Posted inଖେଳ

ଫିଫା ର଼୍ୟାଙ୍କିଙ୍ଗ: ଭାରତକୁ ୧୦୧ତମ ସ୍ଥାନ

ନୂଆଦିଲ୍ଲୀ, ୧୪।୬ (ପି.ଟି.)-ଶୁକ୍ରବାର ଫିଫା (ଫେଡେରେଶନ ଅଫ୍‌ ଇଣ୍ଟରନ୍ୟାଶନାଲ ଫୁଟ୍‌ବଲ ଆସୋସିଏଶନ୍ସ) ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଭାରତ ୧୦୧ତମ ସ୍ଥାନ ବଜାୟ ରଖିଛି। ଭାରତ ନିକଟରେ ଥାଇଲାଣ୍ଡରେ ଅନୁଷ୍ଠିତ କିଙ୍ଗ୍ସ କପ୍‌ରେ ତୃତୀୟ ସ୍ଥାନ ଅଧିକାର କରିଥିଲା। ଫିଫା ସ୍ବୀକୃତିପ୍ରାପ୍ତ ଏହି ଟୁର୍ନାମେଣ୍ଟରେ ନୂଆ କୋଚ୍‌ ଇଗୋର ଷ୍ଟିମାକ୍‌ଙ୍କ ନେତୃତ୍ୱରେ ଭାରତ ଏହାଠାରୁ ଉଚ୍ଚ ର଼୍ୟାଙ୍କିଙ୍ଗପ୍ରାପ୍ତ କୁରାକାଓଠାରୁ ୧-୩ରେ ପରାଜିତ ହୋଇଥିଲା। ପରେ ଦଳ ଆୟୋଜକ ଥାଇଲାଣ୍ଡ ବିପକ୍ଷରେ ୧-୦ ଗୋଲରେ ବିଜୟ ଲାଭ କରିଥିଲା। ଏହି ଫଳାଫଳ କିନ୍ତୁ ଭାରତର ର଼୍ୟାଙ୍କିଙ୍ଗ ସ୍ଥିତିରେ କୌଣସି ଫରକ ଆଣି ନ ଥିଲା। ଏହା ପୂର୍ବରୁ ଏପ୍ରିଲ ୪ ରେ ଫିଫା ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଥିଲା। ଏଥିରେ ଭାରତର ର଼୍ୟାଙ୍କିଙ୍ଗ ପଏଣ୍ଟ ୧୨୧୯ ରହିଥିଲା। ଦଳ ତାହା ବଜାୟ ରଖିଛି। ଫିଫା ର଼୍ୟାଙ୍କିଙ୍ଗ ତାଲିକାରେ ଏସୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ଭାରତୀୟ ଦଳ ୧୮ତମ ସ୍ଥାନରେ ରହିଛି। ଏସିଆର ଟପ୍‌ ୫ ମଧ୍ୟରେ ଇରାନ (୨୦ତମ) ଶୀର୍ଷରେ ରହିଥିବାବେଳେ ଏହା ପଛକୁ ଯଥାକ୍ରମେ ଜାପାନ (୨୮ତମ), କୋରିଆ (୩୭ତମ), ଅଷ୍ଟ୍ରେଲିଆ (୪୩ତମ) ଏବଂ କାତାର (୫୫ତମ) ରହିଛନ୍ତି। ଓଭରାଲ ଓ୍ବାଲର୍‌ଡ ର଼୍ୟାଙ୍କିଙ୍ଗ୍ସରେ ବେଲଜିୟମ ପୂର୍ବ ଭଳି ପ୍ରଥମ ସ୍ଥାନରେ ରହିଥିବା ବେଳେ ଏହା ପଛକୁ ଯଥାକ୍ରମେ ଫ୍ରାନ୍ସ, ବ୍ରାଜିଲ, ଇଂଲଣ୍ଡ ଏବଂ ପର୍ତ୍ତୁଗାଲ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri