ଢାବାରେ ନାବାଳକଙ୍କ ମୃତ୍ୟୁ ନେଇ ଲଙ୍କାକାଣ୍ଡ : ପୋଲିସକୁ ଗୋଡ଼େଇ ପିଟିଲେ ଲୋକେ

ବାଲିଆପାଳ,୨୬।୭(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଇଡକୋ ଛକସ୍ଥିତ ରାଜଧାନୀ ଢାବାରେ କାମ କରୁଥିବା ଜଣେ ୧୫ ବର୍ଷର ନାବାଳକଙ୍କୁ ହତ୍ୟା କରାଯିବା ଅଭିଯୋଗ ନେଇ ସାରା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ସକାଳେ ଏହି ନାବାଳକଙ୍କ ମୃତଦେହ ଢାବାରୁ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ବାଲିଆପାଳ ପୋଲିସ ପହଞ୍ଚି ଏହାକୁ ଏକ ଆତ୍ମହତ୍ୟା ଘଟଣା କହି ଫେରିଯାଇଥିଲା। ପରେ ପୂର୍ବାହ୍ନ ୯ଟା ବେଳକୁ ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇବା ସକାଶେ ପୋଲିସ ଆସିବାରୁ ସ୍ଥାନୀୟ ଲୋକେ ଓ ନାବାଳକଙ୍କ ପରିବାର ସହ ଗ୍ରାମବାସୀ ଏହାକୁ ବିରୋଧ କରିଥିଲେ। ଏହା ଆତ୍ମହତ୍ୟା ନୁହେଁ, ହତ୍ୟା ଘଟଣା ବୋଲି କହି ଗ୍ରାମବାସୀ ପୋଲିସ ସହ ଯୁକ୍ତିତର୍କ କରିଥିଲେ। ଉତ୍ତେଜନା ତୀବ୍ରରୂପ ନେବାରୁ ଆରମ୍ଭ ହୋଇଥିଲା ଲଙ୍କାକାଣ୍ଡ। ଲୋକେ ପୋଲିସକୁ ଗୋଡେଇ ଗୋଡେଇ ପିଟିଥିଲେ। ବାଲିଆପାଳ ଥାନାଧିକାରୀ ପ୍ରଭୁ କଲ୍ୟାଣ ଆଚାର୍ଯ୍ୟ ଏଥିରୁ ବର୍ତ୍ତି ନ ଥିଲେ। ଇଡକୋ ଛକ ଏକପ୍ରକାର ରଣକ୍ଷେତ୍ର ପାଲଟି ଯାଇଥିଲା। ଏହି ଖବର ପ୍ରଚାରିତ ହେବା ପରେ ଆଖପାଖ ଅଞ୍ଚଳର ଲୋକେ ରାସ୍ତାକୁ ଓହ୍ଲାଇ ଆସିଥିଲେ। ସେମାନେ ଇଡ୍‌କୋ ଛକସ୍ଥିତ ରାଜଧାନୀ ଢାବାକୁ ନିଅଁା ଲଗାଇ ପୋଡିଦେବା ସହ ଢାବା ମାଲିକଙ୍କ କଚୁଆପଡାସ୍ଥିତ ଘର ଉପରେ ଆକ୍ରମଣ କରିଥିଲେ। ତାଙ୍କ ଘରେ ମଧ୍ୟ ନିଅଁା ଲଗାଇ ଦିଆଯାଇଥିଲା। ଇଡକୋ ଛକରେ ଲୋକେ ରାସ୍ତା ଅବରୋଧ କରିବାରୁ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲା। ଏହି ସମୟରେ ଏସ୍‌ପି ବି. ଯୁଗଳ କିଶୋର ପୋଲିସ ଫୋର୍ସ ସହ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ। ରାସ୍ତାରୋକୋ କରିଥିବା ଲୋକଙ୍କ ସହ ଆଲୋଚନା କରି ସେମାନଙ୍କ ଦାବି ପୂରଣ କରାଯିବ ବୋଲି କୁହାଯିବାରୁ ୭ଘଣ୍ଟା ପରେ ରାସ୍ତାରୋକୋ ହଟିଥିଲା। ଅପରାହ୍ନରେ ନାବାଳକଙ୍କ ମୃତଦେହକୁ ବ୍ୟବଚ୍ଛେଦ ଲାଗି ବାଲେଶ୍ୱର ପଠାଯାଇଥିଲା।
ସ୍ଥାନୀୟ ଆନ୍ଦୋଳନକାରୀଙ୍କ ପକ୍ଷରୁ ଜଣାପଡିଛି ଯେ, ବାଲିଆପାଳ-ବସ୍ତା ରାସ୍ତାର ଇଡ୍‌କୋ ଛକରେ ଥିବା ରାଜଧାନୀ ଢାବା ଏବଂ ରେଷ୍ଟୁରାଣ୍ଟରେ ଭୋଗରାଇ ବ୍ଲକ ଉଲୁଡ଼ା ଗ୍ରାମର ଦେବେନ୍ଦ୍ର ଦଳେଇଙ୍କ ପୁଅ ବିଜୟ ୨ ବର୍ଷ ହେବ କାମ କରିଆସୁଥିଲେ। ଶୁକ୍ରବାର ପୂର୍ବାହ୍ନରେ ତାଙ୍କ ଝୁଲନ୍ତା ମୃତଦେହ ମିଳିବା ଓ ପାରିପାର୍ଶ୍ୱିକ ସ୍ଥିତି ଦେଖି ସ୍ଥାନୀୟ ଲୋକେ ଏହାକୁ ହତ୍ୟା ଘଟଣା ବୋଲି ସନ୍ଦେହ ପ୍ରକାଶ କରିଥିଲେ। ୨୦ କି.ମି. ଦୂର ଉଲୁଡ଼ା ଗ୍ରାମରୁ ନାବାଳକଙ୍କ ପରିବାର ସମେତ ଶତାଧିକ ଲୋକ ଆସି ସେଠାରେ ପହଞ୍ଚିଥିଲେ। ସେତେବେଳେ ଢାବା ମଧ୍ୟରେ କାହାକୁ ଦେଖିବାକୁ ମିଳି ନ ଥିଲା। ଏହି ସମୟରେ ତଦନ୍ତ କରିବାକୁ ଥାନାଧିକାରୀ ଆସି ପହଞ୍ଚିଥିଲେ। ପୋଲିସ ତଦନ୍ତରେ ବିଳମ୍ବ କରିବା ଏବଂ ଏହାକୁ ଆତ୍ମହତ୍ୟା ଘଟଣା ଦର୍ଶାଇବାରୁ ଉତ୍ତ୍ୟକ୍ତ ଲୋକେ ଏହାକୁ ବିରୋଧ କରିଥିଲେ। ସେଠାରେ ଢାବା ମାଲିକଙ୍କୁ ଗିରଫ ଦାବି କରି ଲୋକେ ରାସ୍ତାରୋକୋ କରିଥିଲେ। ଆଇଆଇସି ସେମାନଙ୍କୁ ରାସ୍ତାରୁ ଉଠିଯିବା ପାଇଁ କହିବାରୁ ଉତ୍ତ୍ୟକ୍ତ ମହିଳା ଓ ପୁରୁଷ ତାଙ୍କୁ ଗୋଡ଼େଇ ମାଡ଼ ମାରିଥିଲେ ା ଏହି ଘଟଣାରେ ପୋଲିସ ଛତ୍ରଭଙ୍ଗ ଦେଇଥିଲା। ଏସ୍‌ପି ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ପରେ ସ୍ଥିତି ସୁଧୁରିଥିଲା। ବସ୍ତା ଏସ୍‌ଡିପିଓ ରଞ୍ଜିତ ପୃଷ୍ଟି, ବସ୍ତା ଓ ସିଂଲା ଆଇଆଇସି ମଧ୍ୟ ଆସି ପହଞ୍ଚିଥିଲେ। ଅପରାହ୍ନରେ ବାଲିଆପାଳ ତହସିଲଦାରଙ୍କ ଉପସ୍ଥିତିରେ ନାବାଳକଙ୍କ ମୃତଦେହ ଢାବାରୁ ବାହାର କରି ବ୍ୟବଚ୍ଛେଦ ପାଇଁ ବାଲେଶ୍ୱର ପଠାଯାଇଛି। ମୃତ ନାବାଳକଙ୍କ ମା’ ଶାନ୍ତିଲତା ଦଳାଇ ଢାବା ମାଲିକ ସହାବିଦ୍ଦିନ ସାହା ଓ ଅନ୍ୟ କର୍ମଚାରୀ ମିଶି ତାଙ୍କ ପୁଅକୁ ମାରିଦେଇ ଏହାକୁ ଆତ୍ମହତ୍ୟା ରୂପ ଦେବାକୁ ଉଦ୍ୟମ କରିଥିବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଏକ ମାମଲା (ନଂ. ୧୪୭/୧୯) ରୁଜୁ କରିଥିବା କହିଛି। ମୃତ ବିଜୟ ନାବାଳକ ହୋଇଥିବାରୁ ଜିଲା ଶିଶୁ ସୁରକ୍ଷା ଅଧିକାରୀ ଯୁବକ ମାଝି, ଏ.ଏଲ.ଓ ସଞ୍ଜୟ କେଶ୍ୱରୀ ଜେନା ଏବଂ ବାଲିଆପାଳ ଚାଇଲ୍ଡ ଲାଇନ ଅଧିକାରୀ ପହଞ୍ଚତ୍ ତଦନ୍ତ କରୁଛନ୍ତି। ଅପରପକ୍ଷେ ପୋଲିସ ପ୍ରତିହିଂସା ପରାୟଣ ହୋଇ ଗଣ୍ଡଗୋଳରେ ସମ୍ପୃକ୍ତ ଲୋକଙ୍କ ତାଲିକା ପ୍ରସ୍ତୁତ କରୁଥିବା କୁହାଯାଉଥିବାରୁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଏ ସମ୍ପର୍କରେ ଏସ୍‌ପି ବି. ଯୁଗଳ କିଶୋରଙ୍କୁ ପଚାରିବାରୁ କହିଛନ୍ତି, ଢାବାରେ ନାବାଳକଙ୍କ ଆମତ୍ହତ୍ୟା ଘଟଣାର ତଦନ୍ତ କରାଯାଇ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରେ ଆକ୍ରମଣ କରିବା ଘଟଣାର ମଧ୍ୟ ତଦନ୍ତ କରାଯିବ। ବାଲିଆପାଳରେ ବଢୁଥିବା ଅପରାଧ ଘଟଣା ଉପରେ ପୋଲିସ ନଜର ରଖିଛି। ବତ୍ତର୍ର୍ମାନ ଉତ୍ତେଜନାପୂର୍ଣ୍ଣ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri