ଫାର୍ମାସିଷ୍ଟଙ୍କ ଭରସାରେ ୧୨ ପଞ୍ଚାୟତବାସୀ

ବଇଣ୍ଡା, ୧୮ା୬(ଡି.ଏନ.ଏ.)  ସ୍ବାସ୍ଥ୍ୟକେନ୍ଦ୍ର ଅଛି। ହେଲେ ସେବା ଯୋଗାଇବାକୁ ୮ମାସ ହେଲା ଡାକ୍ତର ନାହାନ୍ତି। ବାରମ୍ବାର ଦାବି ସତ୍ତ୍ୱେ ଜିଲା ପ୍ରଶାସନ ପଦକ୍ଷେପ ନେଉ ନ ଥିବାରୁ ଫାର୍ମାସିଷ୍ଟଙ୍କ ଉପରେ ନିର୍ଭର କରୁଛନ୍ତି ଅନୁଗୋଳ ଜିଲା କିଶୋରନଗର ଓ ଆଠମଲ୍ଲିକ ବ୍ଲକର ୧୨ ପଞ୍ଚାୟତବାସୀ। ତୁରନ୍ତ ବ୍ଲକର ହଣ୍ଡପା ଓ ବଇଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ବଇଣ୍ଡା ସଚେତନ ନାଗରିକ ମଞ୍ଚ ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।
ଅଭିଯୋଗ ମୁତାବକ, ୫୫ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ବଇଣ୍ଡା ଓ ହଣ୍ଡପା ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ଏହା ଉପରେ ନୁନୁକାପଶି, ଲୁହାମୁଣ୍ଡା, ଜାମ୍ବୁନାଳୀ, ଗାଁବଇଣ୍ଡା, କଟରଙ୍ଗା, ହଣ୍ଡପା, ନାକିଚି, ବିଲେଇନାଳୀ, କଣ୍ଟେଇକୁଳିଆ, ଆଠମଲ୍ଲିକ ବ୍ଲକର ପେଡିପଥର, କୁରୁମଟାପ, ସାନହୁଲା ପଞ୍ଚାୟତବାସୀ ନିର୍ଭରଶୀଳ। ହେଲେ ଚିକିତ୍ସା ପାଇଁ ଏଠାରେ ଡାକ୍ତର ନାହାନ୍ତି। ସେହିପରି କୌଣସି ସାଧାରଣ ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ୩୬ କିମି ଦୂର କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନଚେତ ୪୫ କିମି ଦୂର ଜିଲା ମୁଖ୍ୟ ଚିକିତ୍ସାଳୟ ଯିବାକୁ ପଡୁଛି। ସେହିପରି ରାଜପଥରେ ଦୁର୍ଘଟଣାଗ୍ରସ୍ତଙ୍କୁ ମଧ୍ୟ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ମିଳିପାରୁନାହିଁ। ରୋଗୀଙ୍କ ମେଡିକାଲ ରିପୋର୍ଟ ପାଇଁ କିଶୋରନଗର ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରିବାକୁ ପଡୁଛି। ତୁରନ୍ତ ଏ ଦିଗରେ ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ପ୍ରତାପ ପ୍ରଧାନ, ରମାକାନ୍ତ ବେହେରା, ଅରବିନ୍ଦ ସାହୁ, ଗିରିଶ ଚନ୍ଦ୍ର ବେହେରା, ସରପଞ୍ଚ ଜଳଧର ସାହୁ, ଅମୀୟ ପ୍ରଧାନ, ବିଶ୍ୱଜିତ ମିଶ୍ର, ଅରକ୍ଷିତ ମିଶ୍ର ପ୍ରମୁଖ ଦାବି କରିଛନ୍ତି।
ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ପ୍ରତାପ କୁମାର ବେହେରା କୁହନ୍ତି, ରାଜ୍ୟରେ ଏବେ ଡାକ୍ତର ପଦବୀ ଖାଲିପଡିଛି। ହଣ୍ଡପା ଓ ବଇଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ସରକାରଙ୍କୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri