Posted inଖେଳ

ଫୁଟବଲ ଟେକ୍ନିକ ସୁଧାରିଲେ ୯୬ ଖେଳାଳି

ଭୁବନେଶ୍ୱର, ୨୭।୫(କ୍ରୀଡ଼ା ପ୍ରତିନିଧି)- ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଗତ ଏପ୍ରିଲ ୨୮ରୁ ଆରମ୍ଭ ହୋଇଥିବା ଗ୍ରୀଷ୍ମକାଳୀନ ଫୁଟବଲ ପ୍ରଶିକ୍ଷଣ ଶିବିର ରବିବାର ଉଦ୍‌ଯାପିତ ହୋଇଛି। ଏହି ଶିବିରରେ ୧୩ ବର୍ଷରୁ କମ୍‌ ବାଳକ ବିଭାଗରେ ୪୭, ୧୫ରୁ ୧୭ ବର୍ଷ ବିଭାଗରେ ୨୪ ଏବଂ ୧୮ରୁ ୨୨ ବର୍ଷ ବିଭାଗରେ ୨୫ ବାଳକ ଅଂଶଗ୍ରହଣ କରିଥିଲେ। ୩ ସପ୍ତାହଧରି ଅନୁଷ୍ଠିତ ଏହି ଶିବିରରେ ୭ ପ୍ରଶିକ୍ଷକ ୯୬ ବାଳକଙ୍କୁ ଫୁଟବଲର ମୌଳିକ ଜ୍ଞାନ ସମ୍ପର୍କରେ ଶିକ୍ଷା ଦେବାସହ ଟେକ୍ନିକରେ ଥିବା ତ୍ରୁଟିକୁ ସୁଧାରିଥିଲେ। ଶିବିରର ବିଭିନ୍ନ ଦିବସରେ ଭାରତୀୟ ମହିଳା ଫୁଟବଲ ଦଳର ପୂର୍ବତନ ଅଧିନାୟିକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟ, ସସ୍ମିତା ମଲିକ, ଅନ୍ତର୍ଜାତୀୟ ଖେଳାଳି ବିଜୟଲକ୍ଷ୍ମୀ ସାହୁ, ସୁପ୍ରିୟା ରାଉତରାୟ, ଫଇଜିଓଥେରାପିଷ୍ଟ ମୁକ୍ତିପ୍ରସାଦ ଦାସ ଉପସ୍ଥିତ ରହି ଖେଳାଳିଙ୍କୁ ଉତ୍ସାହିତ କରିବା ସହ ନିଜ ଅଭିଜ୍ଞତା ସମ୍ପର୍କରେ ବର୍ଣ୍ଣନା କରିଥିଲେ। ଉଦ୍‌ଯାପନ ଉତ୍ସବରେ ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା, ନବନିର୍ବାଚିତ ଅନନ୍ତ ନାରାୟଣ ଜେନା, ଅନୁଗୋଳ-ସୁକିନ୍ଦା ରେଲଓ୍ବେ ଏମ୍‌ଡି ବିଲୀପ ସାମନ୍ତରାୟ, ଭୁବନେଶ୍ୱର ଆଥଲେଟିକ୍‌ ଆସୋସିଏଶନ ସମ୍ପାଦକ ସୌର୍ଯ୍ୟରଞ୍ଜନ ପରିଜା, କ୍ରୀଡ଼ା ସଂଗଠକ ନବରଞ୍ଜନ ପଟ୍ଟନାୟକ, ଆୟୋଜକ କ୍ଲବର ସମ୍ପାଦକ ଦିଲୀପ ଦାସ, ସଭାପତି ତପନ ମହାନ୍ତି, ଉପସଭାପତି ପ୍ରଫୁଲ୍ଲ ମିଶ୍ର, ଅକ୍ଷୟ ଦାସ, ଅତିଥିଭାବେ ଯୋଗଦେଇ ପ୍ରଶିକ୍ଷାର୍ଥୀଙ୍କୁ ପ୍ରମାଣପତ୍ର ପ୍ରଦାନ କରିଥିଲେ। ଏଆଇଏଫଏଫର ଲାଇସେନ୍ସପ୍ରାପ୍ତ ପ୍ରଶିକ୍ଷକ ସୁଶାନ୍ତ ମହାନ୍ତି ନିଜ ତରଫରୁ ୩ ଖେଳାଳି ସୂର୍ଯ୍ୟରଞ୍ଜନ ନାୟକ, ରିତେଶ ନାୟକ ଓ ସମ୍ବିତ କୁମାର ନାୟକଙ୍କୁ ସ୍କୁଲ୍‌ କିଟ୍‌ ବ୍ୟାଗ୍‌ ଦେଇ ସମ୍ମାନିତ କରିଥିଲେ। କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଅମିୟ କୁମାର ମିଶ୍ର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri