ଫିମ୍ପିମରା ପିଡିଏସ ଚାଉଳ ବଣ୍ଟନ: ହିତାଧିକାରୀ ଅସନ୍ତୋଷ

ଝୁମ୍ପୁୁରା, ୧୭।୭ (ଡି.ଏନ.ଏ.): ଝୁମ୍ପୁରା ବ୍ଲକ ଅନ୍ତର୍ଗତ କେତେକ ପଞ୍ଚାୟତରେ ପିଡିଏସ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ପୂର୍ବରୁ ଅଭିଯୋଗ ରହିଛି। ଜଙ୍ଗଲାଞ୍ଚଳରେ ଅବସ୍ଥିତ ଆଦିବାସୀ ଅଧ୍ୟୁଷିତ ବସନ୍ତପୁର ପଞ୍ଚୟତରେ ୨ଦିନ ଧରି ଫିମ୍ପିମରା ପିଡିଏସ ଚାଉଳ ବଣ୍ଟନ ଯୋଗୁ କାର୍ଡଧାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଗନ୍ଧଯୁକ୍ତ ପିଡିଏସ ଚାଉଳ ବଣ୍ଟନ ବେଳେ ହିତାଧିକାରୀମାନେ ଅସନ୍ତୁଷ୍ଟ ହେବାରୁ ଚାଉଳ ନିଅ ନ ହେଲେ ନାହିଁ ବୋଲି ପଞ୍ଚାୟତ କର୍ମଚାରୀମାନେ କହୁଥିବା ସୂଚନା ମିଳିଛି। ତେବେ ବାଧ୍ୟ ହୋଇ ହିତାଧିକାରୀ ମାନେ ଚାଉଳ ନେଇ ପରେ ଝୁମ୍ପୁରା ଯୋଗାଣ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଝୁମ୍ପୁରା ଗୋଦାମରୁ ଚାଉଳ ପରିବହନ କରୁଥିବା ସଂସ୍ଥା, ବସନ୍ତପୁର ପଞ୍ଚାୟତକୁ ଭଲ ଚାଉଳ ପହଞ୍ଚାଇଥିବା ନେଇ ସଫେଇ ଦେଇଛି। ତେବେ ଘଟଣାଟି ପ୍ରଘଟ ହେବା ପରେ ମୁଷ୍ଟିମେୟ ଲୋକ ହିତାଧିକାରୀଙ୍କୁ ଧମକ ଦେବା ସହିତ ବର୍ଷା ଯୋଗୁ ଚାଉଳ ଓଦା ହୋଇଯାଇଥିବା କହୁଛନ୍ତି। ଏନେଇ ଝୁମ୍ପୁରା ବ୍ଲକ ଯୋଗାଣ ଅଧିକାରୀ ସରିତା ମିର୍ଦ୍ଧାଙ୍କୁ ପଚାରିବାରୁ ଘଟଣାର ତଦନ୍ତ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri