ଟନ ଖେଳାଳି ଲକ୍ଷ୍ୟ ସେନ୍‌ ଅନ୍ୟ ଭାରତୀୟ ଖେଳାଳି କିରେନ ଜର୍ଜଙ୍କୁ ୨୧-୧୩, ୧୪-୨୧, ୨୧-୯ ଗେମ୍‌ରେ ହରାଇ ଏଠାରେ ଚାଲିଥିବା ସାରଲରଲକ୍ସ ଓପନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ୮ମ ସିଡ୍‌ ଲକ୍ଷ୍ୟଙ୍କୁ ମ୍ୟାଚ୍‌ ଜିତିବା ପାଇଁ ମାତ୍ର ୩୭ ମିନିଟ୍‌ ସମୟ ଲାଗିଥିଲା। ଉଭୟ ଭାରତୀୟ ଖେଳାଳି ୫ ଥର ପରସ୍ପରକୁ ଏପର୍ଯ୍ୟନ୍ତ ଭେଟିଥିଲେ ହେଁ ସବୁଥର ଲକ୍ଷ୍ୟ ବିଜୟୀ ହୋଇଛନ୍ତି। ଅନ୍ୟପକ୍ଷରେ ବିଶ୍ୱର ୧୫୬ତମ ର଼୍ୟାଙ୍କପ୍ରାପ୍ତ ଜର୍ଜ ଚଳିତ ଟୁର୍ନାମେଣ୍ଟର ସେମିଫାଇନାଲ ପୂର୍ବରୁ ସମସ୍ତ ମ୍ୟାଚ୍‌କୁ ସିଧାସଳଖ ଗେମ୍‌ରେ ଜିତିଥିଲେ। ତାଙ୍କୁ ହରାଇ ୫୧ତମ ର଼୍ୟାଙ୍କ୍‌ଧାରୀ ଲକ୍ଷ୍ୟ ସିନିୟର ବର୍ଗରେ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ୧୮ ବର୍ଷୀୟ ଖେଳାଳି କ୍ରମାଗତ ଦ୍ୱିତୀୟ ସୁପର ୧୦୦ ଟାଇଟଲ ଜିତିବା ଆଶାରେ ରହିଛନ୍ତି। ସେ ଗତ ଅକ୍ଟୋବରରେ ଡଚ୍‌ ଓପନ୍‌ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri