ଫେରାର ଶିକ୍ଷକଙ୍କ କାଗଜପତ୍ର ଜବତ କଲା ପୋଲିସ

ଛତ୍ରପୁର,୨୧ା୨(ଡି.ଏନ.ଏ)- ଜାଲ ସାର୍ଟିଫିକେଟ୍‌ ଦେଇ ଶିକ୍ଷକ ନିଯୁକ୍ତି ଘଟଣାର ଖୋଳତାଡ ଚାଲିଛି। ପୃଥକ ୩ଟି ମାମଲାରେ ଛତ୍ରପୁର, ଚମାଖଣ୍ଡି ଓ ମେରାଇନ୍‌ ଥାନା ପୋଲିସ ତଦନ୍ତ କରୁଥିବାବେଳେ ଜାଲ ସାର୍ଟିଫିକେଟ୍‌ ଦେଇ ନିଯୁକ୍ତି ପାଇଥିବା ଶିକ୍ଷକଙ୍କ କାଗଜପତ୍ରର ନକଲ ଜବତ କରିଛି ା ଗୁରୁବାର ଆର୍ଯ୍ୟପଲ୍ଲୀ ମେରାଇନ୍‌ ଥାନା ଆଇଆଇସି ଶର୍ମିଷ୍ଠା ପ୍ରଧାନ ଛତ୍ରପୁରସ୍ଥିତ ସମଗ୍ର ଶିକ୍ଷା କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରୁ ଜାଲ ସାର୍ଟିଫିକେଟ୍‌ ଦେଇ ନିଯୁକ୍ତି ପାଇଥିବା ଶିକ୍ଷକଙ୍କ ଆଫିଡେଭିଟ୍‌, ଆବେଦନ ଫର୍ମ, ବୋର୍ଡ, ସିଟି ସାର୍ଟିଫିକେଟ୍‌, ମାର୍କଶିଟ୍‌ ଓ ଏହାର ନକଲ ନେଇଛନ୍ତି। ୧୩ ତାରିଖରେ ମେରାଇନ୍‌ ଥାନା ଆଇଆଇସି ଉକ୍ତ ମାମଲାରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ କାଗଜପତ୍ର ଜବତ କରିଥିଲେ ା ପୂର୍ବରୁ ଛତ୍ରପୁର ଓ ଚମାଖଣ୍ଡି ଥାନା ପୋଲିସ ପକ୍ଷରୁ ପୃଥକ ମାମଲାରେ ଶିକ୍ଷକମାନଙ୍କ କାଗଜପତ୍ର ଜବତ କରାଯାଇଛି। ଅନ୍ୟପକ୍ଷରେ ୩ ନକଲି ଶିକ୍ଷକଙ୍କ ନାଁରେ ଥାନାରେ ଏତଲା ଦିଆଯାଇଥିବାରୁ ଗିରଫ ଭୟରେ ସେମାନେ ଏବେ ଫେରାର ଅଛନ୍ତି। ସୂଚନାଯୋଗ୍ୟ, ବୋର୍ଡରୁ ଆସିଥିବା ରିପୋର୍ଟ ଅନୁସାରେ ୩ ଶିକ୍ଷକଙ୍କ ସାର୍ଟିଫିକେଟ୍‌ ଜାଲ୍‌ ଥିବା ଜଣାପଡିଥିଲା। ଏହାପରେ ଜଣେ ଶିକ୍ଷକଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ବେଳେ ୩ ଜଣଙ୍କ ନାଁରେ ପୃଥକ ଥାନାରେ ଏତଲା ଦିଆଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri