ଛତ୍ରପୁର,୨୧ା୨(ଡି.ଏନ.ଏ)- ଜାଲ ସାର୍ଟିଫିକେଟ୍ ଦେଇ ଶିକ୍ଷକ ନିଯୁକ୍ତି ଘଟଣାର ଖୋଳତାଡ ଚାଲିଛି। ପୃଥକ ୩ଟି ମାମଲାରେ ଛତ୍ରପୁର, ଚମାଖଣ୍ଡି ଓ ମେରାଇନ୍ ଥାନା ପୋଲିସ ତଦନ୍ତ କରୁଥିବାବେଳେ ଜାଲ ସାର୍ଟିଫିକେଟ୍ ଦେଇ ନିଯୁକ୍ତି ପାଇଥିବା ଶିକ୍ଷକଙ୍କ କାଗଜପତ୍ରର ନକଲ ଜବତ କରିଛି ା ଗୁରୁବାର ଆର୍ଯ୍ୟପଲ୍ଲୀ ମେରାଇନ୍ ଥାନା ଆଇଆଇସି ଶର୍ମିଷ୍ଠା ପ୍ରଧାନ ଛତ୍ରପୁରସ୍ଥିତ ସମଗ୍ର ଶିକ୍ଷା କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରୁ ଜାଲ ସାର୍ଟିଫିକେଟ୍ ଦେଇ ନିଯୁକ୍ତି ପାଇଥିବା ଶିକ୍ଷକଙ୍କ ଆଫିଡେଭିଟ୍, ଆବେଦନ ଫର୍ମ, ବୋର୍ଡ, ସିଟି ସାର୍ଟିଫିକେଟ୍, ମାର୍କଶିଟ୍ ଓ ଏହାର ନକଲ ନେଇଛନ୍ତି। ୧୩ ତାରିଖରେ ମେରାଇନ୍ ଥାନା ଆଇଆଇସି ଉକ୍ତ ମାମଲାରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ କାଗଜପତ୍ର ଜବତ କରିଥିଲେ ା ପୂର୍ବରୁ ଛତ୍ରପୁର ଓ ଚମାଖଣ୍ଡି ଥାନା ପୋଲିସ ପକ୍ଷରୁ ପୃଥକ ମାମଲାରେ ଶିକ୍ଷକମାନଙ୍କ କାଗଜପତ୍ର ଜବତ କରାଯାଇଛି। ଅନ୍ୟପକ୍ଷରେ ୩ ନକଲି ଶିକ୍ଷକଙ୍କ ନାଁରେ ଥାନାରେ ଏତଲା ଦିଆଯାଇଥିବାରୁ ଗିରଫ ଭୟରେ ସେମାନେ ଏବେ ଫେରାର ଅଛନ୍ତି। ସୂଚନାଯୋଗ୍ୟ, ବୋର୍ଡରୁ ଆସିଥିବା ରିପୋର୍ଟ ଅନୁସାରେ ୩ ଶିକ୍ଷକଙ୍କ ସାର୍ଟିଫିକେଟ୍ ଜାଲ୍ ଥିବା ଜଣାପଡିଥିଲା। ଏହାପରେ ଜଣେ ଶିକ୍ଷକଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ବେଳେ ୩ ଜଣଙ୍କ ନାଁରେ ପୃଥକ ଥାନାରେ ଏତଲା ଦିଆଯାଇଥିଲା ା
Posted inଆମ ଜିଲା ଖବର, ଗଞ୍ଜାମ View All
ହୀରାକୁଦରେ ବନ୍ଦ ହେଲା ୮ ଗେଟ୍, ୭ ଗେଟ୍ରେ ହେଉଛି ବନ୍ୟାଜଳ ନିଷ୍କାସନ
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍…
ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର
ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…
ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…
ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…
ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର
କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…
ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…
ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା
ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…
ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ
କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…
Archives

