Posted inଜାତୀୟ

ଫାଶୀ ଦିଆଯିବା ପୂର୍ବରୁ ଠିକ୍‌ ଭାବେ ଖାଦ୍ୟ ଗ୍ରହଣ କରୁ ନାହାନ୍ତି ନିର୍ଭୟା ମାମଲାର ଦୋଷୀ

ନୂଆଦିଲ୍ଲୀ,୧୦।୧୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଏବେ ଫାଶୀ ଦିଆଯିବାର ସମୟ ପାଖେଇ ଆସୁଥିବା ଜଣାପଡିଛି। ଆସନ୍ତା ୧୬ରେ ଏମାନଙ୍କୁ ଫାଶୀ ଦିଆଯାଇପାରେ ବୋଲି ଅନୁମାନ କରାଯାଉଛି। ମଙ୍ଗଳବାର ମଣ୍ଡୋଲି ଜେଲରେ ଥିବା ଜଣେ ଦୋଷୀଙ୍କୁ ତିହାର ଜେଲକୁ ସ୍ଥାନାନ୍ତର କରାଯିବା ପରେ ଏବେ ଏମାନଙ୍କ ମନରେ ଭୟ ସୃଷ୍ଟି ହୋଇଛି। ୪ଜଣ ଦୋଷୀ ଗୋଟିଏ ଜେଲରେ ଥିବା ବେଳେ ଏମାନେ ଠିକ୍‌ ଭାବେ ଶୋଉ ନ ଥିବା ଓ ଖାଉ ନ ଥିବା ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ଏ ବିଷୟରେ ଯଦିଓ ଏପର୍ଯ୍ୟନ୍ତ ନିଷ୍ପତ୍ତି ଆସିନାହିଁ କିନ୍ତୁ ଯେ କୌଣସି ମୁହୂର୍ତ୍ତରେ ଏହା ଆସିପାରେ ବୋଲି ଚର୍ଚ୍ଚା ହେଉଛି। ଏହାକୁ ନେଇ ଏମାନଙ୍କର ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଥିବା ଓ ଏମାନଙ୍କ ଖାଦ୍ୟରେ ସାମାନ୍ୟ ପରିବର୍ତ୍ତନ କରାଯାଇ ଥିବାରୁ ଏସବୁ ଦେଖି ସମସ୍ତ ୪ ଦୋଷୀ ଭୟଭୀତ ହୋଇ ଯାଇଥିବା କୁହାଯାଉଛି। ଅନ୍ୟପଟେ ଏମାନଙ୍କ ବ୍ୟବହାରରେ ସମାନ୍ୟ ପରିବର୍ତ୍ତନ ଦେଖିଲେ ତୁରନ୍ତ ଡାକ୍ତର ପହଞ୍ଚିବା, ସିସିଟିଭି ନଜରରେ ରହିବା, ବିଳମ୍ବିତ ସମୟ ପର୍ଯ୍ୟନ୍ତ ସୁରକ୍ଷା କଡାକଡି କରାଯିବା ଏସବୁ ଯେମିତି ସେମାନଙ୍କ ମନରେ ପ୍ରଭାବ ପକାଉଛି ବୋଲି କୁହାଯାଉଛି। ଅନ୍ୟପଟେ ଏହି ଦୋଷୀମାନଙ୍କୁ ଫାଶୀ ଦିଆଯିବା ଲାଗି ସମସ୍ତ ପ୍ରସ୍ତୁତି ସହ ଟ୍ରାଏଲ ସରିଥିବା କୁହାଯାଉଛି। ତିହାରର ୩ ନମ୍ବର ଜେଲରେ ଏମାନଙ୍କୁ ଫାଶୀ ଦିଆଯାଇପାରେ ବୋଲି ଶୁଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri