ଫିଟ୍‌ ହେଲା ପରେ ମଧ୍ୟ ଧାଓ୍ବନଙ୍କ ସମସ୍ୟା ବଢ଼ିବ

ନୂଆଦିଲ୍ଲୀ,୧୪।୬: ଅଷ୍ଟ୍ରେଲିଆ ବିପକ୍ଷ ବିଶ୍ୱକପ୍‌ ମ୍ୟାଚ୍‌ରେ ଶତକୀୟ ଇନିଂସବେଳେ ଶିଖର ଧାଓ୍ବନଙ୍କ ବାମହାତ ବୁଢ଼ା ଆଙ୍ଗୁଠିରେ ଆଘାତ ଲାଗିଥିଲା। ଏହି ସମସ୍ୟା ଦୂର ହେଲା ପରେ ଧାଓ୍ବନ ସଫଳତାର ସହ କ୍ରିକେଟକୁ ଫେରିବେ। ହେଲେ ବାମହାତୀ ଓପନରଙ୍କ ଫିଲ୍ଡିଂରେ ସମସ୍ୟା ଦେଖାଯିବ ବୋଲି ଅନୁଭବ କରୁଛନ୍ତି ଫିଲ୍ଡିଂ କୋଚ୍‌ ଆର. ଶ୍ରୀଧର। ଧାଓ୍ବନଙ୍କ ଲାଗି ସ୍ଲିପ ଅଞ୍ଚଳରେ ଫିଲ୍ଡିଂ କରିବା ଏକ ଚ୍ୟାଲେଞ୍ଜ ହେବ। ବଲ ଥ୍ରୋ କରିବାରେ ତାଙ୍କୁ କୌଣସି ଅସୁବିଧା ହେବନାହିଁ। ମାତ୍ର ଫିଲ୍ଡିଂ ଓ କ୍ୟାଚ୍‌ ଧରିବାରେ ଧାଓ୍ବନଙ୍କୁ କିଛି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଇନିଂସର ପ୍ରାରମ୍ଭିକ ପର୍ଯ୍ୟାୟରେ ସେ ସ୍ଲିପ ଅଞ୍ଚଳରେ ଫିଲ୍ଡିଂ କରନ୍ତି। ଏଥିନେଇ ଆମେ ତାଙ୍କୁ ପ୍ରଥମେ ହାଲୁକା ବଲରେ ଅଭ୍ୟାସ କରାଇବୁ। ପରେ କ୍ରିକେଟ ବଲ ବ୍ୟବହାର କରିବୁ। ମାତ୍ର ଏହା ତାଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହେବ। ତାଙ୍କ ଫିଲ୍ଡିଂ ସମସ୍ୟା ଓ ବ୍ୟାଟିଂବେଳେ ବାମ ହାତକୁ ମଧ୍ୟ ନଜର ରଖିବ ଲାଗି ଆମକୁ ୧୦ ରୁ ୧୨ ଦିନ ଲାଗିବ ବୋଲି ଫିଲ୍ଡିଂ କୋଚ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri