Posted inଖେଳ

ଫେଡ୍‌ କପ୍‌ ଟିମ୍‌ ଘୋଷିତ: ୪ବର୍ଷ ପରେ ଦଳକୁ ଫେରିଲେ ସାନିଆ

ନୂଆଦିଲ୍ଲୀ,୨୫ା୧୨ (ପି.ଟି.)-ଭାରତୀୟ ଫେଡ୍‌ କପ୍‌ ଦଳ ମଙ୍ଗଳବାର ଘୋଷଣା କରାଯାଇଛି। ଏଥିରେ ୫ଜଣ ଖେଳାଳିଙ୍କୁ ନିଆଯାଇଛି। ଦେଶର ଟପ୍‌ ସିଙ୍ଗଲ୍ସ ଖେଳାଳି ଅଙ୍କିତା ରାଇନା ଏଥିରେ ସ୍ଥାନ ପାଇଛନ୍ତି। ଡବଲ୍ସ ଷ୍ଟାର ସାନିଆ ମିର୍ଜା ୪ ବର୍ଷ ବ୍ୟବଧାନରେ ଦଳକୁ ଫେରିଛନ୍ତି। ସାନିଆ ଶେଷଥର ପାଇଁ ୨୦୧୬ରେ ଫେଡ୍‌ କପ୍‌ ଖେଳିଥିଲେ। ଘରସଂସାର କରିବା ଲାଗି ସେ ୨୦୧୭ ଅକ୍ଟୋବରରୁ ୨ବର୍ଷ ପାଇଁ ବିରତି ନେଇଥିଲେ। ଦଳରେ ସ୍ଥାନ ପାଇଥିବା ଅନ୍ୟ ଖେଳାଳିମାନେ ହେଲେ ରିୟା ଭାଟିଆ (୩୭୯), ରୀତୁଜା ଭୋସ୍‌ଲେ (୪୬୬) ଓ କର୍ମନ କୌର ଥାଣ୍ଡି (୫୬୮)। ଡବ୍ଲ୍ୟୁଟିଏ ସିଙ୍ଗଲ୍ସ ତାଲିକାରେ ଅଙ୍କିତା (୧୮୦) ଏହି ସମସ୍ତ ଖେଳାଳିଙ୍କଠାରୁ ଆଗରେ ରହିଛନ୍ତି। ପୂର୍ବତନ ଡେଭିସ କପ୍‌ ଖେଳାଳି ବିଶାଲ ଉପୁଲଙ୍କୁ ଦଳର ଅଧିନାୟକ କରାଯାଇଥିବାବେଳେ ପୂର୍ବତନ ଡେଭିସ୍‌ କପ୍‌ ଖେଳାଳି ଅଙ୍କିତା ଭ୍ରାମ୍ବିଙ୍କୁ ଦଳର କୋଚ୍‌ କରାଯାଇଛି। ସୋଜନ୍ୟ ବାଭିସେଟ୍ଟିଙ୍କୁ ରିଜର୍ଭ ଖେଲାଳି ଭାବେ ନିଆଯାଇଛି। ସାନିଆ ବିଶ୍ୱର ୩୮ ର଼୍ୟାଙ୍କିଙ୍ଗପ୍ରାପ୍ତ ୟୁକ୍ରେନ୍‌ର ନାଡିଆ କିଚେନକ୍‌ଙ୍କ ସହିତ ହୋବାର୍ଟ ଇଣ୍ଟରନ୍ୟାଶନାଲରେ ଟେନିସକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ସୂଚନାଯୋଗ୍ୟ, ସାନିଆ ତାଙ୍କ କ୍ୟାରିୟରରେ ୬ଟି ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଛନ୍ତି। ତନ୍ମଧ୍ୟରେ ତିନୋଟି ମିକ୍ସଡ ଡବଲ୍ସ ସାମିଲ। ବହୁ ଇଭେଣ୍ଟରେ ସେ ପଦକ ଜିତିଥିବାବେଳେ ବିଶ୍ୱର ନମ୍ବର ଓ୍ବାନ ର଼୍ୟାଙ୍କିଙ୍ଗ ହାସଲ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri