ଫୁଲବାଣୀ ପୂର୍ବତନ ବିଧାୟକଙ୍କ ଗାଡ଼ିକୁ ଗୁଳିମାଡ଼

ଫୁଲବାଣୀ ଅଫିସ, ୩୦ା୪- କନ୍ଧମାଳ ଜିଲା ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କ ଏକ ବୋଲେରୋ ଗାଡିକୁ କେହି ଦୁର୍ବୃତ୍ତ ଗୁଳିମାଡ କରିଛନ୍ତି । ଗାଡିରେ କେହି ନ ଥିବା ବେଳେ ଏଭଳି କାଣ୍ଡ ଦୁର୍ବୃତ୍ତ ଜଣକ ଭିଆଇଛନ୍ତି। ପୂର୍ବ ଶତ୍ରୁତା କି ଅନ୍ୟ କୌଣସି କାରଣରୁ କେହି ଏଭଳି ହୋଇଥାଏ ପାରେ ବୋଲି ଅନୁମାନ କରାଯାଉଛି । ଦେବେନ୍ଦ୍ରଙ୍କ ଏତଲା କ୍ରମେ ପୋଲିସ ଘଟଣାର ଅନୁସନ୍ଧାନ ଆରମ୍ଭ କରିଛି। ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକଙ୍କୁ ସନ୍ଦେହରେ ପୋଲିସ ଅଟକ ରଖି ପଚରା ଉଚରା କରୁଛି।

ମିଳିଥିବା ସୂଚନା ଅନୁସାରେ, ବୁଧବାର ରାତିରେ ପୂର୍ବତନ ବିଧାୟକ କହଁର ତାଙ୍କ ସମ୍ପର୍କୀୟଙ୍କ ଘରେ ରହିଥିଲେ। ରାତି ପ୍ରାୟ ସାଢ଼େ ୧ଟାରେ ହଠାତ୍‌ ଗୁଳି ଶବ୍ଦ ଶୁଭିଥିଲା। ଭୟରେ ସେ ବାହାରକୁ ବାହାରି ନ ଥିଲେ। ସକାଳେ ଦେଖିଲା ବେଳକୁ ଗାଡିରେ ପାର୍ଶ୍ୱ ଡୋର କାଚ ଭାଙ୍ଗି ଥିଲା। ଗୁଳି ଗୋଟିଏ ପଟରୁ ଯାଇ ଅନ୍ୟ କାଚ ଫଟାଇ ବାହାରକୁ ପଳାଇଥିଲା। ଏ ନେଇ ସେ ଥାନାରେ ଜଣାଇଥିଲେ। ଘଟଣାର ତଦନ୍ତ ଜାରି ରହିଥିବା ବେଳେ ଥାନାରେ ମାମଲା ନଂ ୫୮/୨୦ ରୁଜୁ କରାଯାଇଥିବା ଥାନାଧିକାରୀ ନରେଶ କୁମାର ସାହୁ ସୁଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri