ଫିଲ୍ମଫେୟାର ଦୌଡ଼ରେ ଓଡ଼ିଆ ଫିଲ୍ମମେକର

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରଥମଥର ପାଇଁ ଓଡ଼ିଶାରୁ ଏକ କ୍ଷୁଦ୍ର ଚଳଚ୍ଚିତ୍ର ‘ଫିଲ୍ମଫେୟାର ଶର୍ଟ ଫିଲ୍ମ ଆଓ୍ବାର୍ଡସ-୨୦୨୦’ ପ୍ରତିଯୋଗିତା ଦୌଡ଼ରେ ସାମିଲ ହୋଇଛି। ଓଡ଼ିଶା ଜନ୍ମିତ ବିଜ୍ଞାପନ ଫିଲ୍ମ ନିର୍ମାତା ଦୟାନିଧି ଦହିମାଙ୍କ ଦ୍ୱାରା ନିର୍ମିତ ପ୍ରଥମ କ୍ଷୁଦ୍ର ଚଳଚ୍ଚିତ୍ର ‘ନବାବ’ ଏହି  ସମ୍ମାନଜନକ ଚଳଚ୍ଚିତ୍ର ପୁରସ୍କାର ପାଇଁ ମନୋନୀତ ହୋଇଥିବା ଶ୍ରେଷ୍ଠ ୩୫ ଚଳଚ୍ଚିତ୍ର ତାଲିକାରେ ସ୍ଥାନ ପାଇଛି। ୨୦ ମିନିଟରୁ କମ୍‌ ସମୟର ଏହି ଚଳଚ୍ଚିତ୍ରରେ ଅପାରଶକ୍ତି ଖୁରାନା, ମଲ୍ଲିକା ଦୁଆ, ମାରିଆ ଗୋରେଟ୍ଟି ଓ ଗୀତିକା ବିଦ୍ୟାଙ୍କ ଭଳି ଦକ୍ଷ କଳାକାରମାନେ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି। ଫିଲ୍ମର ନିର୍ଦ୍ଦେଶକ ମାନସୀ ଜୈନ ଏହାର କାହଣୀ ମଧ୍ୟ ଲେଖିଛନ୍ତି। ଦୟାନିଧିଙ୍କ ଫିଲ୍ମ ପ୍ରଡକ୍ସନ ହାଉସ୍‌ ‘ଦୟା ଏଣ୍ଟରଟେନ୍‌ମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌’ ଏବଂ ‘ବିଗ୍‌ ବ୍ୟାନର୍‌ ଫିଲ୍ମସ’ ଦ୍ୱାରା ମିଳିତ ଭାବେ ଏହାକୁ ପ୍ରସ୍ତୁତ କରାଯାଇଛି। ରାଜଗାଙ୍ଗପୁରରେ ଜନ୍ମିତ ୨୮ବର୍ଷୀୟ ଦୟାନିଧିଙ୍କ ପିଲାବେଳୁ ଫିଲ୍ମମେକିଂରେ ଆଗ୍ରହ ଥିବାବେଳେ ଏଥିପାଇଁ ସେ ମୁମ୍ବାଇ ଯାଇଥିଲେ। ଏଫ୍‌ଟିଆଇଆଇରୁ ଫିଲ୍ମମେକିଂରେ ଶିକ୍ଷା ଗ୍ରହଣ କରିଥିବା ଏହି ଯୁବ ପ୍ରତିଭା ଏକାଧିକ ଆଡ୍‌ ଫିଲ୍ମ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri