ଫିଲ୍ମ ଇଣ୍ଡଷ୍ଟ୍ରୀ କର୍ମଚାରୀଙ୍କ ପାଇଁ ୨.୫ଲକ୍ଷ ଦେଲେ ନୀଳମାଧବ

ଭୁବନେଶ୍ୱର,୩୦।୩(ବ୍ୟୁରୋ)- ଭିନ୍ନସ୍ବାଦର ଫିଲ୍ମ ତିଆରି କରି ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶାର ନାମକୁ ଗୌରବାନ୍ବିତ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମମେକର ନୀଳମାଧବ ପଣ୍ଡା ସହାୟତାର ହାତ ବଢାଇଛନ୍ତି। କରୋନା ପାଇଁ ସମସ୍ୟାରେ ପଡିଥିବା ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର କର୍ମଚାରୀଙ୍କ ଉଦ୍ଦେଶ୍ୟରେ ୨.୫ ଲକ୍ଷ ଟଙ୍କାର ସହାୟତା ରାଶି ଓଡ଼ିଶା ମୋଶନ ପିକ୍‌ଚର୍‌ ଟେକ୍ନିସିଆନ୍ସ ଆଣ୍ଡ୍‌ ଓ୍ବାର୍କର୍ସ ଆସୋସିଏଶନ୍‌କୁ ପ୍ରଦାନ କରିଛନ୍ତି। ଗତ ୧୯ ତାରିଖଠାରୁ ରାଜ୍ୟ ତଥା ଦେଶରେ ଫିଲ୍ମ, ଟେଲିଭିଜନ ଏବଂ ଓ୍ବେବ୍‌ସିରିଜ ଆଦିର ଶୁଟିଂ ବନ୍ଦ ରହିଛି। ଫଳରେ ଏହା ଉପରେ ନିର୍ଭର କରି ପେଟ ପୋଷୁଥିବା ଲାଇଟ୍‌ ବଏଜ୍‌, ସ୍ପଟ୍‌ ବଏଜ୍‌, ମେକ୍‌ଅପ୍‌ ଆର୍ଟିଷ୍ଟ, ଆର୍ଟ ଏବଂ ପ୍ରଡକ୍ସନ ସହ ଜଡ଼ିତ କର୍ମଚାରୀ ନିଜର ଜୀବିକା ହରାଇଛନ୍ତି। ଓଡ଼ିଶାର ପ୍ରାୟ ୫୦୦ ପରିବାର କରୋନା ଲକ୍‌ଡାଉନ୍‌ ଦ୍ୱାରା ପ୍ରଭାବିତ ହୋଇଛନ୍ତି। ଏପରିସ୍ଥିତିରେ ସମସ୍ତଙ୍କ ଘରେ ମାସିକ ରାଶନ ଏବଂ ଜରୁରୀ ସାମଗ୍ରୀ ପଠାଇବା ଅସମ୍ଭବ ହୋଇଥିବାରୁ ସେ ଏହି ଛୋଟ ସହାୟତା କରିଥିବା ପଣ୍ଡା କହିଛନ୍ତି। ପରିସ୍ଥିତି କେବେ ଠିକ୍‌ ହେବ ତାହା କେହି ଜାଣି ନ ଥିବାବେଳେ ସମସ୍ତେ ଏକାଠି ହୋଇ ପରସ୍ପରକୁ ସାହାଯ୍ୟ କରିବାକୁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri