Posted inଖେଳ

ଫିଫା ର଼୍ୟାଙ୍କିଙ୍ଗ୍‌: ବେଲଜିୟମ ଶୀର୍ଷରେ, ୧୦୮ତମ ସ୍ଥାନରେ ଭାରତ ସ୍ଥିର

ଜୁରିକ,୧୨।୬(ପି.ଟି.): ଜୁନ୍‌ରେ ପ୍ରକାଶିତ ଫିଫା ର଼୍ୟାଙ୍କିଙ୍ଗ୍‌ରେ ସେଭଳି କୌଣସି ବଡ଼ ଧରଣର ପରିବର୍ତ୍ତନ ହୋଇନାହିଁ। ଭାରତୀୟ ପୁରୁଷ ଫୁଟବଲ ଦଳ ପୂର୍ବ ପରି ୧୦୮ତମ ସ୍ଥାନରେ ଅପରିବର୍ତ୍ତିତ ରହିଛି। ୨୦୧୯ ନଭେମ୍ବରରେ ଭାରତ ଶେଷଥର ପାଇଁ ଫିଫା ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ରେ ଓମାନକୁ ଭେଟିଥିଲା। ୧, ୧୮୭ ପଏଣ୍ଟ ପାଇଁ ଭାରତ ସ୍ଥିର ରହିଛି।
କୋଭିଡ-୧୯ ମହାମାରୀ କାରଣରୁ ଗତ ମାର୍ଚ୍ଚ ମାସଠାରୁ କୌଣସି ଅନ୍ତର୍ଜାତୀୟ ଫୁଟବଲ ମ୍ୟାଚ୍‌ କିମ୍ବା ଟୁର୍ନାମେଣ୍ଟ ଖେଳାଯାଇନାହିଁ। ତେଣୁ ର଼୍ୟାଙ୍କିଙ୍ଗ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ ବୋଲି ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ତରଫରୁ କୁହାଯାଇଛି। ୧,୭୬୫ ପଏଣ୍ଟ ସହ ବେଲଜିୟମ ପୂର୍ବପରି ଶୀର୍ଷ ସ୍ଥାନରେ ରହିଛି। ସେହିପରି ବିଶ୍ୱ ଚାମ୍ପିୟନ ଫ୍ରାନ୍ସ ୧,୭୩୩ ପଏଣ୍ଟ ସହ ଦ୍ୱିତୀୟ ଓ ଲାଟିନ୍‌ ଆମେରିକା ପାଓ୍ବାର ହାଉସ୍‌ ବ୍ରାଜିଲ ୧,୭୧୨ ପଏଣ୍ଟ ସହ ତୃତୀୟ ସ୍ଥାନରେ ରହିଛି। ଅନ୍ୟପଟେ ଇଂଲଣ୍ଡ ଓ ଉରୁଗୁଏ ଯଥାକ୍ରମେ ୧, ୬୬୧ ଓ ୧, ୬୪୫ ପଏଣ୍ଟ ସହ ଯଥାକ୍ରମେ ଚତୁର୍ଥ ଓ ପଞ୍ଚମ ସ୍ଥାନରେ ରହିଛି। ସେହିପରି କ୍ରୋଏସିଆ, ପର୍ତ୍ତୁଗାଲ, ସ୍ପେନ୍‌, ଆର୍ଜେଣ୍ଟିନା ଓ କଲମ୍ବିଆ ଯଥାକ୍ରମେ ଷଷ୍ଠ, ସପ୍ତମ, ଅଷ୍ଟମ, ନବମ ଓ ଦଶମ ସ୍ଥାନରେ ରହିଛି। ଟପ୍‌ ୧୦ ବହାରେ ଥିବା ୨୦୦ଟି ଦଳ ଏବେ ଫୁଟବଲ ପଡିଆକୁ ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ରହିଛନ୍ତି।
ଭାରତ ଏବେ ଅକ୍ଟୋବରରେ ତା’ର ପରବର୍ତ୍ତୀ ୨୦୨୨ ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ରେ ଏସିଆନ ଚାମ୍ପିୟନ କାତାରକୁ ଅକ୍ଟୋବର ୮ରେ ଭେଟିବ। ଏହାପରେ ଭାରତ ବାଂଲାଦେଶ ଓ ଆଫ୍‌ଗାନିସ୍ତାନକୁ ଯଥାକ୍ରମେ ନଭେମ୍ବର ୧୨ ଓ ୧୭ ତାରଖରେ ଭେଟିବ। ଉଲ୍ଲେଖଥାଉ କି, ଇରାନଠାରୁ ହାରିବା ପରେ ଭାରତ ବିଶ୍ୱକପ୍‌ ଯୋଗ୍ୟାତ ପର୍ଯ୍ୟାୟ ଦୌଡ଼ରୁ ବାଦ୍‌ ପଡିଛି। ଗ୍ରୁପ୍‌ ଇ’ରେ ଭାରତ ୫ଟି ମ୍ୟାଚ୍‌ ଖେଳି ମାତ୍ର ୩ ପଏଣ୍ଟ ହାସଲ କରି ଚତୁର୍ଥ ସ୍ଥାନରେ ରହିଛି। ଭାରତ ତଳକୁ ବାଂଲାଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?