Posted inଖେଳ

ଫାଇନାଲ ରାଉଣ୍ଡରେ ନାଗଲ

ନ୍ୟୁୟର୍କ,୨୩।୮(ପିଟି): ଭାରତୀୟ ଟେନିସ ଖେଳାଳି ସୁମିତ ନାଗଲ କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳିବାର ନିକଟତର ହୋଇଛନ୍ତି। ୟୁଏସ୍‌ ଓପନ ଟୁର୍ନାମେଣ୍ଟର କ୍ୱାଲିଫାୟର୍ସରେ ନାଗଲ ଦ୍ୱିତୀୟ ବାଧା ଅତିକ୍ରମ କରିବାରେ ସଫଳ ହୋଇଛନ୍ତି। ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୧୯୦ ତମ ସ୍ଥାନରେ ଥିବା ନାଗଲ ୭-୫, ୭-୬(୭/୦) ସେଟ୍‌ରେ କାନାଡାର ପିଟର ପୋଲାନ୍ସକିଙ୍କୁ ହରାଇ ଦେଇଛନ୍ତି। ବିଜୟ ଲାଗି ତାଙ୍କୁ ୨ ଘଣ୍ଟା ୮ ମିନିଟ୍‌ ଧରି ସଂଘର୍ଷ କରିବାକୁ ପଡ଼ିଥିଲା। ୨୨ ବର୍ଷୀୟ ହରିୟାଣା ଖେଳାଳି ଫାଇନାଲ କ୍ୱାଲିଫାଇଂ ରାଉଣ୍ଡରେ ୨୧୨ ର଼୍ୟାଙ୍କ ବ୍ରାଜିଲର ଜୋଆ ମେନେଜେସଙ୍କ ସହ ମୁକାବିଲା କରିବେ। ଗତ ବର୍ଷ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ, ଫ୍ରେଞ୍ଚ ଓପନ ଓ ଓ୍ବିମ୍ବେଲଡନ ଓପନର ଯୋଗ୍ୟତା ପର୍ଯ୍ୟାୟରେ ଖେଳିଥିଲେ। ହେଲେ କୌଣସି ଥର ପ୍ରଥମ ମୁକାବିଲାକୁ ଜିତିବାକୁ ସକ୍ଷମ ହୋଇ ନ ଥିଲେ। ଏହା ବ୍ୟତୀତ ଦେଶର ଏକମାତ୍ର ସିଙ୍ଗଲ୍ସ ଖେଳାଳି ଭାବେ ପ୍ରଜନେଶ ଗୁଣେଶ୍ୱରନ ସିଧାସଳଖ ୟୁଏସ୍‌ ଓପନ ମୁଖ୍ୟ ପର୍ଯ୍ୟାୟରେ ଖେଳିବାକୁ ଯାଉଛନ୍ତି। ସେ ପ୍ରଥମ ରାଉଣ୍ଡରେ ୫ମ ସିଡ୍‌ ଡାନିଏଲ ମେଡଭେଡେଭଙ୍କ ସହ ମୁକାବିଲା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri