ଫାଇଲେରିଆ ବଟିକା ଖାଇ ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ପାତ୍ରପୁର,୧୧ା୨(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବାଦପୁର ପଞ୍ଚାୟତ ବୁରୁପଡ଼ା ପ୍ରାଥମିକ ବିଦ୍ୟାଳୟର ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ସୋମବାର ଫାଇଲେରିଆ ବଟିକା ଖାଇ ଅସୁସ୍ଥ ହୋଇଥିଲେ। ସେମାନଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସମସ୍ତେ ସୁସ୍ଥ ହୋଇ ଫେରିଥିବା ଜଣାପଡିଛି। ଏନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ପ୍ରକାଶ ଯେ, ସୋମବାର ପ୍ରଧାନ ଶିକ୍ଷକ ବିଦ୍ୟାଳୟର ପ୍ରାୟ ୧୦୦ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ପରେ ଫାଇଲେରିଆ ବଟିକା ଖାଇବାକୁ ଦେଇଥିଲେ। ଅପରାହ୍ନରେ ବିଦ୍ୟାଳୟ ଛୁଟିପରେ ସମସ୍ତେ ଘରକୁ ଯାଇଥିଲେ। ସନ୍ଧ୍ୟାରେ କେତେଜଣ ଛାତ୍ରୀଛାତ୍ରଙ୍କ ମୁଣ୍ଡ ବୁଲାଇବା ସହ ବାନ୍ତି ହୋଇଥିଲା। ଅଭିଭାବକମାନେ ଅଟୋ ଓ ବାଇକ୍‌ରେ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଗ୍ରାମର ମାଧବ ବେହେରା, ପବିତ୍ର ପ୍ରଧାନ, ଅଜିତ ପ୍ରଧାନ, ଚେତନ ସାହୁ, ଲିପି ସେଠୀ, ସାଇ ପ୍ରଧାନ, ସନ୍ଧ୍ୟା ବେହେରା, ଚାନ୍ଦିନୀ ବେହେରା, ନନ୍ଦିନୀ ବେହେରା, ସନିଆ ପ୍ରଧାନ, ନିଶି ପ୍ରଧାନ, ଆରତି ପ୍ରଧାନ, ସ୍ନେହା ପ୍ରଧାନ, ସୋନାଲି କନ୍ୟାରୀ, ଶ୍ରୀୟା ପ୍ରଧାନ, ସଞୟ ବେହେରା, ପୂଜା ବେହେରା, ସୁରେଶ ବେହେରା, ମଙ୍ଗଳା ବେହେରା, ଅର୍ଚ୍ଚିତା ବେହେରା, ଅନିତା ବେହେରା, ବାବୁଲା ସାହୁ, ରାଜେଶ୍ୱରୀ ବେହେରା, ଗାୟତ୍ରୀ ପ୍ରଧାନ, ଅଙ୍କିତ ପ୍ରଧାନଙ୍କ ସହ ପ୍ରାୟ ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର ମେଡିକାଲରେ ଚିକିତ୍ସିତ ହେଉଛନ୍ତି।
ନେଇ ଗ୍ରାମରେ ଭୟର ବାତାବରଣ ଦେଖାଦେବା ସହ ଗ୍ରାମବାସୀ ସ୍କୁଲ ଆଗରେ ରୁଣ୍ଡହୋଇ ପାଟିତୁଣ୍ଡ କରିଥିଲେ। ଖବର ଲେଖାହେବା ସୁଦ୍ଧା ପ୍ରଶାସନ କିମ୍ବା ବିଦ୍ୟାଳୟର କୌଣସି ଶିକ୍ଷକ ଗ୍ରାମରେ ପହଞ୍ଚତ୍ ନାହାନ୍ତି। ଏନେଇ ପ୍ରଧାନ ଶିକ୍ଷକ ଫକୀର ମୋହନ ବେହେରାଙ୍କୁ କଲ୍‌ କରିଥିଲେ ମଧ୍ୟ ସେ ଫୋନ ରିସିଭ କରୁନାହାନ୍ତି। ପ୍ରାଥମିକ ଚିକିତ୍ସା ପରେ
କେତେଜଣ ଛାତ୍ରୀଛାତ୍ର ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri