Posted inଖେଳ

ଫୁଟ୍‌ବଲରୁ ରୋବେନଙ୍କ ଅବସର

ଦି ହେଗ୍‌ (ନେଦରଲାଣ୍ଡ୍ସ), ୫।୭ (ଏଏଫ୍‌ପି)- ନେଦରଲାଣ୍ଡ୍ସ ଫୁଟ୍‌ବଲ ଷ୍ଟାର୍‌ ଆର୍ଜେନ ରୋବେନ ଗୁରୁବାର ସମସ୍ତ ପ୍ରକାର ଫୁଟ୍‌ବଲରୁ ଅବସର ଘୋଷଣା କରିଛନ୍ତି। ଏଥିପୂର୍ବରୁ ୨୦୧୮ ଫିଫା ବିଶ୍ୱକପ୍‌କୁ ନେଦରଲାଣ୍ଡ୍ସ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହେବାପରେ ୩୫ ବର୍ଷୀୟ ରୋବେନ ଅନ୍ତର୍ଜାତୀୟ ଫୁଟ୍‌ବଲରୁ ସନ୍ନ୍ୟାସ ଗ୍ରହଣ କରିଥିଲେ। ଜର୍ମାନର ଜଣାଶୁଣା କ୍ଲବ ବେୟର୍ନ ମ୍ୟୁନିକ ପାଇଁ ସେ ୧୦ ବର୍ଷଧରି ଖେଳିଥିଲେ। ବେୟର୍ନ ମ୍ୟୁନିକ ସହ ତାଙ୍କ ଚୁକ୍ତି ଗତ ଜୁନ୍‌ ୩୦ରେ ସମାପ୍ତ ହୋଇଥିଲା। ଜାତୀୟ ଦଳ ପକ୍ଷରୁ ରୋବେନ ୯୬ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ୩୭ ଗୋଲସ୍କୋର କରିଛନ୍ତି। ୨୦୧୦ ବିଶ୍ୱକପ୍‌ରେ ଦଳକୁ ଫାଇନାଲରେ ପହଞ୍ଚାଇବା ଏବଂ ୨୦୧୪ରେ ୩ୟ ସ୍ଥାନ ହାସଲ କରାଇବାରେ ତାଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ ରହିଥିଲା। ଚେଲ୍‌ସା ପକ୍ଷରୁ ପ୍ରତିନିଧିତ୍ୱ କରି କ୍ୟାରିୟରରେ ସେ ୨ଥର (୨୦୦୫ ଓ ୨୦୦୬) ପ୍ରିମିୟର ଲିଗ୍‌ ଟାଇଟଲ୍‌ ଜିତିଥିଲେ। ଜୋଶ୍‌ ମୋରିନୋ ସେତେବେଳେ ଚେଲ୍‌ଶାର ମ୍ୟାନେଜର ତଥା ପ୍ରଶିକ୍ଷକ ରହିଥିଲେ। ଏଥିପୂର୍ବରୁ ସେ ରିୟଲ ମାଡ୍ରିଡ୍‌ ପକ୍ଷରୁ ଲା ଲିଗା ଟ୍ରଫି ମଧ୍ୟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri