Posted inଖେଳ

ଫେଡରର-ଜୋକୋଭିଚ୍‌ ସେମିଫାଇନାଲ

ମେଲବୋର୍ନ, ୨୯ା୧ (ଏଏଫ୍‌ପି)-ଚଳିତ ଅଷ୍ଟ୍ରେଲିଆନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ଏକ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲ ମ୍ୟାଚ ଦୁଇ ଷ୍ଟାର ଖେଳାଳି ସୁଇଜରଲାଣ୍ଡର ରୋଜର ଫେଡରର ଏବଂ ସର୍ବୀୟାର ନୋଭାକ ଜୋକୋଭିଚ୍‌ଙ୍କ ମଧ୍ୟରେ ହେବ। ମଙ୍ଗଳବାର ଅନୁଷ୍ଠିତ ଏକ କ୍ୱାର୍ଟର ଫାଇନାଲରେ ଫେଡରର ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛନ୍ତି। ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଏଠାରେ ୬ଥର ଚାମ୍ପିୟନ ୧୦୦ତମ ର଼୍ୟାଙ୍କିଙ୍ଗପ୍ରାପ୍ତ ଟେନିସ୍‌ ସ୍ୟାଣ୍ଡଗ୍ରେନ୍‌ଙ୍କୁ ୬-୩, ୨-୬, ୨-୬, ୭-୬ (୧୦/୮), ୬-୩ ସେଟ୍‌ରେ ପରାସ୍ତ କରିଛନ୍ତି। ୩୮ ବର୍ଷୀୟ ଫେଡରର ଏହି ରୋମାଞ୍ଚକ ମ୍ୟାଚରେ ୭ ମ୍ୟାଚ୍‌ ପଏଣ୍ଟ ସେଭ୍‌ କରିଥିଲେ। ଅନ୍ୟପକ୍ଷରେ ୮ମ ମେଲବୋର୍ନ ଟାଇଟଲ ଅଭିଯାନରେ ଥିବା ଜୋକୋଭିଚ୍‌ ଅନ୍ୟଏକ କ୍ୱାର୍ଟରଫାଇନାଲରେ ମିଲୋସ ରାଓନିକ୍‌ଙ୍କୁ ୬-୪, ୬-୩, ୭-୬ (୭/୧) ସେଟ୍‌ରେ ହରାଇ ଦେଇଛନ୍ତି। ରାଓନିକ୍‌ ଏହି ଟୁର୍ନାମେଣ୍ଟରେ କ୍ରମାଗତ ୬୩ ମ୍ୟାଚରେ ସର୍ଭିସ ବ୍ରେକ୍‌ କରି ନ ଥିଲେ। କଣ୍ଟାକ୍ଟ ଲେନ୍ସ ପାଇଁ ଅଡୁଆ ଅନୁଭବ କରୁଥିଲେ ସୁଦ୍ଧା ରାଓନିକ୍‌ଙ୍କ ଏହି ଧାରାରେ ବ୍ରେକ୍‌ ଲଗାଇଥିଲେ। ସେ ଗୋଟିଏ ଗେମ୍‌ରେ ପରାଜିତ ହୋଇଥିଲେ ହେଲେ ସହଜରେ ସେମିଫାଇନାଲରେ ପ୍ରବେଶ କରିଥିଲେ। ମହିଳା ସିଙ୍ଗଲ୍ସରେ ଆଶଲେ ବାର୍ଟି ପ୍ରଥମ ଥର ଅଷ୍ଟ୍ରେଲିଆନ ଓପନ ସେମିଫାଇନାରେ ପ୍ରବେଶ କରିଛନ୍ତି। ବାର୍ଟି ୭-୬, (୮/୬), ୬-୨ସେଟ୍‌ରେ ଦୁଇଥର ଓ୍ବିମ୍ବେଲଡନ ଚାମ୍ପିୟନ ପେଟ୍ରା କ୍ୱିିଟୋଭାଙ୍କୁ ହରାଇ ଦେଇଛନ୍ତି। ସେମିଫାଇନାଲରେ ସେ ଆମେରିକାର ସୋଫିଆ କେନିନ୍‌ଙ୍କୁ ଭେଟିବେ। ୨୧ ବର୍ଷୀୟା କେନିନ୍‌ ଟ୍ୟୁନିସିଆର ଓନ୍ସ ଜାବେଉରଙ୍କ ବିପକ୍ଷରେ ୬-୪, ୬-୪ ସେଟ୍‌ରେ ବିଜୟ ହାସଲ କରିଛନ୍ତି। ଜାବେଉର ପ୍ରଥମ ଆରବୀୟ ମହିଳା ଭାବେ ଏକ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର କ୍ୱାର୍ଟରଫାଇନାଲରେ ପ୍ରବେଶ କରି ଇତିହାସ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri