Posted inଖେଳ

ଫିଫା ର଼୍ୟାଙ୍କିଙ୍ଗ୍‌ରେ ଭାରତର ଅବନତି

ନୂଆଦିଲ୍ଲୀ, ୨୪।୧୦ (ପି.ଟି.)- ଫୁଟ୍‌ବଲର ସର୍ବୋଚ୍ଚ ସଂସ୍ଥା ଫିଫା ପକ୍ଷରୁ ସଦ୍ୟ ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ରେ ଭାରତର ଅବନତି ହୋଇଥିବା ଦେଖିବାକୁ ମିଳିଛି। ଭାରତୀୟ ଫୁଟ୍‌ବଲ ଦଳ ୨ଟି ପାହାଚ ତଳକୁ ଖସି ୧୦୬ତମ ସ୍ଥାନରେ ରହିଛି। ଚଳିତ ମାସ ମଧ୍ୟଭାଗରେ ବାଂଲାଦେଶ ବିପକ୍ଷରେ ଅନୁଷ୍ଠିତ ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌କୁ ଭାରତ ୧-୧ ଗୋଲରେ ଡ୍ର ରଖିଥିଲା। ଯେହେତୁ ଫିଫା ମାନ୍ୟତାରେ ବାଂଲାଦେଶ ନିମ୍ନ ର଼୍ୟାଙ୍କିଙ୍ଗ୍‌ପ୍ରାପ୍ତ ଦଳ ସେହି କାରଣରୁ ଭାରତକୁ ୨ଟି ସ୍ଥାନ ହରାଇବାକୁ ପଡ଼ିଛି। ଏଥିପୂର୍ବରୁ ସେପ୍ଟେମ୍ବରରେ ଅନୁଷ୍ଠିତ ଅନ୍ୟ ଏକ ମ୍ୟାଚ୍‌ରେ ଭାରତ ଏସିଆ ଚାମ୍ପିୟନ କାତାର ବିପକ୍ଷରେ ମ୍ୟାଚ୍‌କୁ ଗୋଲଶୂନ୍ୟ ଭାବେ ଡ୍ର’ ରଖିବାରେ ସଫଳ ହୋଇଥିଲା। ଭାରତ ବିପକ୍ଷରେ ମ୍ୟାଚ୍‌ ଡ୍ର ରଖି ବାଂଲାଦେଶ ୩ଟି ପାହାଚ ଉପରକୁ ଉଠି ୧୮୪ତମ ସ୍ଥାନ ଲାଭ କରିଛି।
ଦଳ ର଼୍ୟାଙ୍କିଙ୍ଗର ଶୀର୍ଷ ସ୍ଥାନରେ ଅପରିବର୍ତ୍ତିତ ରହିଥିବାବେଳେ ଫ୍ରାନ୍ସ ଓ ବ୍ରାଜିଲ ଯଥାକ୍ରମେ ୨ୟ ଓ ୩ୟ ସ୍ଥାନରେ ରହିଛନ୍ତି। ଟପ୍‌-୧୦ରେ ରହିଥିବା ଉରୁଗୁଏ (୫ମ), କ୍ରୋଏସିଆ (୭ମ) ଓ ଆର୍ଜେଣ୍ଟିନା (୯ମ) ଗୋଟିଏ ଲେଖାଏ ସ୍ଥାନ ଉପରକୁ ଉଠିଛନ୍ତି। ଇଂଲଣ୍ଡ ୪ର୍ଥ ସ୍ଥାନରେ ରହିଥିବାବେଳେ ପର୍ତ୍ତୁଗାଲ, ସ୍ପେନ ଓ କଲମ୍ବିଆ ଯଥାକ୍ରମେ ୬ଷ୍ଠ, ୮ମ ଓ ୧୦ମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri