Posted inଖେଳ

ଫିଫା ମହିଳା ୧୭ ବର୍ଷରୁ କମ୍‌ ବିଶ୍ୱକପ, ନ୍ୟୁଜିଲାଣ୍ଡକୁ ଯୋଗ୍ୟତା

ନୂଆଦିଲ୍ଲୀ, ୭।୬(ପି.ଟି.)-ଆସନ୍ତାବର୍ଷ ଭାରତରେ ହେବାକୁଥିବା ଫିଫା ମହିଳା ୧୭ ବର୍ଷରୁ କମ୍‌ ବିଶ୍ୱକପ ପାଇଁ ନ୍ୟୁଜିଲାଣ୍ଡ ଯୋଗ୍ୟତା ଅର୍ଜନ କରିଛି। ଏଥିସହ ଓସେନିଆ ଅଞ୍ଚଳରୁ ଏକମାତ୍ର ଦଳଭାବେ ନ୍ୟୁଜିଲାଣ୍ଡ ପ୍ରତିନିଧିତ୍ୱ କରିବା ନିଶ୍ଚିତ ହୋଇଛି। ଆୟୋଜକ ହିସାବରେ ଭାରତ ପ୍ରତିଯୋଗିତା ଖେଳିବ। ପୂର୍ବରୁ ଜାପାନ ଓ ଉତ୍ତର କୋରିଆ ଏସିଆରୁ ଯୋଗ୍ୟତା ଅର୍ଜନ କରି ସାରିଛନ୍ତି। ଭାରତର ୫ଟି ଭେନ୍ୟୁରେ ଫେବୃୟାରୀ ୧୭ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ହେବାକୁଥିବା ଏହି ପ୍ରତିଯୋଗିତାରେ ୧୬ଟି ଦଳ ଅଂଶଗ୍ରହଣ କରିବେ। କରୋନା ଭାଇରସ ସଂକ୍ରମଣ ଯୋଗୁ ୨୦୨୦ ଏପ୍ରିଲରେ ହେବାକୁଥିବା ୧୭ ବର୍ଷରୁ କମ୍‌ ଓଏଫସି ମହିଳା ଚାମ୍ପିୟନଶିପ୍‌ ବାତିଲ ହେବାପରେ ଓସେନିଆ ଫୁଟବଲ କନ୍‌ଫେଡେରେଶନ କାର୍ଯ୍ୟନିର୍ବାହୀ କମିଟି ନ୍ୟୁଜିଲାଣ୍ଡ ନାମ ସୁପାରିସ କରିଥିଲା। ଏହା ପୂର୍ବରୁ ନ୍ୟୁଜିଲାଣ୍ଡ ସମସ୍ତ ୬ଟି ଫିଫା ମହିଳା ୧୭ ବର୍ଷରୁ କମ୍‌ ବିଶ୍ୱକପରେ ପ୍ରତିଦ୍ୱନ୍ଦ୍ୱିତା କରିଛି। ୨୦୧୮ରେ ଉରୁଗୁଏରେ ଅନୁଷ୍ଠିତ ପ୍ରତିଯୋଗିତାରେ ଦଳ ଏକ ବ୍ରୋଞ୍ଜ ପଦକ ପାଇଥିଲା। ୨୦୦୮ ପ୍ରଥମ ସଂସ୍କରଣକୁ ଏହି ଦେଶ ଆୟୋଜନ କରିଥିଲା।
ପ୍ରକାଶ ଯୋଗ୍ୟ ଯେ, ଫିଫା ମହିଳା ୧୭ ବର୍ଷରୁ କମ୍‌ ବିଶ୍ୱକପ ପ୍ରକୃତରେ ୨୦୨୦ ନଭେମ୍ବର ୨ରୁ ୨୧ ପର୍ଯ୍ୟନ୍ତ ହେବାର ଥିଲା। ମାତ୍ର କୋଭିଡ-୧୯ ଯୋଗୁ ଏହାକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ବିଶ୍ୱବ୍ୟାପୀ ସ୍ବାସ୍ଥ୍ୟ ସଙ୍କଟ ଦେଖା ଦେଇଥିବାରୁ ଅନ୍ୟ ୪ଟି କନ୍‌ଫେଡେରେଶନ ଆଫ୍ରିକା, ୟୁରୋପ, ଦକ୍ଷିଣ ଆମେରିକା ଓ କନ୍‌କାକାଫ(ସେଣ୍ଟ୍ରାଲ ନର୍ଥ ଆମେରିକା ଓ କାରିବିୟନ) ଏପର୍ଯ୍ୟନ୍ତ ଯୋଗ୍ୟତା ପର୍ଯ୍ୟାୟ ଟୁର୍ନାମେଣ୍ଟ ଆୟୋଜନ କରିପାରି ନାହାନ୍ତି। ଚଳିତ ବର୍ଷ ଶେଷସୁଦ୍ଧା ଏହି କାର୍ଯ୍ୟ ସରିଯିବା ଆଶା ରହିଛି। ୪ଟି କନ୍‌ଫେଡେରେଶନରୁ ୩ଟି ଲେଖାଏ ଦଳ ଯୋଗ୍ୟତା ଅର୍ଜନ କରିବେ। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ, କୋଲକାତାର ସଲ୍ଟଲେକ୍‌, ଗୁଆହାଟୀର ଇନ୍ଦିରା ଗାନ୍ଧୀ ଆଥଲେଟିକ୍‌ ଷ୍ଟାଡିୟମ, ଅହମ୍ମଦାବାଦର ଏକ୍କା ଆରେନା ଓ ନଭି ମୁମ୍ବାଇର ଡି.ଓ୍ବାଇ. ପାଟିଲ ଷ୍ଟାଡିୟମରେ ମ୍ୟାଚ ଗୁଡ଼ିକ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri