ଫୁଟବଲରେ କର୍ଲାମୁଣ୍ଡା ବ୍ଲକ ଚାମ୍ପିୟନ, ୩ ଖେଳାଳି ରାଜ୍ୟସ୍ତରକୁ ମନୋନୀତ

କର୍ଲାମୁଣ୍ଡା,୩।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲାସ୍ତରୀୟ ବିଦ୍ୟାଳୟ ଖେଳକୁଦ ପ୍ରତିଯୋଗିତାରେ କର୍ଲାମୁଣ୍ଡା ବ୍ଲକକୁ ମିଳିଛି ବଡ଼ ସଫଳତା। ୧୭ ବର୍ଷରୁ କମ ବର୍ଗର ଫୁଟବଲ ପ୍ରତିଯୋଗିତାରେ କର୍ଲାମୁଣ୍ଡା ବ୍ଲକ ଟିମ ଚମ୍ପିୟାନ ହୋଇଛି। ଫାଇନାଲ ମ୍ୟାଚ୍‌ରେ କର୍ଲାମୁଣ୍ଡା ବ୍ଲକ ଟିମ୍‌ର ମୁକାବିଲା ଭବାନୀପାଟଣା ବ୍ଲକ ଟିମ ସହ ହୋଇଥିଲା। ରୋମାଞ୍ଚକର ମୁକାବିଲାରେ କର୍ଲାମୁଣ୍ଡା ଟିମ ବିଜୟୀ ହୋଇ ଚମ୍ପିୟାନ ଟ୍ରଫି ହାସଲ କରିଛି।
ବିଜୟୀ ଦଳକୁ କଳାହାଣ୍ଡି ତହସିଲଦାର କ୍ଷୀରୋଦ ବିହାରୀ ଭାରତ ନାଗଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ଟ୍ରଫି ପ୍ରଦାନ କରିଥିଲେ। କର୍ଲାମୁଣ୍ଡା ବ୍ଲକ ଫୁଟବଲ ଟିମ୍‌ର ଏହି ସଫଳତା ପାଇଁ ମ୍ୟାନେଜର ରାଜ କିଶୋର ରଣା, କୋଚ ସୁନୀଲ ବେହେରା, ବ୍ଲକ କ୍ରୀଡ଼ା ସମ୍ପାଦକ ପ୍ରଶାନ୍ତ ସାହୁ, ଲଳିତ ଗୌଡ଼ ପ୍ରମୁଖ ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ସେହିପରି ଆଥଲେଟିକ୍ସରେ ମଧ୍ୟ କର୍ଲାମୁଣ୍ଡା ବ୍ଲକକୁ ସଫଳତା ମିଳିଛି। ରିସିଡାସ୍ଥିତ ଜେକେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ମାନସ ମାଝୀ, ପୀୟୁଷ କୁମାର ସା ଏବଂ ହରିପ୍ରିୟା ରଣା ଉତ୍ତମ ପ୍ରଦର୍ଶନ କରିଛନ୍ତି। ନିଜ ନିଜ ବର୍ଗରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ଏହି ତିନି ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଜଣାପଡ଼ିଛି। ଏହି ସଫଳତା ପରେ କର୍ଲାମୁଣ୍ଡା ବ୍ଲକର କ୍ରୀଡ଼ାପ୍ରେମୀ ଓ ବିଦ୍ୟାଳୟ ମହଲରେ ଖୁସିର ମାହୋଲ ସୃଷ୍ଟି ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

ଖୁଦୁରୁକୁଣୀ ଭସାଣି ବେଳେ ଏସ୍‌ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ ଏସ୍‌ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?