Posted inଖେଳ

ଫିଟ୍‌ନେସ ପ୍ରମାଣ ଦେଲେ ହାର୍ଦ୍ଦିକ, ଭୁବି, ଧାଓ୍ବନ

ନବି ମୁମ୍ବାଇ,୨୯ା୨- ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ସିମର ଭୁବନେଶ୍ୱର କୁମାର, ଓପନର ଶିଖର ଧାଓ୍ବନ ଆହତ ସମସ୍ୟାରୁ ଫେରୁଛନ୍ତି। ସମସ୍ତେ ଡିଓ୍ବାଇ ପାଟିଲ ଟି୨୦ ଟୁର୍ନାମେଣ୍ଟରେ ରିଲାଏନ୍ସ ଓ୍ବାନ ପକ୍ଷରୁ ଶୁକ୍ରବାର ଖେଳିଥିଲେ। ସେମାନଙ୍କ ଫିଟ୍‌ନେସକୁ ଯାଞ୍ଚ କରିଥିଲେ ମୁଖ୍ୟ ଚୟନକର୍ତ୍ତା ଏମ୍‌ଏସକେ ପ୍ରସାଦ। ପୂର୍ବତନ ଉଇକେଟକିପର ପ୍ରସାଦଙ୍କ କାର୍ଯ୍ୟକାଳରେ ବୃଦ୍ଧି ହୋଇପାରେ। ସେ ମାର୍ଚ୍ଚ ୧୨ ତାରିଖଠାରୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଆରମ୍ଭ ହେବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଲାଗି ଦଳ ଚୟନ କରିବେ। ହାର୍ଦ୍ଦିକ ଓ ଭୁବି ଭଲ ବୋଲିଂ କରୁଛନ୍ତି। ସମସ୍ତ ଖେଳାଳି ଫିଟ୍‌ ଲାଗୁଛନ୍ତି। ଗତବର୍ଷ ସେପ୍ଟେମ୍ବର ୨୨ ତାରିଖରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପାଣ୍ଡ୍ୟା ଅନ୍ତିମ ଥର ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ। ତାଙ୍କ ଅଣ୍ଟାର ନିମ୍ନ ଭାଗରେ ସଫଳ ଅସ୍ତ୍ରୋପଚାର କରାଇଥିଲେ। ୫ ମାସ ପରେ ଗ୍ରାଉଣ୍ଡକୁ ଫେରିଥିବା ହାର୍ଦ୍ଦିକ ୪ର୍ଥ କ୍ରମରେ ବ୍ୟାଟିଂ କରିବାକୁ ଆସି ୨୫ ବଲରେ ୩୮ ରନ୍‌ର ବିସ୍ଫୋରକ ଇନିଂସ ଖେଳିଥିଲେ। ତାଙ୍କ ଇନିଂସରେ ସାମିଲ ଥିଲା ୪ ଛକା। ଆଉ ପରେ ୩.୪ ଓଭର ବୋଲିଂ କରି ୨୬ ରନ୍‌ ଦେଇ ୩ ଉଇକେଟ ନେଇଥିଲେ। ପିଚ୍‌ରେ ଦୌଡ଼ିବାବେଳେ କିମ୍ବା ବୋଲିଂ ବେଳେ ତାଙ୍କର କୌଣସି ଅସୁବିଧା ହେଉ ନ ଥିଲା। ତାଙ୍କ ଯୋଗୁ ରିଲାଏନ୍ସ ଓ୍ବାନ ୨୫ ରନ୍‌ରେ ବ୍ୟାଙ୍କ ଅଫ୍‌ ବରୋଦାକୁ ହରାଇଥିଲା। ପାଣ୍ଡ୍ୟାଙ୍କ ବ୍ୟତୀତ ଅସ୍ତ୍ରୋପଚାର କରାଇଥିବା ଭୁବି ଓ ଧାଓ୍ବନ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ଲାଗି ଫିଟ୍‌ନେସ ପ୍ରମାଣ ଦେଇଛନ୍ତି। ସେମାନେ ଅନ୍ତର୍ଜାତୀୟ କ୍ରିକେଟ ଓ ଆଇପିଏଲରେ ଖେଳିପାରିବେ। ଧାଓ୍ବନ ମାତ୍ର ଗୋଟିଏ ଲେଖାଏ ଚୌକା ଓ ଛକା ବଳରେ ୧୪ ରନ୍‌ କରିଥିଲେ। ସେହିଭଳି ଭୁବି ୩ ଓଭର ବୋଲିଂ କରି ଗୋଟିଏ ହେଲେ ଉଇକେଟ ନେଇପାରି ନ ଥିଲେ। ମାତ୍ର ୧୪ ରନ୍‌ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri