ଫିଟ୍‌ନେସ୍‌ ନ ଥିବା ସ୍କୁଲ୍‌ ବସ୍‌ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର,୮।୭(ବ୍ୟୁରୋ) : କୋମଳମତି ପିଲାଙ୍କ ଜୀବନ ସହ ଖେଳ ଖେଳୁଛନ୍ତି ଘରୋଇ ସ୍କୁଲ୍‌ କର୍ତ୍ତୃପକ୍ଷ। ସ୍କୁଲ୍‌ ବସ୍‌ଗୁଡ଼ିକରେ ପିଲାଙ୍କୁ ଅତି ବିପଜ୍ଜନକ ଅବସ୍ଥାରେ ନେବା ଆଣିବା କରାଯାଉଛି। ପୂର୍ବରୁ ବହୁ ଅଭିଯୋଗ ହୋଇ ଆସୁଥିବାବେଳେ ନିକଟ ଅତୀତରେ ଅନେକ ଦୁର୍ଘଟଣା ମଧ୍ୟ ଘଟିଛି। ବିଳମ୍ବରେ ହେଲେ ମଧ୍ୟ ଏବେ ରାଜ୍ୟ ସରକାରଙ୍କ ଚେତା ପଶିଛି। ଘଟଣାକୁ ଗୁରୁତ୍ୱର ସହ ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଫିଟନେସ୍‌ ସ୍କୁଲ ବସ୍‌ଗୁଡ଼ିକ ଉପରେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ପରିବହନ ବିଭାଗ ନିୟମିତ ଯାଞ୍ଚ କରି ଆବଶ୍ୟକ ପଦକ୍ଷେପ ନେବ। ରାଜଧାନୀରେ ଗଡ଼ୁଥିବା ସ୍କୁଲ ବସ୍‌ଗୁଡ଼ିକ ମଧ୍ୟରୁ ୧୦୨ଟି ବସର ଫିଟ୍‌ନେସ ନ ଥିବା ଜଣାପଡ଼ିଛି। ସେଥିମଧ୍ୟରୁ ୩୭ଟି ବସ୍‌ର ଚଳାଚଳକୁ ପରିବହନ ବିଭାଗ ବନ୍ଦ କରିଦେଇଛି।
ଏ ସଂକ୍ରାନ୍ତରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି, କୋମଳମତି ପିଲାଙ୍କ ଜୀବନ ସହ ସ୍କୁଲ କର୍ତ୍ତୃପକ୍ଷ ଖେଳ ଖେଳିବା ଉଚିତ ନୁହେଁ। ଫିଟ୍‌ନେସ୍‌ ନ ଥିବା ବସ୍‌ କିମ୍ବା ଛାତ୍ରୀଛାତ୍ରଙ୍କୁ ପରିବହନ କରୁଥିବା ଗାଡ଼ିକୁ କର୍ତ୍ତୃପକ୍ଷ ବ୍ୟବହାର କରିବା ବେଆଇନ। ଏଣିକି ଧରପଗଡ଼ କରାଯିବା ସହିତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା କମିଟିର ନିର୍ଦ୍ଦେଶ ଅନୁସାରେ ରାଜ୍ୟରେ ଥିବା ସମସ୍ତ ଜିଲାଗୁଡ଼ିକରେ ଏହି ନିୟମକୁ କିପରି ପାଳନ କରାଯାଉଛି ଓ କେତେ ଉଲ୍ଲଂଘନ ହୋଇଛି ସେ ନେଇ ରାଜ୍ୟ ସରକାର ରିପୋର୍ଟ ତଲବ କରିବେ। ସ୍କୁଲ ବସ୍‌ ଧରାପଗଡ଼ ପରେ ଅଟୋଗୁଡ଼ିକର ମଧ୍ୟ ଯାଞ୍ଚ କରାଯିବ। ଗୋଟିଏ ଅଟୋରେ ୬ ପିଲା ଯିବାର ନିୟମ ରହିଛି। ଅଟୋ ଚାଳକ ଅଧିକ ପିଲାଙ୍କୁ ନେଉଛନ୍ତି। ସେପଟେ ଲାଇସେନ୍ସ ନ ଥାଇ ଅଭିଭାବକମାନେ ପିଲାମାନଙ୍କୁ ଗାଡ଼ି ଚଳାଇବାକୁ ଦେଉଛନ୍ତି। ଏହା ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏସବୁ ନିର୍ଦ୍ଦେଶକୁ କଡ଼ାକଡ଼ି କରାଯିବ ବୋଲି ମନ୍ତ୍ରୀ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…

ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ…

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

ISROର ୧୦୦ ସାଇଣ୍ଟିଷ୍ଟ ଚାକିରି ଛାଡିବା ପରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୭: ଭାରତ ସରକାର ISRO ବୈଜ୍ଞାନିକମାନଙ୍କ ପାଇଁ ଇସ୍ତଫା ଏବଂ ଅକାଳ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROରେ ଗ୍ରୁପ A…

Puri Rath Yatra: ବଡ଼ଦାଣ୍ଡରେ ଗଡ଼ିଲା ରଥ, ଶରଧାବାଲି ଅଭିମୁଖେ ବଡ଼ ଠାକୁରଙ୍କ ତାଳଧ୍ବଜ

ପୁରୀ,୬।୭: ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଡ଼ ଠାକୁରଙ୍କ ତାଳଧ୍ବଜ ରଥ। ଲକ୍ଷାଧିକ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର।…

ପୁରୁଷୋତ୍ତମପୁରରେ ରଥଯାତ୍ରା: ବର୍ଷାରେ ଭିଜିଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୧୬ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ହେଲେ ଦୀର୍ଘ ୪ ଦିନ ଧରି ଦାଉ ସାଧି ଲାଗିରହିଥିବା ଲଗାଣ…

୨୨କୋଟି ଵ୍ୟୟ ଅଟକଳରେ ନବୀକରଣ ହୋଇଛି କେସିଙ୍ଗା ରେଲୱେ ଷ୍ଟେଶନ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅଧିନସ୍ଥ କେସିଙ୍ଗା ରେଲୱେ ଷ୍ଟେଶନର ଶୁଭ ଉଦଘାଟନ ଶୁକ୍ରବାର ରେଳ ବିଭାଗ ପକ୍ଷରୁ କରାଯିବ । କେସିଙ୍ଗା ଷ୍ଟେଶନର ନବୀକରଣ…

ବିଶ୍ୱରେ ଚାଇନାର ପ୍ରାଧାନ୍ୟ, ପ୍ରଭାବଶାଳୀ ନେତାଙ୍କ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପଛରେ ପକାଇଲେ ଜିନପିଙ୍ଗ

ବେଜିଂ,୧୬।୭: ଏକ ସର୍ଭେରେ ଚାଇନା ଆମେରିକା ତୁଳନାରେ ଭଲ ସ୍ଥିତିରେ ଥିବା ଦର୍ଶାଯାଇଛି। ସମ୍ପ୍ରତି, ପିଉ ରିସର୍ଚ୍ଚ ସେଣ୍ଟର 2026 ଆରମ୍ଭରେ ୩୬ଟି ଦେଶରେ ଏକ ସର୍ଭେ…

ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜ ଉପରେ ଟିକସ ଲଗାଇପାରିବେ କି? ଜାଣନ୍ତୁ କ’ଣ କହୁଛି ଅନ୍ତର୍ଜାତୀୟ ଆଇନ

ତେହରାନ,୧୬।୭: ବିଶ୍ୱ ରାଜନୈତିକ ଏବଂ ରଣନୈତିକ ମୋର୍ଚ୍ଚାରେ ଆମେରିକା ଏବଂ ଇରାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ପୁଣିଥରେ ସଂଘର୍ଷର ଏକ ପ୍ରମୁଖ କେନ୍ଦ୍ର ପାଲଟିଛି। ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri