ଫେବୃୟାରୀ ୧୪ରେ ପୁଣି ଭାରତରେ ରିଲିଜ ହେବ ‘ଜୋକର୍‌’

ବମ୍ବେ: ପୁଣି ଥରେ ଭାରତରେ ରିଲିଜ୍‌ ହେବ ଚର୍ଚ୍ଚିତ ହଲିଉଡ୍‌ ଚଳଚ୍ଚିତ୍ର ‘ଜୋକର୍‌’। ଜ୍ୱାକୁଇନ୍‌ ଫୋନେକ୍ସଙ୍କ ଅଭିନୀତ ଏହି ଫିଲ୍ମକୁ ଫେବୃୟାରୀ ୧୪ରେ ରିଲିଜ୍‌ କରାଯିବ। ପୂର୍ବରୁ ଅକ୍ଟୋବର ୨ରେ ଏହା ଭାରତରେ ରିଲିଜ୍‌ ହୋଇଥିଲା। ବ୍ୟବସାୟିକ କ୍ଷେତ୍ରରେ ଫିଲ୍ମ ରେକର୍ଡ ରଚିଥିଲା, ଯାହାକୁ ଦୃଷ୍ଟିରେ ରଖି ଏହାକୁ ପୁଣି ରିଲିଜ୍‌ କରାଯାଉଛି। ବମ୍ବେ, ଦିଲ୍ଲୀ, ବାଙ୍ଗାଲୋର, ଗୁରୁଗାଓଁ, ନୋଏଡ଼ା, ଚେନ୍ନାଇ, କୋଲ୍‌କାତା, ପୁଣେ, ହାଇଦ୍ରାବାଦ, ଜୟପୁର, ଅହମ୍ମଦାବାଦ ସମେତ ଅନ୍ୟ ସହରଗୁଡ଼ିକରେ ଏହାକୁ ରିଲିଜ୍‌ କରାଯିବ। ଉକ୍ତ ଦିନ ଇମ୍‌ତିଆଜ ଅଲ୍ଲୀ ନିର୍ମିତ ‘ଲଭ୍‌ ଆଜ୍‌ କଲ୍‌’ ମଧ୍ୟ ରିଲିଜ୍‌ ହେଉଛି। ଏଥିରେ ମୁଖ୍ୟ ଭୂମିକାରେ ଅଛନ୍ତି ସାରା ଅଲ୍ଲୀ ଖାଁ ଏବଂ କାର୍ତ୍ତିକ ଆର୍ୟନ। ଜୋକର୍‌ର ଲୋକପ୍ରିୟତା ଯୋଗୁ ‘ଲଭ୍‌ ଆଜ୍‌ କଲ୍‌’ର ବ୍ୟବସାୟ ଉପରେ ପ୍ରଭାବ ପଡ଼ିବ ବୋଲି କୁହାଯାଉଛି। ଫିଲ୍ମର ସଫଳତାକୁ ଯଦି ଦେଖାଯାଏ, ତେବେ ଓସ୍କାର ଆଓ୍ବାଡର୍‌ସ-୨୦୨୦ର ନୋମିନେଶନରେ ଏହାର ଦବ୍‌ଦବା ଦେଖିବାକୁ ମିଳୁଛି। ବିଶେଷକରି ସର୍ବଶ୍ରେଷ୍ଠ ଚଳଚ୍ଚିତ୍ର ତାଲିକାରେ ଏହା ସାମିଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri