ଫୁଲୁଛି ନଦୀଜଳ

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟର ପ୍ରମୁଖ ନଦୀରେ ବନ୍ୟାଜଳ ଫୁଲିବାରେ ଲାଗିଛି । କେତେକ ନଦୀରେ ବନ୍ୟାଜଳ ବିପଦସଙ୍କେତ ନିକଟରେ ପ୍ରବାହିତ ହେଉଥିବା ବେଳେ ଆଉ କେତେକ ସ୍ଥାନରେ ବନ୍ୟାପାଣି ବଢ଼ି ଚାଲିଛି। ଦିନେ ଦୁଇଦିନରେ ବର୍ଷା ପରିମାଣ ବୃଦ୍ଧି ହେଲେ ବନ୍ୟା ସ୍ଥିତି ଗମ୍ଭୀର ହେବା ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟାରେ ୧୩ଟି ଜିଲାର ଅଳ୍ପ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୧୨ ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବ। ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ପରିମାଣ ବୃଦ୍ଧି ପାଇବ। ୧୩ ଏବଂ ୧୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ନଦୀରେ ବନ୍ୟାଜଳ ପୁଣି ଫୁଲିବ ବୋଲି ଅନୁମାନ କରାଯାଉଛି।
ଜଳ ସମ୍ପଦ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ମହାନଦୀ, କୁଶଭଦ୍ରା, ଦେବୀ, ବ୍ରାହ୍ମଣୀ ଏବଂ ସୁବର୍ଣ୍ଣରେଖା ନଦୀର ବନ୍ୟା ଜଳ ବୃଦ୍ଧି ପାଉଥିବା ବେଳେ ବଂଶଧରା, ଋଷିକୁଲ୍ୟା ଓ ବୁଢାବଳଙ୍ଗ ନଦୀର ବନ୍ୟା ଜଳ ସ୍ଥିର ରହିଛି। ମହାନଦୀର ଟିକରପଡା ଓ ନରାଜଠାରେ ବନ୍ୟାଜଳ ବୃଦ୍ଧି ପାଉଥିବା ବେଳେ କୁଶଭଦ୍ରାର ନିମାପଡା, ଦେବୀ ନଦୀର ଆଳିପିଙ୍ଗଳ, ବ୍ରାହ୍ମଣୀର ଇନ୍ଦୁପୁର, ସୁବର୍ଣ୍ଣରେଖାର ଜାମଶୋଳାଘାଟ ଓ ରାଜଘାଟଠାରେ ବନ୍ୟାଜଳ ସତର୍କ ସୂଚନା ଉପରେ ପ୍ରବାହିତ ହେଉଛି। ତେବେ ରାଜ୍ୟର ପ୍ରମୁଖ ଜଳଭଣ୍ଡାରଗୁଡିକରେ ମଧ୍ୟ ଜଳସ୍ତର ବୃଦ୍ଧି ପାଉଛି। ହୀରାକୁଦରେ ଜଳସ୍ତର ୬୨୫.୫୪ ଫୁଟ ରହିଥିବା ବେଳେ ରେଙ୍ଗାଳିି ୧୨୨.୫୨ ମିଟର, ବାଲିମେଳା ୧୫୦୧.୭ ଫୁଟ, ମାଛକୁଣ୍ଡ ୨୭୪୮.୪ ଫୁଟ, ଅପରକୋଲାବ ୮୫୫.୫ ମିଟର, ଇନ୍ଦ୍ରାବତୀ ଜଳଭଣ୍ଡାରରେ ୬୪୦.୮୩ ମିଟର ଜଳ ସ୍ତର ରହିଛି। ବନ୍ୟାଜଳ ବୃଦ୍ଧି ପାଉଥିଲେ ମଧ୍ୟ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି।
ରାଜ୍ୟରେ ମୌସୁମୀ ବର୍ଷା ସ୍ବାଭାବିକ ରହିଛି। ଜୁନ ପହିଲାରୁ ସେପ୍ଟେମ୍ବର ୯ ତାରିଖ ସୁଦ୍ଧା ରାଜ୍ୟରେ ୧୦୦୮ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ୧୦୫୬.୬ ମିଲିମିଟର। ଅର୍ଥାତ ସ୍ବାଭାବିକଠାରୁ ୫ ମିଲିମିଟର ଅଧିକ ବର୍ଷା ହୋଇଛି। କୋରାପୁଟ ଜିଲାରେ ସ୍ବାଭାବିକଠାରୁ ୪୪ ପ୍ରତିଶତ ଅଧିକ ବର୍ଷା ହୋଇଥିବା ବେଳେ ମାଲକାନଗିରି ୨୧, କଳାହାଣ୍ଡି ୧୮, କନ୍ଧମାଳ ୧୭, ପୁରୀ ୨୦, ରାୟଗଡା ୧୪, ସୁବର୍ଣ୍ଣପୁର ୧୯, ନବରଙ୍ଗପୁର ୧୧, ବରଗଡ ୧୫, ବୌଦ୍ଧ ୧୮ ଏବଂ ବଲାଙ୍ଗୀର ଜିଲାରେ ୧୮ ମିଲିମିଟର ଅଧିକ ବର୍ଷା ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କଟକ, ବାଲେଶ୍ୱର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଗତ ୪୮ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୩୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଅନୁଗୋଳ ୩୪, ସୁନ୍ଦରଗଡ ୧୧, ବାଲେଶ୍ୱର ୪.୪, ତାଳଚେରରେ ୬୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri