ଫିମ୍ପିମରା ପିଡିଏସ ଚାଉଳ ବଣ୍ଟନ: ହିତାଧିକାରୀ ଅସନ୍ତୋଷ

ଝୁମ୍ପୁୁରା, ୧୭।୭ (ଡି.ଏନ.ଏ.): ଝୁମ୍ପୁରା ବ୍ଲକ ଅନ୍ତର୍ଗତ କେତେକ ପଞ୍ଚାୟତରେ ପିଡିଏସ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ପୂର୍ବରୁ ଅଭିଯୋଗ ରହିଛି। ଜଙ୍ଗଲାଞ୍ଚଳରେ ଅବସ୍ଥିତ ଆଦିବାସୀ ଅଧ୍ୟୁଷିତ ବସନ୍ତପୁର ପଞ୍ଚୟତରେ ୨ଦିନ ଧରି ଫିମ୍ପିମରା ପିଡିଏସ ଚାଉଳ ବଣ୍ଟନ ଯୋଗୁ କାର୍ଡଧାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଗନ୍ଧଯୁକ୍ତ ପିଡିଏସ ଚାଉଳ ବଣ୍ଟନ ବେଳେ ହିତାଧିକାରୀମାନେ ଅସନ୍ତୁଷ୍ଟ ହେବାରୁ ଚାଉଳ ନିଅ ନ ହେଲେ ନାହିଁ ବୋଲି ପଞ୍ଚାୟତ କର୍ମଚାରୀମାନେ କହୁଥିବା ସୂଚନା ମିଳିଛି। ତେବେ ବାଧ୍ୟ ହୋଇ ହିତାଧିକାରୀ ମାନେ ଚାଉଳ ନେଇ ପରେ ଝୁମ୍ପୁରା ଯୋଗାଣ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଝୁମ୍ପୁରା ଗୋଦାମରୁ ଚାଉଳ ପରିବହନ କରୁଥିବା ସଂସ୍ଥା, ବସନ୍ତପୁର ପଞ୍ଚାୟତକୁ ଭଲ ଚାଉଳ ପହଞ୍ଚାଇଥିବା ନେଇ ସଫେଇ ଦେଇଛି। ତେବେ ଘଟଣାଟି ପ୍ରଘଟ ହେବା ପରେ ମୁଷ୍ଟିମେୟ ଲୋକ ହିତାଧିକାରୀଙ୍କୁ ଧମକ ଦେବା ସହିତ ବର୍ଷା ଯୋଗୁ ଚାଉଳ ଓଦା ହୋଇଯାଇଥିବା କହୁଛନ୍ତି। ଏନେଇ ଝୁମ୍ପୁରା ବ୍ଲକ ଯୋଗାଣ ଅଧିକାରୀ ସରିତା ମିର୍ଦ୍ଧାଙ୍କୁ ପଚାରିବାରୁ ଘଟଣାର ତଦନ୍ତ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri