ଫିନଲାଣ୍ଡ୍‌ ତୃତୀୟ ଥର ପାଇଁ ସୁଖୀଦେଶ ତାଲିକାରେ ପ୍ରଥମ : ଭାରତରେ କମୁଛି ସୁଖୀଙ୍କ ସଂଖ୍ୟା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୩: ଦୁନିଆର ସୁଖୀ ଦେଶ ତାଲିକା ପ୍ରକାଶ ପାଇଛି। ଏଥିରେ ୧୫୬ ଦେଶ ମଧ୍ୟରେ ଫିନ୍‌ଲାଣ୍ଡ୍‌ ଲଗାତାର ତୃତୀୟଥର ପାଇଁ ପ୍ରଥମ ସ୍ଥାନ ହାସଲ କରିଛି। ଜାତିସଂଘର ସଷ୍ଟେନବୁଲ୍‌ ଡେଭଲପ୍‌ମେଣ୍ଟ୍‌ ସୁଲ୍ୟସନ୍‌ ନେଟ୍‌ଓ୍ବାର୍କ ପକ୍ଷରୁ ଏହି ରିପୋର୍ଟ ପ୍ରକାଶ ପାଇଛି। ୬ଟି ମାନକ ଆଧାରରେ ଏହି ତାଲିକା ପ୍ରସ୍ତୁତ କରାଯାଇଛି। ଏହି ତାଲିକାର ଦ୍ୱିତୀୟ ସ୍ଥାନରେ ଡେନମାର୍କ ରହିଛି। ତାଲିକାର ତୃତୀୟ ସ୍ଥାନରେ ସୁଇଜରଲାଣ୍ଡ ଅଛି। ଏଥିରେ ଭାରତ ୧୪୪ତମ ସ୍ଥାନରେ ରହିଛି। ଗତବର୍ଷଠାରୁ ଭାରତ ତାଲିକାରେ ୪ ସ୍ଥାନ ତଳକୁ ଖସି ଆସିଛି। ଗତବର୍ଷ ଏହାର ସ୍ଥାନ ୧୪୦ଥିଲା। ଭାରତରେ ସୁଖୀଲୋକଙ୍କ ସଂଖ୍ୟା ଧୀରେଧୀରେ କମୁଥିବା ରିପୋର୍ଟରେ ଦର୍ଶାଯାଇଛି। ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ ଏହା ହେଉଥିବା କୁହାଯାଉଛି। ତାଲିକାର ପ୍ରଥମ ୧୦ଟି ସୁଖୀ ଦେଶ ମଧ୍ୟରେ ୯ଟି ୟୁରୋପୀୟ ଦେଶ ରହିଥିବାବେଳେ ପ୍ରଥମ ୨୦ଟି ଦେଶ ମଧ୍ୟରେ ଏସିଆର କୌଣସି ଦେଶ ନାହିଁ। ତାଲିକାରେ ଚାଇନା ୯୪, ବାଂଲାଦେଶ ୧୦୭, ନେପାଳ ୯୨ ସ୍ଥାନରେ ରହିଛି। ତାଲିକାରେ ପାକିସ୍ତାନ ୬୬ ସ୍ଥାନରେ ରହିଛି। ଗତ ବର୍ଷ ଏହା ୬୭ସ୍ଥାନରେ ଥିଲା। ଏଠାକାର ଲୋକେ ଭାରତ ତୁଳନାରେ ଅଧିକ ସୁଖୀ ଥିବା ରିପୋର୍ଟରେ ପ୍ରକାଶ ପାଇଛି। ଭାରତ ଉପରେ ବାରମ୍ବାର ଆତଙ୍କବାଦୀ ଆକ୍ରମଣ ପାଇଁ ଯୋଜନା କରୁଥିବା ଯୁଦ୍ଧଖୋର୍‌ ପାକିସ୍ତାନ ଗତ ଥର ମଧ୍ୟ ତାଲିକାରେ ଆଗରେ ଥିଲା। ଆମେରିକା ଆର୍ଥିକ ଦୃଷ୍ଟିରୁ ବିକଶିତ ଥିଲେ ମଧ୍ୟ ଏଠାରେ ସୁଖୀଙ୍କ ସଂଖ୍ୟା କମ୍‌ ଥିବା ଏହି ରିପୋର୍ଟରେ ପ୍ରକାଶ ପାଇଛି। କମ୍‌ ସୁଖୀ ଦେଶ ମଧ୍ୟରେ ଆଫଗାନୀସ୍ତାନ, ଦକ୍ଷିଣ ସୁଦାନ ,ଜିମ୍ବାଓ୍ବେ, ରୁଓ୍ବାଣ୍ଡା ଆଦି ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?