Posted inଖେଳ

ଫିଫା ଟିମ୍‌ର ଡିଓ୍ବାଇ ପାଟିଲ ଷ୍ଟାଡିୟମ ନିରୀକ୍ଷଣ

ମୁମ୍ବାଇ, ୨।୧୨(ପି.ଟି.)- ଫିଫା ୧୭ ବର୍ଷରୁ କମ୍‌ ମହିଳା ବିଶ୍ୱକପ୍‌ ଆସନ୍ତା ବର୍ଷ ଭାରତରେ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ଆୟୋଜନ ଲାଗି ସମ୍ଭାବ୍ୟ ୫ ଭେନ୍ୟୁ ତାଲିକାରେ ସ୍ଥାନ ପାଇଥିବା ମୁମ୍ବାଇର ଡି.ଓ୍ବାଇ. ପାଟିଲ ଷ୍ଟାଡିୟମକୁ ରବିବାର ଫୁଟ୍‌ବଲର ସର୍ବୋଚ୍ଚ ସଂସ୍ଥା ଫିଫାର ଏକ ଟିମ୍‌ ନିରୀକ୍ଷଣ କରିଛି। ଫିଫା ଟୁର୍ନାମେଣ୍ଟ ଓ ଇଭେଣ୍ଟ ଡିଭିଜନ ମୁଖ୍ୟ ଓଲିଭର ଭୋଗତ୍‌ ଏହି ଅବସରରେ ଷ୍ଟାଡିୟମର ପ୍ରସ୍ତୁତି ଓ ଏଠାରେ ଉପଲବ୍ଧ ସୁବିଧାରେ ସନ୍ତୋଷ ପ୍ରକଟ କରିଛନ୍ତି। ‘ବର୍ତ୍ତମାନ ଏଠାରେ ଉପଲବ୍ଧ ଭିତ୍ତିଭୂମି ବହୁତ ଭଲ ରହିଛି। ଏଠାରେ ଯାହା ଆମ ପାଇଁ ସବୁଠୁ ଗୁରୁତ୍ୱପୂର୍ଣ୍ଣ, ତାହା ହେଉଛି ଏକ ଅନୁଭବୀ ଓ ମଜଭୁତ ଟିମ୍‌, ଯେଉଁମାନେ କି ପୂର୍ବରୁ ଫିଫା ବିଶ୍ୱକପ୍‌କୁ ସଫଳତାର ସହ ଆୟୋଜନ କରିଛନ୍ତି’ ବୋଲି ଓଲିଭର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ଫିଫା ଲୋକାଲ ଅର୍ଗାନାଇଜିଂ କମିଟି (ଏଲ୍‌ଓସି) ଟୁର୍ନାମେଣ୍ଟ ନିର୍ଦ୍ଦେଶିକା ରୋମା ଖାନ୍ନା ମଧ୍ୟ ଷ୍ଟାଡିୟମ ପ୍ରସ୍ତୁତିରେ ସନ୍ତୁଷ୍ଟ ହୋଇଛନ୍ତି। ଅନ୍ତିମ ଭେନ୍ୟୁ ଭାବେ ଫିଫା ଟିମ୍‌ ନଭି ମୁମ୍ବାଇ ଷ୍ଟାଡିୟମ ନିରୀକ୍ଷଣ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଆସନ୍ତା ବର୍ଷ ପ୍ରାରମ୍ଭିକ ପର୍ଯ୍ୟାୟରେ ବଳକା ରହିଥିବା ଷ୍ଟାଡିୟମର ପ୍ରସ୍ତୁତି ନିରୀକ୍ଷଣ କରିବାକୁ ଫିଫା ଟିମ୍‌ ଆସିବ। ଉଲ୍ଲେଖଯୋଗ୍ୟ, ଗତ ଶୁକ୍ରବାର ଫିଫାର ଏହି ଟିମ୍‌ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ନିରୀକ୍ଷଣ କରି ସନ୍ତୋଷ ଜାହିର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?