Posted inଖେଳ

ଫିଟ୍‌ନେସ୍‌ ଟେଷ୍ଟବେଳେ ଅକମଲଙ୍କ ଅସଦାଚରଣ

କରାଚୀ,୩।୨- ଦୀର୍ଘଦିନ ହେଲା ପାକିସ୍ତାନ ଜାତୀୟ ଦଳରୁ ବାଦ୍‌ ପଡ଼ିଥିବା ଉମର ଅକମଲ ଶୃଙ୍ଖଳାଗତ ଦଣ୍ଡାଦେଶର ସମ୍ମୁଖୀନ ହୋଇପାରନ୍ତି। ସେ ଫିଟ୍‌ନେସ ଟେଷ୍ଟବେଳେ ଟ୍ରେନରଙ୍କୁ ଅପମାନିତ କରିଥିବା ରିପୋର୍ଟ ହୋଇଛି। ଫିଟ୍‌ନେସ ଟେଷ୍ଟବେଳେ ଟ୍ରେନରଙ୍କୁ ‘ଚର୍ବି କୋଉଠି ଅଛି’ ବୋଲି ପ୍ରଶ୍ନ କରିଥିଲେ। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ନିକଟରେ ଏ ନେଇ ରିପୋର୍ଟ ହୋଇଛି। ଜାତୀୟ କ୍ରିକେଟ ଏକାଡେମିରେ ଘଟିଥିବା ଘଟଣା ସମ୍ପର୍କରେ ଆମେ ଅବଗତ ଅଛୁ। ଏ ନେଇ କଡ଼ା କାର୍ଯ୍ୟାନୁଷ୍ଠାନ ଦରକାର। ଜୁନିୟର ଅକମଲ ଫିଟନେସ ଟେଷ୍ଟରେ ବିଫଳ ହେବା ପରେ ଶାର୍ଟ ଖୋଲି ଚର୍ବି କାହିଁ ବୋଲି ପ୍ରଶ୍ନ କରିଥିଲେ। ଫିଟ୍‌ନେସ ସମସ୍ୟା ଦେଇ ଅକମଲ ବ୍ରଦର୍ସ ଦୀର୍ଘ ବର୍ଷ ହେଲା ସଂଘର୍ଷ କରୁଛନ୍ତି। ମୁଖ୍ୟକୋଚ୍‌ ତଥା ପୂର୍ବତନ ଅଧିନାୟକ ମିଶବା ଉଲ ହକ୍‌ ଏବେ ଖେଳାଳିଙ୍କ ଫିଟନେସ ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି। ତାଙ୍କ ନିର୍ଦ୍ଦେଶ ଅନୁଯାୟୀ, ପ୍ରତ୍ୟେକ ପ୍ରୋଭିନ୍ସିଆଲ ଦଳର ଖେଳାଳି ୪ ମାସକୁ ଥରେ ଫିଟନେସ ଟେଷ୍ଟର ସମ୍ମୁଖୀନ ହେବେ। ଏକଦା ପାକିସ୍ତାନ ଦଳ ପାଇଁ ପ୍ରତିଭାସମ୍ପନ୍ନ ଯୁବ ଖେଳାଳି ଥିବା ଉମର ୨୦୦୯ରେ ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ପଦାର୍ପଣ କରିଥିଲେ। ସେ ଏପର୍ଯ୍ୟନ୍ତ ୧୯ ଟେଷ୍ଟ, ୧୨୧ ଦିନିକିଆ ଓ ୮୪ ଟି୨୦ ଖେଳିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri