ଫୁଡ୍‌ ସପ୍ଲିମେଣ୍ଟକୁ ନେଇ ଯୁବପିଢ଼ିଙ୍କ ମଧ୍ୟରେ ଅସନ୍ତୋଷ

ଅନୁଗୋଳ ଅଫିସ, ୨୮।୨ – ଫିଟ୍‌ ରହିବା ବା ସୁନ୍ଦର ସ୍ବାସ୍ଥ୍ୟ ପ୍ରତି ଏବେକାର ଯୁବିପିଢ଼ି ବେଶ୍‌ ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଜିମ୍‌ ଯିବାକୁ ସେମାନଙ୍କ ମଧ୍ୟରେ ଅଧିକରୁ ଅଧିକ ଆଗ୍ରହ ପ୍ରକାଶ ପାଉଛି। କେବଳ ଯୁବପିଢ଼ି ନୁହନ୍ତି, ଅନେକେ ବୟସ୍କ ବି ଜିମ୍‌କୁ ପସନ୍ଦ କରୁଥିବା ବେଳେ କେହି କେହି ମୋଟାପଣ କମାଇବାକୁ ଜିମ୍‌କୁ ବାଛୁଛନ୍ତି। ତେଣୁ ଚାହିଦାକୁ ନଜରରେ ରଖି ବିଭିନ୍ନ ସହରରେ ମାଳ ମାଳ ଜିମ୍‌ ଖୋଲାଯାଉଛି। ଅନୁଗୋଳ ସହରରେ ମଧ୍ୟ ବହୁ ସଂଖ୍ୟକ ଜିମ୍‌ ରହିଛି। ତେବେ କେତେକ ଜିମ୍‌ର ଫୁଡ୍‌ ସପ୍ଲିମେଣ୍ଟକୁ ନେଇ ଏବେ ଯୁବପିଢ଼ିଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସେମାନେ ଜିମ୍‌ ମାଲିକମାନଙ୍କୁ ଏ ନେଇ ଅଭିଯୋଗ କରୁ ନ ଥିଲେ ମଧ୍ୟ ବାହାରେ ଅସନ୍ତୋଷ ଝାଡ଼ୁଥିବା ସହରରେ ଚର୍ଚ୍ଚାର ବିଷୟ ହୋଇଛି।
ଯାହା ଶୁଣିବାକୁ ମିଳୁଛି, ଅନୁଗୋଳ ସହରରେ ଥିବା ବହୁ ଜିମ୍‌ ମଧ୍ୟରୁ ୨/୩ଟି ଜିମ୍‌ରେ ଯେଉଁଭଳି ମନଇଚ୍ଛା ଭାବେ ଲୋକଙ୍କୁ ଫୁଡ୍‌ ସପ୍ଲିମେଣ୍ଟ ଦିଆଯାଉଛି ତାହା ଅନେକାଂଶରେ କ୍ଷତିକାରକ। ଘୋଡ଼ା ପାଇଁ ବ୍ୟବହାର ହେଉଥିବା ଏକ ଔଷଧକୁ ଜିମ୍‌ରେ ମଣିଷଙ୍କୁ ଦିଆଯାଉଛି। ଆଉ ଏଠାକୁ ଆସୁଥିବା ବହୁ ଲୋକ କିଛି ନ ଜାଣି ନ ଶୁଣି ତାହାକୁ ଗ୍ରହଣ କରୁଛନ୍ତି। ବର୍ଷ ବର୍ଷ ଧରି ଏମିତି ବିନା ପଞ୍ଜୀକରଣରେ ଚାଲିଥିବା କେତୋଟି ଜିମ୍‌ରେ ଏହି କ୍ଷତିକାରକ ଔଷଧ କାରବାର ହେଉଛି। ଫଳରେ ଖୁବ୍‌ କମ୍‌ ଦିନ ଭିତରେ ଓଜନ କମେଇବା ଓ ବଢ଼େଇବା ପାଇଁ ଏସବୁକୁ ଖାଉଥିବା ବ୍ୟକ୍ତିମାନେ ସାମୟିକ ଭାବେ ଲକ୍ଷ୍ୟ ପୂରଣ କରୁଥିଲେ ବି ତାହା ଯେ ସେମାନଙ୍କ ସ୍ବାସ୍ଥ୍ୟ ଉପରେ କୁପ୍ରଭାବ ପକାଉଛି ତାହା ଜାଣିପାରୁ ନାହନ୍ତି। ଉ


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?