ଫେବୃୟାରୀ ୫ରେ ପଶ୍ଚିମ ଓଡ଼ିଶା ବନ୍ଦ

ବଲାଙ୍ଗୀର ଅଫିସ, ୨୪ା୧: ପଶ୍ଚିମ ଓଡ଼ିଶାରେ ବିଭିନ୍ନ ଓକିଲ ସଂଘ ପକ୍ଷରୁ ଦୀର୍ଘବର୍ଷ ଧରି ଚାଲିଥିବା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଆନ୍ଦୋଳନ ଏବେ ଏକ ଭିନ୍ନମୋଡ ନେଇଛି। କିଛି ଦିନ ତଳେ ବାର କାଉନସିଲ ଅଫ୍‌ ଇଣ୍ଡିଆ ଆନ୍ଦୋଳନରତ ଓକିଲମାନଙ୍କ ଲାଇସେନ୍ସ ରଦ୍ଦ ତଥା ସେମାନଙ୍କ ମକଦ୍ଦମାକୁ ନିକଟସ୍ଥ କୋର୍ଟକୁ ସ୍ଥାନାନ୍ତର କରିବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଥିଲେ। ସ୍ଥାୟୀବେଞ୍ଚ ଦାବି ସମ୍ପର୍କରେ ନିଜର ଆଭିମୁଖ୍ୟ ସ୍ପଷ୍ଟ ନ କରି ଅଗଣତାନ୍ତ୍ରିକ ଉପାୟରେ ବାର କାଉନିସଲ ଅଫ୍‌ ଇଣ୍ଡିଆ ଓକିଲ ସଂଘମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ହାଇକୋର୍ଟକୁ ନିର୍ଦ୍ଦେଶ ଦେଇଛନ୍ତି। ଓକିଲମାନଙ୍କ ଆନ୍ଦୋଳନକୁ ଦମନ କରିବା ପାଇଁ ବାର କାଉନସିଲ ଅଫ୍‌ ଇଣ୍ଡିଆର ଏପରି ଏକଚାଟିଆ ପଦକ୍ଷେପ ବିରୋଧରେ ପଶ୍ଚିମ ଓଡ଼ିଶାର ଓକିଲମାନେ ଏକଜୁଟ ହୋଇ ଆନ୍ଦୋଳନକୁ ବ୍ୟାପକ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ବାର୍‌ କାଉନସିଲ ଅଫ୍‌ ଇଣ୍ଡିଆର ମନମୁଖୀ କାରବାର ଓ ଅଗଣତାନ୍ତ୍ରିିକ ନିଷ୍ପତ୍ତି ବିରୋଧରେ ଆସନ୍ତା ଫେବୃୟାରୀ ୫ ତାରିଖରେ ୧୨ଘଣ୍ଟିଆ ପଶ୍ଚିମ ଓଡ଼ିିଶା ବନ୍ଦ ଡାକରା ଦିଆଯିବା ପାଇଁ ସର୍ବସମ୍ମତିକ୍ରମେ ପ୍ରସ୍ତାବ ଗୃହୀତ ହୋଇଛି। ସେଦିନ ସମଗ୍ର ପଶ୍ଚିମ ଓଡ଼ିଶାର ସମସ୍ତ ଦୋକାନ, ବଜାର, ସ୍କୁଲ, କଲେଜ, ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ ଓ ବୀମା ପ୍ରତିଷ୍ଠାନଗୁଡିକ ବନ୍ଦ କରାଯିବାକୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହୀ ଟିଏମସି ଏମପିଙ୍କୁ ସର୍ବଦଳୀୟ ବୈଠକ ପାଇଁ ନିମନ୍ତ୍ରଣ କରାଯିବାକୁ ନେଇ ବିରୋଧୀ କ୍ଷୁବ୍ଧ

ନୂଆଦିଲ୍ଲୀ,୧୯।୭: ସଂସଦୀୟ ଅଧିବେଶନ ପୂର୍ବରୁ ଡକାଯାଇଥିବା ସର୍ବଦଳୀୟ ବୈଠକରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ଏମପିମାନଙ୍କୁ ମଧ୍ୟ ଯୋଗଦେବାକୁ ନିମନ୍ତ୍ରଣ…

ଜଗନ୍ନାଥପ୍ରସାଦ NAC ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୧୨ ଓ୍ବାର୍ଡରେ ହେବ ବିଭକ୍ତ, ଆସନ ସଂରକ୍ଷଣ ନେଇ…

ଜଗନ୍ନାଥପ୍ରସାଦ,୧୯ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳକୁ ନେଇ ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦ(NAC)ର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ନେଇ ଅଧିସୂଚନା…

ଫେସବୁକ ଡାଉନ: ଲଗଇନ ଠାରୁ ୱେବସାଇଟ ପର୍ଯ୍ୟନ୍ତ ସେବା ଠପ

ନୂଆଦିଲ୍ଲୀ,୧୯।୭: ଯଦି ଆଜି ସକାଳ ଠାରୁ ଆପଣଙ୍କର ଫେସବୁକ ଠିକ ଭାବରେ କାମ କରୁନାହିଁ, ତେବେ ଆପଣ ଏକା ନୁହଁନ୍ତି। ସାରା ବିଶ୍ୱରେ ହଜାର ହଜାର ଉପଭୋକ୍ତା…

ଗାଁକୁ ଆସି ପାରିଲାନି ଜନନୀ ଏକ୍ସପ୍ରେସ୍‌, ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ୨ କିଲୋମିଟର ବୋହିଲେ ଗ୍ରାମବାସୀ

ଭବାନୀପାଟଣା/ଥୁଆମୂଳ ରାମପୁର,୧୯ା୭(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ରାସ୍ତା ସମସ୍ୟା ପୁଣିଥରେ ସାଧାରଣ ଲୋକଙ୍କ ଦୁର୍ଦ୍ଦଶାକୁ ସାମ୍ନାକୁ ଆଣିଛି। ପ୍ରସବ…

ଆମେରିକା ସହିତ ସମସ୍ତ ଚୁକ୍ତିନାମା ବାତିଲ ଘୋଷଣା କରିଛି ଇରାନ, କହିଛି MOUର ଅଧ୍ୟାୟ ଏବେ ସମ୍ପୂର୍ଣ୍ଣ ବନ୍ଦ

ତେହରାନ,୧୯।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତି ଚୁକ୍ତିନାମା ଶନିବାର ସମ୍ପୂର୍ଣ୍ଣ ଭାବରେ ବାତିଲ ହୋଇଗଲା। ପାକିସ୍ତାନ ଦ୍ୱାରା ମଧ୍ୟସ୍ଥତା କରାଯାଇଥିବା ଏହି ଚୁକ୍ତିନାମା – ଇସଲାମାବାଦ…

‘ଡୋନାଲ୍ଡ ଟ୍ରମ୍ପ ଜଣେ ମହାନ ଶୈତାନ,’ ମୋଜତାବା ଖାମେନେଇ କହିଲେ – ‘ତାଙ୍କ ଦସ୍ତଖତ ସମ୍ପୂର୍ଣ୍ଣ ମୂଲ୍ୟହୀନ’

ତେହରାନ,୧୯।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ମୋଜତାବା ଖାମେନେଇ ଶନିବାର ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବଡ଼ ଆକ୍ରମଣ ଆରମ୍ଭ କରି ତାଙ୍କୁ ‘ମହାନ ଶୈତାନ’ ବୋଲି ଆଖ୍ୟା…

ପାକିସ୍ତାନର ପୋଲ୍‌ ଖୋଲିଲେ ନିଆଜି! ଅପରେଶନ ସିନ୍ଦୂରକୁ ନେଇ ବଡ଼ଦାବି କଲେଣି ଇମ୍ରାନଙ୍କ ଭଉଣୀ

ଇସଲାମାବାଦ,୧୯।୭: ‘ଅପରେଶନ ସିନ୍ଦୂର’ ସମୟରେ ଭାରତ ପାକିସ୍ତାନକୁ ପରାସ୍ତ କରିଥିଲା। ଭାରତୀୟ କ୍ଷେପଣାସ୍ତ୍ର ସାମ୍ନାରେ ପାକିସ୍ତାନୀ ସେନା ଆତ୍ମସମର୍ପଣ କରିବାକୁ ବସିଥିଲା। ଏହି ପରିପ୍ରେକ୍ଷୀରେ, ପୂର୍ବତନ ପାକିସ୍ତାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri