Posted inଖେଳ

ଫିଫା ମହିଳା ବିଶ୍ୱକପ: ଆମେରିକାକୁ ଚତୁର୍ଥ ଟାଇଟଲ

ଲିଅନ, ୮।୭-ଫିଫା ମହିଳା ବିଶ୍ୱକପ୍‌ର ଅଷ୍ଟମ ସଂସ୍କରଣରେ ଏଥର ଗତଥରର ଚାମ୍ପିୟନ ଆମେରିକା ବାଜି ମାରିଛି। ଏଠାରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ଆମେରିକା ୨-୦ ଗୋଲରେ ନେଦରଲାଣ୍ଡ୍ସକୁ ହରାଇ ଚାମ୍ପିୟନ ହେବା ସହ ପ୍ରଥମ ଦଳ ଭାବେ ଟାଇଟଲ ବଜାୟ ରଖିଛି। ଏଥିସହିତ ଆମେରିକା ରେକର୍ଡ ଚତୁର୍ଥଥର ପାଇଁ ବିଶ୍ୱକପ୍‌ ଟାଇଟଲ ଅର୍ଜନ କରିଛି। ପ୍ରଥମାର୍ଦ୍ଧରେ ବେଶ୍‌ ସଂଘର୍ଷ ଦେଖିତ୍ବାକୁ ମିଳିଥିଲା। ତେବେ ଦ୍ୱିତୀୟାର୍ଦ୍ଧରେ ଆମେରିକା ପ୍ରଭାବ ବିସ୍ତାର କରି ଦୁଇଟି ଗୋଲ ଦେଇଥିଲା। ଦଳ ତରଫରୁ ମେଗାନ ଆନା ରାପିନୋଏ ୬୧ତମ ମିନିଟ୍‌ରେ ପେନାଲ୍ଟି କର୍ନର ଜରିଆରେ ଗୋଲ ଦେଇ ଦଳକୁ ୧-୦ରେ ଅଗ୍ରଣୀ କରାଇଥିଲେ। ଏହାର ୮ ମିନିଟ୍‌ ପରେ ୬୯ତମ ମିନିଟ୍‌ରେ ରୋଜ ଲାଭେଲେ ଆଉ ଏକ ଗୋଲ ଦେଇ ଦଳକୁ ୨-୦ରେ ଅଗ୍ରଣୀ କରାଇଥିଲେ। ବାରମ୍ବାର ପ୍ରୟାସ କରିଥିଲେ ମଧ୍ୟ ନେଦରଲାଣ୍ଡ୍ସ କୌଣସି ଗୋଲ ଦେବାକୁ ସକ୍ଷମ ହୋଇ ନ ଥିଲା। ପୂର୍ବରୁ ଆମେରିକା ୧୯୯୧, ୧୯୯୯, ୨୦୧୫ରେ ଚାମ୍ପିୟନ ହୋଇଥିଲା। ଟୁର୍ନାମେଣ୍ଟରେ ଆମେରିକାର ମେଗାନ ରାପିନୋଏ, ଆଲେକ୍ସ ମୋର୍ଗାନ ଓ ଇଂଲଣ୍ଡର ଏଲେନ ଟୋନୀ ହ୍ବାଇଟ ସର୍ବାଧିକ ୬ଟି ଲେଖାଏ ଗୋଲ ସ୍କୋର କରିଥିଲେ। ମେଗାନ ରାପିନୋଏ ଶ୍ରେଷ୍ଠ ଖେଳାଳି ଓ ନେଦରଲାଣ୍ଡ୍ସର ସାରି ଭାନ ଭିନେନଡାଲ ଶ୍ରେଷ୍ଠ ଗୋଲକିପର ବିବେଚିତ ହୋଇଛନ୍ତି। ଆୟୋଜକ ଫ୍ରାନ୍ସକୁ ଫେୟାର ପ୍ଲେ ପୁରସ୍କାର ପ୍ରଦାନ କରାଯାଇଛି। ଜୁନ ୭ରୁ ଆରମ୍ଭ ହୋଇ ଏହି ବିଶ୍ୱକପ୍‌ ମାସେ ବ୍ୟାପୀ ଚାଲିଥିଲା ଓ ଜୁଲାଇ ୭ ତାରିଖରେ ଶେଷ ହୋଇଛି। ତୃତୀୟ ସ୍ଥାନ ପାଇଁ ଅନୁଷ୍ଠିତ ମ୍ୟାଚ୍‌ରେ ସ୍ବିଡେନ ୨-୧ ଗୋଲରେ ଇଂଲଣ୍ଡକୁ ହରାଇଛି। ସ୍ବିଡେନ ତୃତୀୟ ଓ ଇଂଲଣ୍ଡ ଚତୁର୍ଥ ସ୍ଥାନରେ ରହି ଅଭିଯାନ ଶେଷ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri