ଫିଲ୍ମ ଇଣ୍ଡଷ୍ଟ୍ରୀରେ ୫୦ ବର୍ଷ ପୂରଣ କଲେ ଅମିତାଭ ବଚ୍ଚନ

ବଲିଉଡର ମହାନାୟକ ଅମିତାଭ ବଚ୍ଚନ ଆଜି ଫିଲ୍ମ ଇଣ୍ଡଷ୍ଟ୍ରୀରେ ୫୦ ବର୍ଷ ପୂରଣ କରିଛନ୍ତି। ୧୯୪୨, ୧୧ଅକ୍ଟୋବରରେ ଉତ୍ତର ପ୍ରଦେଶର ଇଲହାବାଦରେ ଜନ୍ମ ଗ୍ରହଣ କରିଥିଲେ। ବଲିଉଡ ଜଗତରେ ‘ସେହନସାହ’ ନାମରେ ପରିଚିତ ଅମିତାଭ ବଚ୍ଚନ। ଦୀର୍ଘ ୫୦ ବର୍ଷ ସମୟ ଧରି ସେ ୧୯୦ଟି ଚଳଚ୍ଚିତ୍ରରେ ଅଭିନୟ କରି ଏକ ଅଭୁଲା କୀର୍ତ୍ତିମାନ ସୃଷ୍ଟି କରିପାରିଛନ୍ତି। ନଭେମ୍ବର ୭ ୧୯୬୯ରେ ଅମିତାଭଙ୍କ ପ୍ରଥମ ଅଭିନୀତ ଚଳଚ୍ଚିତ୍ର ‘ସାତ୍‌ ହିନ୍ଦୁସ୍ତାନୀ’ ରିଲିଜ୍‌ ହୋଇଥିଲା। ଇଣ୍ଡଷ୍ଟ୍ରୀରେ ୫୦ବର୍ଷ ପୂରଣ କରିବା ନେଇ ଅମିତାଭ ଟୁଇଟରରେ ଜଣାଇଛନ୍ତି। ଏଥିପାଇଁ ସେ ନିଜ ଫ୍ୟାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଜଞ୍ଜିର, ଦିୱାର, ଶୋଲେ ଭଳି ଚଳଚ୍ଚିତ୍ରରେ ଅଭିନୟ କରି ସେ ଲୋକପ୍ରିୟ ହୋଇଥିଲେ। ବଲିଉଡ୍‌ ଆଙ୍ଗ୍ରି ୟଙ୍ଗମ୍ୟାନ, ଶେହନସାହ, ବିଗ ବି, ଷ୍ଟାର୍‌ ଅଫ ଦି ମିଲେନିୟମ ଆଦି ଅନେକ ନାମରେ ସେ ପରିଚିତ। ଭାରତୀୟ ଚଳଚ୍ଚିତ୍ର ଇତିହାସରେ ଅମିତାଭ ଏକ ଶ୍ରଦ୍ଧାଶୀଳ ନାମ। କୌନ ବନେଗା କରୋ କାର୍ଯ୍ୟକ୍ରମ ଜରିଆରେ ସେ ସବୁଠୁ ଅଧିକ ଲୋକପ୍ରିୟ ହୋଇପାରିଥିଲେ। ନିଜର ଦୀର୍ଘ ଅଭିନୟ ଜୀବନରେ ସେ ଅନେକ ପୁରସ୍କାର ଓ ସମ୍ମାନ ପ୍ରାପ୍ତ ହୋଇଛନ୍ତି। ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମେତ ଫିଲ୍ମ ଫେୟାର୍‌ ଆୱାର୍ଡ ମଧ୍ୟ ଲାଭ କରିଛନ୍ତି। ନିକଟରେ ତାଙ୍କ ନାମ ଦାଦା ସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ ହୋଇଛି। ସେ ଏକା ସାଙ୍ଗରେ ଜଣେ ପ୍ରସିଦ୍ଧ ଅଭିନେତା, ଗାୟକ, ପ୍ରଯୋଜକ, ଆଙ୍କର। ନିଜର ଉଚ୍ଚ ସ୍ବର ଏବଂ ଅଭିନୟ ବଳରେ ସେ ଆଜି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି । ସେହନ୍ଶାହ, ଡନ, ଅଗ୍ନିପଥ, କାଲିଆ, ସୋଲେ, ସୁର୍ଯ୍ୟବଂଶମ, ଦିୱାର, ଲାୱାରିସ, କଭି ଖୁସି କଭି ଗମ ଆଦି ସୁପରହିଟ ଚଳଚ୍ଚିତ୍ରରେ ନିଜର ଅଭିନୟର ଯାଦୁ ଦେଖାଇଛନ୍ତି ବିଗ ବି ଅମିତାଭ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?