Posted inଖେଳ

ଫିଫା ବିଶ୍ୱକପ୍‌ କ୍ୱାଲିଫାୟର: ମ୍ୟାଚ୍‌ ଡ୍ର ରଖିଲେ ଦୁଇ କୋରିଆ

ସିଓଲ,୧୫।୧୦(ଏଏଫ୍‌ପି)- ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଉତ୍ତର ଓ ଦକ୍ଷିଣ କୋରିଆ ମଧ୍ୟରେ ମଙ୍ଗଳବାର ଖେଳାଯାଇଥିବା ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଡ୍ର ରହିଛି। ତେବେ ଏହି ମ୍ୟାଚ୍‌ ସମ୍ପୂର୍ଣ୍ଣ ଏକ ଭିନ୍ନ ପରିବେଶ୍‌ରେ ଖେଳାଯାଇଥିଲା। ବାହାର ଦୁନିଆଠାରୁ ଏହି ମ୍ୟାଚ୍‌କୁ ସମ୍ପୂର୍ଣ୍ଣ ଭାବେ ଅବରୋଧ କରାଯାଇଥିଲା। ଫଳରେ ପୂରା ଷ୍ଟାଡିୟମ ଦର୍ଶକ ଶୂନ୍ୟ ରହିଥିଲା। ଏହି ମ୍ୟାଚ୍‌ରେ କେବଳ କୌଣସି ଗୋଲ ହୋଇ ନଥିଲା। ଷ୍ଟାଡିୟମ ପୂରା ଫାଙ୍କା ଥିବା ବେଳେ ଟିଭିରେ ଏହା ସିଧା ପ୍ରସାରଣ ମଧ୍ୟ ହୋଇ ନ ଥିଲା।
ଦୁଇ ଦେଶ ମଧ୍ୟରେ ଏବେବି ତିକ୍ତତା ବଜାୟ ରହିଛି। ପ୍ୟୋଙ୍ଗ୍‌ ୟାଙ୍ଗ୍‌ର କିମ୍‌ ୨ ସଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଦୁଇ ଦଳ ମଧ୍ୟରେ କଡ଼ା ସଂଘର୍ଷ ଦେଖିବାକୁ ମିଳିଥିଲା। ଏହି ମ୍ୟାଚର ଖବର ପରିବେଷଣ ପାଇଁ ବିଦେଶୀ ଗଣମାଧ୍ୟମକୁ ବାରଣ କରାଯାଇଥିଲା। ଅବଶ୍ୟ ଏଥିପାଇଁ ଦକ୍ଷିଣ କୋରିଆ ପ୍ରଶଂସକ ନିରାଶ ହୋଇଥିଲେ। ଏହି ମ୍ୟାଚ୍‌ ଫ୍ଲଡ ଲାଇଟ୍‌ ତଳେ ଖେଳାଯାଇଥିଲା। ଅଳ୍ପ କେତେକ ଦର୍ଶକଙ୍କ ସହ ଫିଫା ଅଧ୍ୟକ୍ଷ ଜିଆନି ଇନ୍‌ଫାଣ୍ଟିନୋ ଏହି ମ୍ୟାଚ୍‌ ଦେଖିଥିଲେ। ଏଠାରେ ଉପସ୍ଥିତ ରହି ମୁଁ ବେଶ୍‌ ଖୁସି ବୋଲି ଇନ୍‌ଫାଣ୍ଟିନୋ କହିଛନ୍ତି। ତାଙ୍କୁ ବିମାନ ବନ୍ଦରରେ ଉତ୍ତର କୋରିଆ ଫୁଟବଲ୍‌ ଅସୋସିଏଶନ ମୁଖ୍ୟ କିମ୍‌ ଜାଙ୍ଗ୍‌ ସାନ ସ୍ବାଗତ କରିଥିଲେ। ସୋମବାର କୋଚ୍‌ ଓ ସପୋର୍ଟ ଷ୍ଟାଫ୍‌ମାନଙ୍କ ସହ ଦକ୍ଷିଣ କୋରିଆ ଦଳ ପ୍ୟାଙ୍ଗ୍‌ୟାଙ୍ଗ୍‌ରେ ପହଞ୍ଚିଥିଲେ। ଗତ ଫେବୃୟାରୀରେ ହାନୋଇଠାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଉତ୍ତର କୋରିଆ ରାଷ୍ଟ୍ରପତି କିମ୍‌ ଜୋଙ୍ଗ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ଫଳପ୍ରଦ ହୋଇ ପାରି ନ ଥିଲା। ଫଳରେ ରାଜନୈତିକ ତଥା କୂଟନୈତିକ ଦୃଷ୍ଟିକୋଣରୁ ଅନୁକୂଳ ବାତାବରଣ ନ ଥିବାରୁ ଏହି ମ୍ୟାଚ୍‌କୁ ଏଭଳି ଭାବେ ଆୟୋଜନ କରାଯାଇଥିଲା ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri